କରୋନାରେ ପୁଅ ମୃତ୍ୟୁ ଖବର ଶୁଣି ବାପାଙ୍କ ଆତ୍ମହତ୍ୟା

କବିସୂର୍ଯ୍ୟନଗର,୩ା୭(ଡି.ଏନ୍‌.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍‌ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ (୫୫)।
କବିସୂର୍ଯ୍ୟନଗର ନାରାୟଣପୁରଶାସନ ନିବାସୀ ରାଜକିଶୋରଙ୍କ ପୁଅ ସୀମାଞ୍ଚଳ (୨୭) ସୁନାରିଝୋଳା ପଞ୍ଚାୟତ ସ୍କୁଲରେ ଶିକ୍ଷକତା କରୁଥିଲେ। ନିଶ୍ୱାସ ନେବାରେ ଅସୁବିଧା ଯୋଗୁ ସୀମାଞ୍ଚଳଙ୍କୁ ଗତ ୧ତାରିଖରେ ଭୁବନେଶ୍ୱରସ୍ଥିତ ସମ୍‌ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଗୁରୁବାର ରିପୋର୍ଟ ପଜିଟିଭ ଆସିଥିଲା। ଶୁକ୍ରବାର ସକାଳୁ ତାଙ୍କର ମୃତ୍ୟୁ ଘଟିଥିଲା। ବନ୍ଧୁ, ସମ୍ପର୍କୀୟ ଏହା ଜାଣିଥିଲେ ମଧ୍ୟ ସୀମାଞ୍ଚଳଙ୍କ ବାପା ଓ ମା’ଙ୍କୁ ଜଣାଇ ନ ଥିଲେ। ବାପା ରାଜକିଶୋର ଅପରାହ୍ନରେ ଏହା ଜାଣିବା ପରେ ଦୁଃଖରେ ଭାଙ୍ଗି ପଡିଥିଲେ। ସନ୍ଧ୍ୟାରେ କାହାକୁ କିଛି ନ ଜଣାଇ ଘରୁ କେଉଁଆଡେ ପଳାଇଥିଲେ। ସାପୁଆବସା ଜଙ୍ଗଲରେ ଏକ ଗଛରେ ରାଜକିଶୋରଙ୍କ ଝୁଲନ୍ତା ମୃତଦେହ ସ୍ଥାନୀୟ ଲୋକେ ଦେଖି ପରିବାରକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି।
ସୂଚନାଯୋଗ୍ୟ, ଗୁରୁବାର ମଧ୍ୟ କବିସୂର୍ଯ୍ୟନଗର ଅଞ୍ଚଳରେ ଏପରି ଏକ ଅଭାବନୀୟ ଘଟଣା ଘଟିଥିଲା। ଜଣେ ସୁନା ବ୍ୟବସାୟୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ହୃଦ୍‌ଘାତରେ ତାଙ୍କ ବାପାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri