Posted inଅପରାଧ

ଝିଅକୁ ବଳାତ୍କାର ଖବର ଶୁଣି ଜୀବନ ହାରିଲେ ବାପା

ଜାମନଗର, ୮।୧୦: ଗୁଜରାଟ ଜାମନଗର ଜିଲାରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାମ ଯୋଦ୍ଧପୁର ତହସିଲ ଅନ୍ତର୍ଗତ ବରବାଲା ଗ୍ରାମରେ ଝିଅ ବଳାତ୍କାର ଶିକାର ହୋଇଥିବା ଖବର ଶୁଣି ବାପା ବିଷ ଖାଇ ଆତ୍ମହତ୍ୟା କରିଛନ୍ତି। ନାବାଳିକାଙ୍କ ବାପା ବିଷ ଖାଇ ଆତ୍ମହତ୍ୟା କରିବା ପରେ ସଂପୂର୍ଣ୍ଣ ଖବର ସାମ୍ନାକୁ ଆସିଥିଲା। ନାବାଳିକାଜଣଙ୍କ ପୋଲିସକୁ ଦେଇଥିବା ବୟାନରେ କହିଛନ୍ତି, ‘ଅଭିଯୁକ୍ତମାନେ ବାପାଙ୍କୁ ହତ୍ୟା କରିବା ଧମକ ଦେଇ ତାଙ୍କ ସହ ୨ଥର ବଳାତ୍କାର କରିଥିଲେ। ଯେତେବେଳେ ସେ ଏହି କଥା ଘରେ ଜଣାଇଥିଲେ ଏଥିରେ ମ୍ରିୟମାଣ ହୋଇ ତାଙ୍କ ବାପା ବିଷ ଖାଇ ଦେଇଥିଲେ।’ ପୋଲିସ ଏହି ଘଟଣାରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଖୋଜିବା ଆରମ୍ଭ କରିଛି।
ଜଣାପଡ଼ିଛି ଯେ, ସେହି ଗ୍ରାମର ଅଶ୍ୱିନୀ ଭିମ୍‌ସିଭାଇ ଓ୍ବାଡିଆ ଏକ ମାସ ତଳେ ନାବାଳିକାଙ୍କ ଘରେ ପଶି ତାଙ୍କୁ ବଳାତ୍କାର କରିଥିଲେ। ଏହି କଥା ଘରେ ଜଣାଇଲେ ତାଙ୍କ ବାପାଙ୍କୁ ହତ୍ୟା କରିବେ ବୋଲି ଅଶ୍ୱିନୀ ନାବାଳିକାଙ୍କୁ ଧମକ ଦେଇଥିଲେ। ଏହାପରେ ନିକଟରେ ଅଶ୍ୱିନୀ ପୁନର୍ବାର ନାବାଳିକାଙ୍କ ଘରେ ପଶି ତାଙ୍କୁ ବଳାତ୍କାର କରିଥିଲେ। ଏଥର କିନ୍ତୁ ନାବାଳିକାଜଣଙ୍କ ଘରେ ସମସ୍ତ କଥା କହି ଦେଇଥିଲେ। କିନ୍ତୁ ଅପବାଦ ଭୟରେ ନାବାଳିକାଙ୍କ ପରିବାର ଚୁପ୍‌ ରହିଥିଲେ ମଧ୍ୟ ତାଙ୍କ ବାପା ମାନସିକ ଭାରସାମ୍ୟ ହରାଇ ଶେଷରେ ଆତ୍ମହତ୍ୟା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri