ବାପା ହୋଇ ଝିଅକୁ କଲେ ଗର୍ଭବତୀ: ପେଟରେ ଏବେ ୫ ମାସର ପିଲା…

ଧର୍ମଶାଳା,୧୩।୯(ଶିବପ୍ରାସାଦ ମହାନ୍ତି): ବାପ ଝିଅ ପବିତ୍ର ସମ୍ପର୍କରେ କଳଙ୍କ। ଏଭଳି ଏକ ଲଜ୍ଜା ଜନକ ଘଟଣା ସମସ୍ତଙ୍କୁ ବିଚଳିତ କରିଛି। ଜଣେ ବାପା ପୋଷ୍ୟ ଝିଅ ସହିତ ଶାରିରୀକ ସମ୍ପର୍କ ରଖି  ତାଙ୍କୁୁ ଅନ୍ତସତ୍ତ୍ୱା କରିଦେଇଥିବା ଘଟଣା ସମଗ୍ର ଧର୍ମଶାଳା ଅଞ୍ଚଳରେ ଏକ ଚର୍ଚ୍ଚାର ବିଷୟ ପାଲଟିଛି ।  ଧର୍ମଶାଳା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ବ୍ୟକ୍ତି ଝିଅ କରି ରଖିଥିବା ଜନୈକ ନାବାଳିକା ସହିତ ଶାରିରୀକ ସମ୍ପର୍କ ରଖି ତାକୁ ଅନ୍ତସତ୍ତ୍ୱା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଛି ।
ସୂଚନା ମୁତାବକ, ଦିବ୍ୟାଙ୍ଗ ବ୍ୟକ୍ତି ଜଣଙ୍କ   ଜଣେ ନାବାଳିକଙ୍କୁ  ନିଜର ଝିଅ କରି ଘରେ ରଖିଥିଲେ । ବାପା ଜଣେ  ଦିବ୍ୟାଙ୍ଗ ହୋଇଥିବାରୁ ନାବାଳିକାଟି ତାଙ୍କର ସେବା କରି ତାଙ୍କ ଘରେ ରହୁଥିଲା । ଏହାର ସୁଯୋଗନେଇ ବାପା ଜଣଙ୍କ ଉକ୍ତ ନାବାଳିକାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିଲେ। ସେ ୫ ମାସର ଅନ୍ତସତ୍ତ୍ୱା ହୋଇଥିବା ଜଣାପଡିଛି । ତେବେ ଲୋକ ଲଜ୍ଜା ଯୋଗୁ ପୀଡିତା ଜଣଙ୍କ ନିଜ ଘରେ ଏସମ୍ପର୍କରେ ଜଣାଇ ନ ଥିଲା । ଅନ୍ୟପକ୍ଷେ କାହାରିକୁ କହିଲେ ତାଙ୍କୁ ଜୀବନରୁ ମାରିଦିଆଯିବ ବୋଲି ଅଭିଯୁକ୍ତ ବାପା ଧମକ ଦେଇଥିଲା ବୋଲି ପୀଡିତା ତାଙ୍କ ମା’ ଆଗରେ ସ୍ବିକାର କରଛନ୍ତି। ତେବେ ଏନେଇ ପୀଡିତାରଙ୍କ ମା’ ଧର୍ମଶାଳା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ୫୭୨/୨୫ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁୁ ଗିରଫ କରି ଡକ୍ତରୀ ମାଇନା କରିବା ପରେ କୋର୍ଟଚାଲାଣ କରାଯାଇଛି । ସେହିପରି ପୀଡିତା ନାବାଳିକାଙ୍କ ୧୬୪ ରେକର୍ଡ ବୟାନ କରାଯିବା ପାଇଁ ତାକୁ  ଯାଜପୁର ଟାଉନସ୍ଥିତ ସଟଷ୍ଟେ ହୋମରେ ରଖାଯାଇଛି ବୋଲି  ଥାନା ଅଧିକାରୀ ରଞ୍ଜନ କୁମାର ମାଝି ସୂଚନା ଦେଇଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲିଂ: ଫେକ ଆକାଉଣ୍ଟ ଖୋଲି ଛାଡୁଥିଲେ…

ଜଗତ୍‌ସିଂହପୁର,୩୧ା୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବ୍ଲାକ ମେଲିଂ ଅଭିଯୋଗରେ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ନନ୍ଦିପଡ଼ା…

୧୯ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ: ବିଜୟ ସହ ଭାରତର ଅଭିଯାନ ଆରମ୍ଭ

ପୋଖରା, ୩୧ା୧:ସ୍ଥାନୀୟ ପୋଖାରା ରଙ୍ଗଶାଂଳା ଷ୍ଟାଡିୟମରେ ଆୟୋଜକ ନେପାଳ ବିପକ୍ଷରେ ୧-୦ ଗୋଲ୍‌ରେ ବିଜୟ ହାସଲ କରି ଭାରତ ୧୯ ବର୍ଷରୁ କମ୍‌ ସାଫ୍‌ ମହିଳା ଫୁଟ୍‌ବଲ…

ମାଗଣାରେ ରୋଗୀଙ୍କୁ ମେଡିକାଲ ନେବାକୁ ନିଆରା ପ୍ରୟାସ: ଅଟୋ ଶୁଭାରମ୍ଭ କଲେ ବିଡିଓ

ବିଷମକଟକ,୩୧।୧ (ପ୍ରସନ୍ନ କୁମାର ପଣ୍ଡା) : ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ହାଟ ମୁନିଗୁଡ଼ା ପଞ୍ଚାୟତରେ ରୋଗୀ ସେବା ଯୋଗାଇଦେବାକ ଏକ ଛୋଟ ପ୍ରୟାସ କରାଯାଇଛି।…

ନଳିନୀ ବିଦ୍ୟା ମନ୍ଦିରରେ ଝାଡ଼ାବାନ୍ତି ଆତଙ୍କ: ଜଣେ ଛାତ୍ରୀ ମୃତ, ୪୦ ଗୁରୁତର

ବିଷମ କଟକ, ୩୧।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ ଅନ୍ତର୍ଗତ ଚାଟିକଣା ପଞ୍ଚାୟତରେ ମଙ୍ଗଳ ବିଭାଗ ଦ୍ୱାରା ପରିଚାଳନିତ ନଳିନୀ ବିଦ୍ୟାମନ୍ଦିରର ହଷ୍ଟେଲରେ ଶୁକ୍ରବାରଠାରୁ…

ଖଣି ଭୁଶୁଡ଼ି ଚାଲିଗଲା ୨୦୦ ଲୋକଙ୍କ ଜୀବନ, ପଶି ରହିଛନ୍ତି ଅନେକ…

ଗୋମା(କଙ୍ଗୋ),୩୧ା୧ପୂର୍ବ କଙ୍ଗୋର କୋଲଟାନ ଖଣି ଅଞ୍ଚଳରେ କେତେକ ଖଣି ଭୁଶୁଡ଼ିପଡ଼ିବାରୁ ଅନୂ୍ୟନ ୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଶନିବାର ବିଦ୍ରୋହୀ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏମ୍‌୨୩…

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri