Posted inଜାତୀୟ

ମା’ଙ୍କ ସାଙ୍ଗିଆ ବ୍ୟବହାର କରିପାରିବ ଶିଶୁ

ନୂଆଦିଲ୍ଲୀ,୬ା୮: ମା’ଙ୍କ ଅନୁସାରେ ଉପନାମ ବା ସାଙ୍ଗିଆ ରଖିବା ଅଧିକାର ପ୍ରତ୍ୟେକ ଶିଶୁଙ୍କର ରହିଛି ବୋଲି ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଇଛନ୍ତି। ଜଣେ ନାବାଳିକାଙ୍କ ବାପା ହାଇକୋର୍ଟରେ ଏକ ପିଟିଶନ ଦାଏର କରିଥିଲେ। ଏଥିରେ ସେ ଝିଅର ଦସ୍ତାବିଜଗୁଡ଼ିକରେ ମା’ଙ୍କ ପରିବର୍ତ୍ତେ ବାପାଙ୍କ ସାଙ୍ଗିଆ ବ୍ୟବହାର ପାଇଁ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେବା ପାଇଁ ହାଇକୋର୍ଟଙ୍କୁ ଅନୁରୋଧ କରିଥିଲେ। ଜଷ୍ଟିସ୍‌ ରେଖା ପାଲ୍ଲୀଙ୍କ ଖଣ୍ଡପୀଠ ଏହାର ଶୁଣାଣି କରି ଏପରି ନିର୍ଦ୍ଦେଶନାମା ଜାରି କରିବାକୁ ମନା କରିଦେଇଛନ୍ତି।

ହାଇକୋର୍ଟ କହିଛନ୍ତି, ଶିଶୁ ନିଜ ମା’ କିମ୍ବା ବାପା କାହା ନାମ ବ୍ୟବହାର କରିବେ ତାହା ତାଙ୍କ ଉପରେ ନିର୍ଭରକରେ। ଜଣେ ବାପା ଝିଅ ଉପରେ ନିଜ ସାଙ୍ଗିଆ ବ୍ୟବହାର ବୋଝ ଲଦି ଦେଇପାରିବେ ନାହିଁ। ନାବାଳିକା ଝିଅ ଯଦି ମା’ଙ୍କ ସାଙ୍ଗିଆ ବ୍ୟବହାର କରି ଖୁସିରେ ଅଛନ୍ତି ତେବେ ତୁମର ଅସୁବିଧା କ’ଣ ବୋଲି ଆବେଦନକାରୀଙ୍କୁ ପ୍ରଶ୍ନ କରିଥିଲେ। ଶୁଣାଣି ବେଳେ ଆବେଦନକାରୀଙ୍କ ଓକିଲ କହିଥିଲେ, ଝିଅ ନାବାଳିକା ଥିବାରୁ ଏହି ପ୍ରସଙ୍ଗରେ ନିଜେ ନିଷ୍ପତ୍ତି ନେଇପାରିବେ ନାହିଁ। ପୂର୍ବରୁ ଝିଅଙ୍କ ନାମ ସହ ତାଙ୍କ ବାପାଙ୍କ ସାଙ୍ଗିଆ ରହିଥିଲା, ଯାହାକୁ ପରେ ଅଲଗା ରହୁଥିବା ମା’ ନିଜ ଇଚ୍ଛା ଅନୁସାରେ ବଦଳାଇଦେଇଛନ୍ତି। ତେବେ ଆବେଦନକାରୀଙ୍କ ପିଟିଶନକୁ ହାଇକୋର୍ଟ ଖାରଜ କରିଦେବା ସହ ଝିଅର ସ୍କୁଲକୁ ଯାଇ ବାପାଙ୍କ ନାମ ସ୍ଥାନରେ ନିଜ ନାଁ ଲେଖାଇପାରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା,…

ଏଆଇ ପ୍ରତି ସତର୍କତା

ଇରାନ ଓ ଆମେରିକା ମଧ୍ୟରେ ଯୁଦ୍ଧ ଲାଗି ରହିଛି। ଇତିମଧ୍ୟରେ ୟେମେନ୍‌ର ଇରାନ ସମର୍ଥିତ ହାଉତି ବିଦ୍ରୋହୀମାନେ ଲୋହିତ ସାଗରର ଦକ୍ଷିଣ ପ୍ରବେଶ ପଥରେ ଥିବା ‘ମାୟୁନ୍‌’…

‘ବ୍ରିକ୍ସ ଥାଳି’ (BRICS Thali) କୁ ନେଇ ରାଜନୀତି ସରଗରମ; ନିରାମିଷ ଖାଦ୍ୟ ତାଲିକାକୁ ନେଇ କଂଗ୍ରେସ-ଭାଜପା ମଧ୍ୟରେ ରାଜନୈତିକ ଲଢ଼େଇ

ନୂଆଦିଲ୍ଲୀ,୧୪।୯: ନୂଆଦିଲ୍ଲୀରେ ଅନୁଷ୍ଠିତ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀର ସଫଳ ସମାପ୍ତି ପରେ ଦେଶରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଏହି ବିବାଦ ସମ୍ମିଳନୀ ଅବସରରେ…

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା

ନୂଆଦିଲ୍ଲୀ,୧୪ା୯(ପି.ଟି.): ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି)ଗୁଡ଼ିକ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟା ବୋଲି ବ୍ରିକ୍ସ ନେତାମାନେ ସ୍ବୀକାର କରିଛନ୍ତି ଏବଂ ଏକ ସୁସ୍ଥ ଜୀବନଶୈଳୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?