ପୁଅକୁ କିଡ୍‌ନୀ ଦେଲେ ବାପା

ଭୁବନେଶ୍ୱର, ୨୧ା୯(ବ୍ୟୁରୋ): ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି ଏମ୍ସ ଭୁବନେଶ୍ୱର। ଏମ୍ସରେ ପ୍ରଥମ କିଡ୍‌ନୀ ପ୍ରତିରୋପଣ ସଫଳ ହୋଇଛି। ପିତା ଓ ପୁତ୍ରଙ୍କ ମଧ୍ୟରେ ଏହି କିଡ୍‌ନୀ ପ୍ରତିରୋପଣ ହୋଇଥିଲା। ଅସୁସ୍ଥ ପୁଅକୁ ପିତା ନିଜ କିଡ୍‌ନୀ ଦାନ କରିଥିଲେ। ପ୍ରତିରୋପଣ ପରେ ଉଭୟ ପିତା ଓ ପୁତ୍ର ସୁସ୍ଥ ଥିବା ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି। କିଡ୍‌ନୀ ଦାତାଙ୍କୁ ପ୍ରତିରୋପଣର ତୃତୀୟ ଦିନରେ ହସ୍ପିଟାଲରୁ ଡିସ୍‌ଚାର୍ଜ କରାଯାଇଥିଲା। ସେହିପରି କିଡ୍‌ନୀ ପ୍ରତିରୋପଣ ହୋଇଥିବା ଯୁବକଙ୍କୁ ମଧ୍ୟ ଇତିମଧ୍ୟରେ ଡିସ୍‌ଚାର୍ଜ କରାଯାଇଛି। ଏହାପରେ ଯୁବକଙ୍କ ପରିସ୍ରା ଫଳାଫଳ, ରକ୍ତ ପରୀକ୍ଷା ଫଳ ଏବଂ କ୍ରିଏଟିନାଇନ ସ୍ତର ସାଧାରଣ ରହିଥିବା ଚିକିତ୍ସକମାନେ ପ୍ରକାଶ କରିଛନ୍ତି। ଉଭୟ ସୁସ୍ଥ ଥିବାରୁ ଏହି ପ୍ରତିରୋପଣରେ ସାମିଲ ଡାକ୍ତରୀ ଦଳ ସନ୍ତୋଷ ପ୍ରକାଶ କରିଛନ୍ତି। ଏ ନେଇ ଏମ୍ସ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପ୍ରଫେସର ଡା. ଆଶୁତୋଷ ବିଶ୍ୱାସ ଖୁସିବ୍ୟକ୍ତ କରିବା ସହିତ ସମସ୍ତ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ଉଚ୍ଚ ରକ୍ତଚାପ ଏବଂ ଅନ୍ୟାନ୍ୟ କିଡ୍‌ନୀ ରୋଗର ବୃଦ୍ଧି ସହିତ ସମାଜରେ କ୍ରୋନିକ୍‌ କିଡ୍‌ନୀ ରୋଗ(ସିକେଡି) ସଂଖ୍ୟା ବୃଦ୍ଧି ପାଉଛି। ଏଣୁ ପୂର୍ବ ଭାରତରେ ବୃକକ ପ୍ରତିରୋପଣ ସେବାର ଆବଶ୍ୟକତା ବୃଦ୍ଧି ପାଉଛି। ଘରୋଇ ଡାକ୍ତରଖାନାଗୁଡ଼ିକରେ ପ୍ରତିରୋପଣ ପ୍ରକ୍ରିୟା ବ୍ୟୟବହୁଳ ହୋଇଥାଏ। କିନ୍ତୁ ଏମ୍ସରେ ଏହି ସେବା ଆରମ୍ଭ ହେବାରୁ ସମାଜର ସମସ୍ତ ବର୍ଗର ଲୋକ ସୁଲଭ ମୂଲ୍ୟରେ ପ୍ରତିରୋପଣ ସେବାର ଲାଭ ନେବା ସହିତ ସୁସ୍ଥ ଜୀବନଯାପନ କରିପାରିବେ ବୋଲି ଡା. ବିଶ୍ୱାସ କହିଛନ୍ତି। ଏଥିସହିତ ଖୁବ୍‌ଶୀଘ୍ର ଏମ୍ସ ଭୁବନେଶ୍ୱରରେ ଯକୃତ ଏବଂ ଅସ୍ଥିମଜ୍ଜା ପ୍ରତିରୋପଣ ଆରମ୍ଭ ହେବ ଏବଂ ଏଥିପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସେ ସୂଚନା ଦେଇଛନ୍ତି। ନେଫ୍ରୋଲୋଜି ବିଭାଗର ଡା. ସନ୍ଦୀପ ପଣ୍ଡା କିଡ୍‌ନୀ ପ୍ରତିରୋପଣ କରିଥିବା ଡାକ୍ତରୀ ଦଳର ନେତୃତ୍ୱ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ୟୁରୋଲୋଜି ବିଭାଗ ମୁଖ୍ୟ ଡା. ପ୍ରଶାନ୍ତ ନାୟକ, ଡା. ମନୋଜ ଦାସ, ଡା. ସ୍ବର୍ଣ୍ଣେନ୍ଦୁ ମଣ୍ଡଳ, ଡା. ସମ୍ବିତ ତ୍ରିପାଠୀ ପ୍ରମୁଖ ସାମିଲ ଥିଲେ। ପିଜିଆଇଏମ୍‌ଆର୍‌ ଚଣ୍ଡିଗଡ଼ର ପ୍ରଫେସର ଦୀପେଶ ବୋମିନ କେନୱାର ଏମ୍ସରେ ହୋଇଥିବା କିଡ୍‌ନୀ ପ୍ରତିରୋପଣରେ ପରାମର୍ଶ ଦେବା ନିମନ୍ତେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri