ନାବାଳିକା ଝିଅକୁ ବଳାତ୍କାର କରି ବାପା ଦୋଷୀ ସାବ୍ୟସ୍ତ, ୧୧ ମାସ ଧରି…

ଭୁବନେଶ୍ୱର,୧୭ା୯(ସତ୍ୟଜିତ୍‌ ରାଉତ): ନାବାଳିକା ଝିଅକୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ଭୁବନେଶ୍ୱର ଆଡ୍‌ ହକ୍‌ ଅତିରିକ୍ତ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର କୋର୍ଟ (ପୋକ୍ସୋ) ଏହି ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ସୁଶାନ୍ତ ମଲ୍ଲିକଙ୍କୁ କୋର୍ଟ ଆଜୀବନ ଜେଲଦଣ୍ଡାଦେଶ ଦେଇଛନ୍ତି। ଏଥିସହ ତାଙ୍କୁ ୫ ହଜାର ଜରିମାନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଜରିମାନା ଅନାଦାୟ ଅଧିକ ୩ ମାସ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ସରୋଜ କୁମାର ସାହୁ ରାୟରେ କହିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ପୀଡ଼ିତାଙ୍କ ମା’ ଓ ବାପା ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଘର ଭଡ଼ା ନେଇ ରହୁଥିଲେ। ମା’ ଘରୋଇ ସହାୟିକା ଭାବେ କାମ କରୁଥିବାବେଳେ ୨୦୧୯ ନଭେମ୍ବର ୧୭ ତାରିଖ ସକାଳେ କାମରୁ ଫେରି ସ୍ବାମୀଙ୍କ ଉପରେ ସନ୍ଦେହ ପ୍ରକଟ କରିଥିଲେ। ୧୩ ବର୍ଷର ଝିଅକୁ ଏନେଇ ପଚାରିବାରୁ ତାଙ୍କୁ ବାପା ବଳାତ୍କାର କରିଥିବା କହିଥିଲେ। ସୁଶାନ୍ତ ୧୧ ମାସ ଧରି ଏହି ଘୃଣ୍ୟ କାଣ୍ଡ ଭିଆଇଥିଲେ। ବାପାଙ୍କଠୁ ଧମକ ପାଇ ଭୟରେ ସେ ଘଟଣା ସମ୍ପର୍କରେ କିଛି କହୁ ନ ଥିଲେ। ଏନେଇ ପୀଡ଼ିତାଙ୍କ ମା’ଙ୍କ ପକ୍ଷରୁ ଏତଲାକ୍ରମେ ମଞ୍ଚେଶ୍ୱର ଥାନା ପୋଲିସ ଏକ ମାମଲା (ନଂ. ୫୪୦/୨୦୧୯) ରୁଜୁ କରି ସୁଶାନ୍ତଙ୍କୁ ଗିରଫ କରିଥିଲା। କୋର୍ଟ ୧୧ଜଣଙ୍କ ସାକ୍ଷ୍ୟ ଓ ୧୦୪ଟି ପ୍ରଯୁଜ୍ୟ ଦସ୍ତାବିଜ ଆଧାରରେ ରାୟ ଶୁଣାଇଥିଲେ। ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ରାଜୀବ ସାସମଲ ଏବଂ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟର ବଳରାମ ଦେଓ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରାଣ କଥାରେ ସୃଷ୍ଟିତତ୍ତ୍ୱ

ଆମ ଦେଶରେ ଆମେ ଯେତେବେଳେ ସୃଷ୍ଟିର ପୌରାଣିକ କଥା ସମ୍ପର୍କରେ ବିଚାର କରୁ, ସେତେବେଳେ ସଂସ୍କୃତ କାହାଣୀ ଉପସ୍ଥାପନ କରିଥାଉ। ବିଶେଷକରି ବିଷ୍ଣୁ ଅନନ୍ତନାଗ ଉପରେ ଶୟନ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri