ଟ୍ରକ୍‌ ଧକ୍କାରେ ବାପାଙ୍କ ମୃତ୍ୟୁ, ଶିଶୁ ଗୁରୁତର

ବଡବିଲ,୬।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ୫୨୦ ନମ୍ବର ଜାତୀୟ ରାଜପଥର କାଶିଆ ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏଥିରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ୫ ବର୍ଷର ପୁଅ ଗୁରୁତର ହୋଇଛନ୍ତି। ମୃତକ ଜଣକ ଚମ୍ପୁଆ ଥାନା ବାଙ୍କ ଅଞ୍ଚଳର ପ୍ରଫୁଲ୍ଲ କାରୁଆ। ଗୁରୁତର ଶିଶୁପୁତ୍ର ଚନ୍ଦନଙ୍କୁ ଉଦ୍ଧାର କରାଯାଇ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ, ପ୍ରଫୁଲ୍ଲ ରୁଗୁଡ଼ି ଅଞ୍ଚଳରେ ରହି ସୁଇପର ଭାବରେ କାମ କରନ୍ତି। ଶୁକ୍ରବାର ବାଇକରେ ପୁଅକୁ ବସାଇ ଭଦ୍ରାସାହି ପଟୁ ରୁଗୁଡ଼ି ଅଭିମୂଖେ ଯାଉଥିଲେ। ଜାତୀୟ ରାଜପଥର ଗୋଟିଏ ଲେନ୍‌ରେ ଏକ ଟ୍ରକ୍‌ ଯାଉଥିଲା। ପ୍ରଫୁଲ୍ଲ ବାଇକ୍‌ରେ ଡାହାଣ ପଟେ ଅତିକ୍ରମ କରୁଥିବା ବେଳେ କାଶିଆ ଛକରେ ଟ୍ରକ ଡ୍ରାଇଭର ଡାହାଣକୁ ଟ୍ରକ୍‌ କାଟିଦେବାରୁ ବାଇକ ସହ ଟ୍ରକ୍‌ ଧକ୍କା ହୋଇଥିଲା। ଟ୍ରକ୍‌ ଧକ୍କାରେ ପ୍ରଫୁଲ୍ଲଙ୍କ ବେକ କଟିଯାଇ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ପ୍ରଫୁଲ୍ଲଙ୍କ ପୁଅ ଚନ୍ଦନ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଥିବାବେଳେ ତାଙ୍କର ବାମ ଗୋଡ଼ ଭାଙ୍ଗି ଗୁରୁତର ହୋଇଥିବା ଜଣାପଡ଼ିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଟ୍ରକକୁ ଜବତ କରି ତଦନ୍ତ ଜାରି ରଖିଛି। ଟ୍ରକ୍‌ ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ବାଇକ ଆରୋହୀଙ୍କ ଜୀବନ ଚାଲିଗଲା ବୋଲି ଲୋକେ ଅଭିଯୋଗ କରିଛନ୍ତି। ଏନେଇ ଥାନାରେ ଏକ ମାମଲା(ନଂ.୨୮୩/୨୩)ରେ ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?