ଭାଲୁ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର

ନୂଆପଡ଼ା,୧୬।୭(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ କୋନାବିରା ପଞ୍ଚାୟତ ବିରୁନପଦର ଗାଁରେ ରବିବାର ଭାଲୁ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ସେହି ଗାଁର ଘନଶ୍ୟାମ ପଟେଲ(୭୦) ଓ ଆହତ ପୁଅ ଚଇତୁ ପଟେଲ (୪୦)। କ୍ଷତିପୂରଣ ଏବଂ ଭାଲୁକୁ ଧରି ଅନ୍ୟତ୍ର ଛଡାଯିବାକୁ ଦାବି କରି ଉତ୍ତ୍ୟକ୍ତ ଲୋକେ ମୃତଦେହ ରଖି ୩୫୩ ନଂ. ଜାତୀୟ ରାଜପଥ କୋମନା ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଅବରୋଧ କରିଥିଲେ। ସାମାଜିକ କର୍ମୀ ପ୍ରସନ୍ନ କୁମାର ପାଢୀ, ବୀରେନ୍ଦ୍ର ପ୍ରଧାନ, ଭୁବନେ ନାୟକ ଓ ଅନ୍ୟମାନେ ବୁଝାଇବା ପରେ ଲିଖିତ ପ୍ରତିଶ୍ରୁତି ଦେଲେ ଆମେ ମାନିବୁ ବୋଲି ଆନ୍ଦୋଳନକରୀମାନେ କହିଥିଲେ।

ପରେ ଖଡିଆଳ ଡିଏଫଓ ସୁଶୀଲ କୁମାର ତ୍ରିପାଠୀ ପହଞ୍ଚିଥିଲେ। ମୃତକ ପରିବାରଙ୍କୁ ନଗଦ ୬୦ ହଜାର ଟଙ୍କା ଦିଆଯିବା ସହ କାଗଜାତ ସବୁ ଠିକ୍‌ ହେବା ପରେ ୬ ଲକ୍ଷ ଟଙ୍କା ଦିଆଯିବ। ଆହତଙ୍କୁ ୨ ଲକ୍ଷ ୫୦ ହଜାର ଟଙ୍କା ଓ ପରିବାରର ଜଣଙ୍କୁ ଚାକିରି ଦିଆଯିବ। ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ଭାଲୁକୁ ଧରି ଅନ୍ୟତ୍ର ଛଡ଼ାଯିବ ବୋଲି ଡିଏଫଓ ତ୍ରିପାଠୀ ଲିଖିତ ପ୍ରତିଶ୍ରୁତି ଦେବା ପରେ ରାସ୍ତା ଅବରୋଧ ହଟିଥିଲା। ଦୀର୍ଘ ୫ ଘଣ୍ଟାରୁ ଅଧିକ ସମୟ ରାସ୍ତା ଅବରୋଧ ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଥିଲା। ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଯାନବାହନ ଅଟକି ରହିଥିଲା। ମୃତଦେହ ପୋଲିସ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri