କବିସୂର୍ଯ୍ୟନଗର,୩ା୭(ଡି.ଏନ୍.ଏ.)- କରୋନାରେ ଏକମାତ୍ର ପୁଅଙ୍କ ମୃତ୍ୟୁ ଖବର ଶୁଣି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ବାପା। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରେ। ମୃତକ ହେଲେ କବିସୂର୍ଯ୍ୟନଗର ଏନ୍ଏସିର ଟ୍ୟାକ୍ସ କଲେକ୍ଟ ଅଫିସର ରାଜକିଶୋର ଶତପଥୀ (୫୫)।
କବିସୂର୍ଯ୍ୟନଗର ନାରାୟଣପୁରଶାସନ ନିବାସୀ ରାଜକିଶୋରଙ୍କ ପୁଅ ସୀମାଞ୍ଚଳ (୨୭) ସୁନାରିଝୋଳା ପଞ୍ଚାୟତ ସ୍କୁଲରେ ଶିକ୍ଷକତା କରୁଥିଲେ। ନିଶ୍ୱାସ ନେବାରେ ଅସୁବିଧା ଯୋଗୁ ସୀମାଞ୍ଚଳଙ୍କୁ ଗତ ୧ତାରିଖରେ ଭୁବନେଶ୍ୱରସ୍ଥିତ ସମ୍ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କ ସ୍ବାବ୍ ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଥିଲା। ଗୁରୁବାର ରିପୋର୍ଟ ପଜିଟିଭ ଆସିଥିଲା। ଶୁକ୍ରବାର ସକାଳୁ ତାଙ୍କର ମୃତ୍ୟୁ ଘଟିଥିଲା। ବନ୍ଧୁ, ସମ୍ପର୍କୀୟ ଏହା ଜାଣିଥିଲେ ମଧ୍ୟ ସୀମାଞ୍ଚଳଙ୍କ ବାପା ଓ ମା’ଙ୍କୁ ଜଣାଇ ନ ଥିଲେ। ବାପା ରାଜକିଶୋର ଅପରାହ୍ନରେ ଏହା ଜାଣିବା ପରେ ଦୁଃଖରେ ଭାଙ୍ଗି ପଡିଥିଲେ। ସନ୍ଧ୍ୟାରେ କାହାକୁ କିଛି ନ ଜଣାଇ ଘରୁ କେଉଁଆଡେ ପଳାଇଥିଲେ। ସାପୁଆବସା ଜଙ୍ଗଲରେ ଏକ ଗଛରେ ରାଜକିଶୋରଙ୍କ ଝୁଲନ୍ତା ମୃତଦେହ ସ୍ଥାନୀୟ ଲୋକେ ଦେଖି ପରିବାରକୁ ଜଣାଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି।
ସୂଚନାଯୋଗ୍ୟ, ଗୁରୁବାର ମଧ୍ୟ କବିସୂର୍ଯ୍ୟନଗର ଅଞ୍ଚଳରେ ଏପରି ଏକ ଅଭାବନୀୟ ଘଟଣା ଘଟିଥିଲା। ଜଣେ ସୁନା ବ୍ୟବସାୟୀଙ୍କ କରୋନା ରିପୋର୍ଟ ପଜିଟିଭ ଆସିବାପରେ ହୃଦ୍ଘାତରେ ତାଙ୍କ ବାପାଙ୍କର ମୃତ୍ୟୁ ଘଟିଥିଲା।
Posted inHome, Home Middle, ଗଞ୍ଜାମ View All
କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ
ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…
ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ
ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…
ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…
୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…
ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…
ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…
ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…
ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…
ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…
ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…
ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…
ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

