କବିସୂର୍ଯ୍ୟନଗର,୩ା୭(ଡି.ଏନ୍.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ (୫୫)।
କବିସୂର୍ଯ୍ୟନଗର ନାରାୟଣପୁରଶାସନ ନିବାସୀ ରାଜକିଶୋରଙ୍କ ପୁଅ ସୀମାଞ୍ଚଳ (୨୭) ସୁନାରିଝୋଳା ପଞ୍ଚାୟତ ସ୍କୁଲରେ ଶିକ୍ଷକତା କରୁଥିଲେ। ନିଶ୍ୱାସ ନେବାରେ ଅସୁବିଧା ଯୋଗୁ ସୀମାଞ୍ଚଳଙ୍କୁ ଗତ ୧ତାରିଖରେ ଭୁବନେଶ୍ୱରସ୍ଥିତ ସମ୍ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ବାବ୍ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଗୁରୁବାର ରିପୋର୍ଟ ପଜିଟିଭ ଆସିଥିଲା। ଶୁକ୍ରବାର ସକାଳୁ ତାଙ୍କର ମୃତ୍ୟୁ ଘଟିଥିଲା। ବନ୍ଧୁ, ସମ୍ପର୍କୀୟ ଏହା ଜାଣିଥିଲେ ମଧ୍ୟ ସୀମାଞ୍ଚଳଙ୍କ ବାପା ଓ ମା’ଙ୍କୁ ଜଣାଇ ନ ଥିଲେ। ବାପା ରାଜକିଶୋର ଅପରାହ୍ନରେ ଏହା ଜାଣିବା ପରେ ଦୁଃଖରେ ଭାଙ୍ଗି ପଡିଥିଲେ। ସନ୍ଧ୍ୟାରେ କାହାକୁ କିଛି ନ ଜଣାଇ ଘରୁ କେଉଁଆଡେ ପଳାଇଥିଲେ। ସାପୁଆବସା ଜଙ୍ଗଲରେ ଏକ ଗଛରେ ରାଜକିଶୋରଙ୍କ ଝୁଲନ୍ତା ମୃତଦେହ ସ୍ଥାନୀୟ ଲୋକେ ଦେଖି ପରିବାରକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି।
ସୂଚନାଯୋଗ୍ୟ, ଗୁରୁବାର ମଧ୍ୟ କବିସୂର୍ଯ୍ୟନଗର ଅଞ୍ଚଳରେ ଏପରି ଏକ ଅଭାବନୀୟ ଘଟଣା ଘଟିଥିଲା। ଜଣେ ସୁନା ବ୍ୟବସାୟୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ହୃଦ୍ଘାତରେ ତାଙ୍କ ବାପାଙ୍କର ମୃତ୍ୟୁ ଘଟିଥିଲା।
Posted inHome, Home Middle, ଗଞ୍ଜାମ View All
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…
ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...
ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...
ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...
ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ
୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି
ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍ରେ ସ୍ଥାନୀୟ ଏମ୍ପି ପ୍ରଦୀପ କୁମାର...
IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍? ୫ କୋଟିରେ ରିଟେନ କରିଛି…
ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...
Archives


