ପୁଅକୁ ମାରି ବାପାଙ୍କ ଆତ୍ମହତ୍ୟା

ନୂଆପଡ଼ା ଅଫିସ/ ଖଡିଆଳ,୨୫।୬(ଡି.ଏନ.ଏ.): ନୂଆପଡ଼ା ଜିଲା ଧରମବନ୍ଧା ଥାନା ଅନ୍ତର୍ଗତ ଫୋକଟପ ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟଛି। ପୁଅକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ବାପା ଆତ୍ମହତ୍ୟା କରିଛନ୍ତି। ପାରିବାରିକ କଳହ ଏବଂ ଅନ୍ୟ ଜାତିର ଝିଅଙ୍କୁ ବିବାହ କରିବାକୁ ନେଇ ଫୋକଟପ ଗ୍ରାମର ନକୁଳ ରାଉତ (୫୫) ଓ ତାଙ୍କ ପୁଅ ଶୋଭିତ (୩୫)ଙ୍କ ମଧ୍ୟରେ ରାତିରେ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ନକୁଳ ଘରେ ଥିବା ଏକ ଟାଙ୍ଗିଆରେ ପୁଅକୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ଟଳି ପଡିଥିଲେ ଶୋଭିତ। ଏଥିରେ ମ୍ରିୟମାଣ ହୋଇ ନକୁଳ ଘର ଭିତରକୁ ପଶିଯାଇ ଭିତରୁ କବାଟ ଦେଇଥିଲେ। ପରିବାର ଲୋକେ କବାଟ ବାଡେଇଥିଲେ ବି ସେ ଖୋଲି ନ ଥିଲେ। ଖବର ପାଇ ଧରମବନ୍ଧା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲା। କବାଟ ଭାଙ୍ଗିବା ପରେ ଘର ଭିତରେ ନକୁଳଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଥିଲା। ପୋଲିସ ହତ୍ୟାକାଣ୍ଡରେ ବ୍ୟବହୃତ ଟାଙ୍ଗିଆ ଏବଂ ବାପପୁଅଙ୍କ ମୃତଦେହ ଜବତ କରିଛି। ଏସ୍‌ଡିପିଓ ପ୍ରଶାନ୍ତ କୁମାର ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚତ୍ ତନାଘନା ଚଳାଇଛନ୍ତି।
କିଛିଦିନ ତଳେ ବାହାର ରାଜ୍ୟରେ ଦାଦନ ଖଟିବାକୁ ଯାଇଥିବା ଶୋଭିିତ ଘରକୁ ଫେରିଥିଲେ। ଗୁରୁବାର ରାତି ପ୍ରାୟ ୧୧ଟାରେ ଶୋଭିତ ଘରକୁ ଫେରିବା ପରେ ବାଇକ୍‌ ରଖିବାକୁ ନେଇ ବାପାଙ୍କ ସହ ଶୋଭିତଙ୍କର ଝଗଡା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ନକୁଳ ହିତାହିତ ଜ୍ଞନ ହରାଇ ଟାଙ୍ଗିଆରେ ପୁଅକୁ ଆକ୍ରମଣ କରିଥିଲେ। ଶୋଭିତଙ୍କ ମୁଣ୍ଡର ପଛପଟେ ଟାଙ୍ଗିଆ ଚୋଟ ଲାଗିବାରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସେହିଠାରେ ହିଁ ଟଳି ପଡିଥିଲେ ଶୋଭିତ। ପୁଅର ମୃତ୍ୟୁ ପରେ ନକୁଳ ମାନସିକ ଭାରସାମ୍ୟ ହରାଇ ଘର ଭିତରେ ପଶିଯାଇ ଖୋଲା ଛାତର କାଠରେ ପ୍ଲାଷ୍ଟିକ ଦଉଡି ଲଗାଇ ଆତ୍ମହତ୍ୟା କରିଥିଲେ। ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଆଇଆଇସି ସଂଯୁକ୍ତା ବାର୍ଲା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri