ଭାଲୁ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

ନୂଆପଡ଼ା,୧୬।୭(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ କୋନାବିରା ପଞ୍ଚାୟତ ବିରୁନପଦର ଗାଁରେ ରବିବାର ଭାଲୁ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସେହି ଗାଁର ଘନଶ୍ୟାମ ପଟେଲ(୭୦) ଓ ଆହତ ପୁଅ ଚଇତୁ ପଟେଲ (୪୦)। କ୍ଷତିପୂରଣ ଏବଂ ଭାଲୁକୁ ଧରି ଅନ୍ୟତ୍ର ଛଡାଯିବାକୁ ଦାବି କରି ଉତ୍ତ୍ୟକ୍ତ ଲୋକେ ମୃତଦେହ ରଖି ୩୫୩ ନଂ. ଜାତୀୟ ରାଜପଥ କୋମନା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅବରୋଧ କରିଥିଲେ। ସାମାଜିକ କର୍ମୀ ପ୍ରସନ୍ନ କୁମାର ପାଢୀ, ବୀରେନ୍ଦ୍ର ପ୍ରଧାନ, ଭୁବନେ ନାୟକ ଓ ଅନ୍ୟମାନେ ବୁଝାଇବା ପରେ ଲିଖିତ ପ୍ରତିଶ୍ରୁତି ଦେଲେ ଆମେ ମାନିବୁ ବୋଲି ଆନ୍ଦୋଳନକରୀମାନେ କହିଥିଲେ।

ପରେ ଖଡିଆଳ ଡିଏଫଓ ସୁଶୀଲ କୁମାର ତ୍ରିପାଠୀ ପହଞ୍ଚିଥିଲେ। ମୃତକ ପରିବାରଙ୍କୁ ନଗଦ ୬୦ ହଜାର ଟଙ୍କା ଦିଆଯିବା ସହ କାଗଜାତ ସବୁ ଠିକ୍‌ ହେବା ପରେ ୬ ଲକ୍ଷ ଟଙ୍କା ଦିଆଯିବ। ଆହତଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ଓ ପରିବାରର ଜଣଙ୍କୁ ଚାକିରି ଦିଆଯିବ। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଭାଲୁକୁ ଧରି ଅନ୍ୟତ୍ର ଛଡ଼ାଯିବ ବୋଲି ଡିଏଫଓ ତ୍ରିପାଠୀ ଲିଖିତ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା। ଦୀର୍ଘ ୫ ଘଣ୍ଟାରୁ ଅଧିକ ସମୟ ରାସ୍ତା ଅବରୋଧ ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଥିଲା। ମୃତଦେହ ପୋଲିସ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

୮୦ ଲକ୍ଷ ବ୍ୟୟରେ ନିର୍ମିତ ପାନୀୟଜଳ ପ୍ରକଳ୍ପ ଅଚଳ, ଆନ୍ଦୋଳନ କରିବାକୁ ଚେତାବନୀ ଦେଲେ…

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri