ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର ରିସେପଶନ ଦିନ ବାପା ଆତ୍ମହତ୍ୟା କରିବା ଭଳି ଅଭାବନୀୟ ଘଟଣା ରବିବାର ବଲାଙ୍ଗୀର ଜିଲା ଲୋଇସିଂହା ସହରରେ ଘଟିଛି। ମୃତକ ହେଲେ ଲୋଇସିଂହାର ଶ୍ୟାମ ମହାକୁର (୫୫)। ଆତ୍ମହତ୍ୟାର କାରଣ ସ୍ପଷ୍ଟ ହୋଇନାହିଁ।
ସୂଚନା ଅନୁଯାୟୀ, ଶ୍ୟାମଙ୍କ ଗୋଟିଏ ପୁଅ ଓ ଝିଅ। କିଛି ବର୍ଷ ତଳେ ଝିଅର ବାହାଘର ସରିଯାଇଛି। ଶନିବାର ପୁଅର ବାହାଘର ଥିବାରୁ ନିକଟସ୍ଥ କଅଗାଁକୁ ବରଯାତ୍ରୀଙ୍କ ସହ ଯାଇଥିଲେ। ଧୁମ୍‌ଧାମ୍‌ରେ ବାହାଘର ସରିଥିଲା। ରବିବାର ବାହାଘର ରିସେପଶନ ଥିବାରୁ ଘରେ ପ୍ରସ୍ତୁତି ଚାଲିଥିଲା। ବନ୍ଧୁବାନ୍ଧବଙ୍କ ଗହଳି ଲାଗିଥିଲା। ସବୁକିଛି ଠିକ୍‌ଠାକ୍‌ ଚାଲିଥିବା ବେଳେ ସୁଯୋଗ ଦେଖି ଶ୍ୟାମ ସକାଳ ପ୍ରାୟ ସାଢ଼େ ୮ଟା ସମୟରେ ଘରୁ ଚାଲି ଯାଇଥିଲେ। ପରେ ଘରଠାରୁ ୧ କିମି ଦୂର ଲୋଇସିଂହା ଷ୍ଟେଶନ ନିକଟ ରେଳ ଧାରଣାରେ କୌଣସି କାରଣରୁ ଶୋଇପଡ଼ି ଆତ୍ମହତ୍ୟା କରିଥିଲେ। ଏକ ମାଲବାହୀ ଟ୍ରେନ୍‌ରେ କଟିଯାଇ ତାଙ୍କର ଅକାଳ ମୃତ୍ୟୁ ଘଟିଥିବା ପରିବାର ଲୋକେ ଜାଣିବାକୁ ପାଇଥିଲେ। ଏହାପରେ ବାହାଘରର ସବୁ ଖୁସି ନିମିଷକ ମଧ୍ୟରେ ଫିକା ପଡିଯାଇଥିଲା। ଏହି ଖବର ପ୍ରଚାରିତ ହେବା ପରେ ପରିବାର, ବନ୍ଧୁବର୍ଗ ଓ ଗ୍ରାମବାସୀଙ୍କ ମଧ୍ୟରେ ଶୋକର ଛାୟା ଖେଳି ଯାଇଥିଲା। ପୂର୍ବରୁ ଶ୍ୟାମ ଲୋଇସିଂହା ବସ୍‌ଷ୍ଟାଣ୍ଡ ନିକଟ ବସ୍ତି ରାସ୍ତାରେ ଜଳଖିଆ ବିକ୍ରି କରି ପରିବାର ଚଳାଉଥିଲେ। ପ୍ରାୟ ଏକ ବର୍ଷରୁ ଊଦ୍ଧର୍‌ବ ସମୟ ହେବ ଏହାକୁ ବନ୍ଦ କରି ବସ୍ତି ଅଞ୍ଚଳର ଏକ ଜଳଖିଆ ଦୋକାନରେ ମିସ୍ତ୍ରି ଭାବେ କାମ କରୁଥିଲେ ବୋଲି ସ୍ଥାନୀୟ ଲୋକଙ୍କଠାରୁ ଜାଣିବାକୁ ମିଳିଛି। ବଲାଙ୍ଗୀର ରେଲଓ୍ବେ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିଲା। ଶେଷରେ ଅପରାହ୍ନରେ ଗାଁ ଶ୍ମଶାନରେ ଶ୍ୟାମଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଖବର ମିଳିଛି। ରେଲଓ୍ବେ ପୋଲିସ ଅଧିକ ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri