ଆତ୍ମହୁତି ପୂର୍ବରୁ ଆଇସିସିଙ୍କୁ ଗୁହାରି ଜଣାଇଥିଲେ ବାପା

ବାଲେଶ୍ୱର,୧୯।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ଏଚ୍‌ଓଡି ସମୀର ସାହୁ ମାନସିକ ନିର୍ଯାତନା ଦେଉଥିବା ନେଇ ଗତ ୧ ତାରିଖରେ ତତ୍କାଳୀନ ଅଧ୍ୟକ୍ଷ ଦିଲୀପ ଘୋଷଙ୍କଠାରେ ଅଭିଯୋଗ ହୋଇଥିଲା। କଲେଜର ଇଣ୍ଟରନାଲ କମ୍ପ୍ଲେଣ୍ଟ କମିଟି (ଆଇସିସି) ଗଠନ କରାଯାଇ ତଦନ୍ତ ଦାୟିତ୍ୱ ଦିଆଯାଇଥିଲା। ୭ଦିନ ଭିତରେ ପଦକ୍ଷେପ ନିଆଯିବ ବୋଲି ଅଧ୍ୟକ୍ଷ ପ୍ରତିଶ୍ରୁତି ଦେଇଥିଲେ। ଏହି ଅବସରରେ ସୌମ୍ୟାଶ୍ରୀଙ୍କ ବାପା ଅଧ୍ୟକ୍ଷଙ୍କଠାରେ ପହଞ୍ଚିଥିଲେ। ଏ ଦିଗରେ ଦୃଷ୍ଟି ଦିଆ ନ ଗଲେ ଝିଅ କିଛି ବି କରିପାରେ ବୋଲି ଆଇସିସି ନିକଟରେ ଲିଖିତ ଅଭିଯୋଗରେ ଦର୍ଶାଇଥିଲେ।
କଲେଜରେ ଏତେ ଶିକ୍ଷକ ଥିଲା ବେଳେ ସମୀର ସାର୍‌ଙ୍କ ନାଁରେ ଅଭିଯୋଗ କାହିଁକି ବୋଲି ପ୍ରଶ୍ନ ଉଠାଇଥିଲେ।  ଝିଅ ୨୦/୨୨ ଦିନ କଲେଜ ଯାଇ ନ ଥିବା କଥା ସମୀର ସାର୍‌ଙ୍କୁ ସେ ଜଣାଇଥଲେ। ଝିଅ ପାଠ ପଢୁନି କହିବାରୁ ପାଠ ମନସ୍କ କରାଇବାକୁ ସାର୍‌ଙ୍କୁ କହିଥିଲେ।
ଝିଅକୁ ପଚାରିବାରୁ ୪ ମିନିଟ୍‌ ବିଳମ୍ବ ହେବାରୁ କ୍ଲାସ ବାହାରେ ଛିଡ଼ା କରିବା ସହ ସମୀର ସାର୍‌ ଅପମାନିତ କରି ବାହାର କରିଦେବା କଥା କହିଥିଲେ। ଝିଅର ସାଙ୍ଗମାନଙ୍କ ସହ କଥା ହୋଇ ମାନସିକ ଅବସାଦ କଥା ଜାଣିଥିଲି। କ୍ଲାସ୍‌ରେ ୬ ବର୍ଷ ରଖିବେ କହି ଅପମାନିତ କରିଥିଲେ ସାର୍‌। ଏଥିପାଇଁ କିଛି ପିଲା ଝିଅକୁ ଟାହି ଟାପରା କରୁଥିବା ସାଙ୍ଗମାନେ ଜଣାଇଥିଲେ।  ସାର୍‌ଙ୍କ ଅଶାଳୀନ ମନ୍ତବ୍ୟ ଓ ଅଶ୍ଳୀଳ ଇଙ୍ଗିତ ସମ୍ପର୍କରେ ଝିଅ ତା’ ମାଆଙ୍କୁ କହିଥିଲା ବୋଲି ସୌମ୍ୟାଶ୍ରୀଙ୍କ ବାପା ଅଧ୍ୟକ୍ଷ ଓ ଆଇସିସି ନିକଟରେ ଜଣାଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୩୨ ରନ୍‌ କରି ଐତିହାସିକ ବିଜୟ ହାସଲ କଲା ଭାରତ, ଚମତ୍କାର କଲେ ଅକ୍ଷର ପଟେଲ

ନୂଆଦିଲ୍ଲୀ,୨୩।୯: ସାନୋ ଷ୍ଟାଡିୟମରେ ଖେଳାଯାଇଥିବା ଏକମାତ୍ର ଟି-୨୦ ମ୍ୟାଚ୍‌ରେ ଜାପାନକୁ ୨ ରନ୍‌ରେ ହରାଇଛି ଭାରତ। ବର୍ଷା ଯୋଗୁ ମ୍ୟାଚ୍‌କୁ ୫-୫ ଓଭରକୁ କମାଇ ଦିଆଯାଇଥିଲା। ଭାରତ…

ଭୁଲ ଇଞ୍ଜେକ୍ସନ ଯୋଗୁ କିନ୍ନରଙ୍କ ମୃତ୍ୟୁ ଅଭିଯୋଗ: ହସ୍ପିଟାଲ ଘେରିଲେ କିନ୍ନର ସମାଜ

ଦେବଗଡ଼, ୨୩।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କିନ୍ନରଙ୍କ ମୃତ୍ୟୁକୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ…

ମାତ୍ର ୧୬ ରନ୍‌ କରି ପ୍ଲେୟର ଅଫ ଦି ମ୍ୟାଚ୍‌ ପୁରସ୍କାର ଜିତିଲେ ଶ୍ରେୟସ ଆୟର: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଐତିହାସିକ ଟି-୨୦ ମ୍ୟାଚ ଶେଷରେ ଖେଳାଯାଇଛି। ଏହି ମୁକାବିଲାକୁ ନେଇ ଆରମ୍ଭରୁ ଉତ୍ସାହ ରହିଥିଲା। ହେଲେ ବର୍ଷା ଯୋଗୁ ମ୍ୟାଚ୍‌କୁ…

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

ଗଭୀର ଅବପାତ: ଗଞ୍ଜାମରେ ପ୍ରଶାସନର ହାଇ-ଆଲର୍ଟ, ୨୧୬ ଜଣ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର

ଛତ୍ରପୁର, ୨୨।୯(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ଗଭୀର ଅବପାତ ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟର ମୁକାବିଲା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ ସତର୍କତାମୂଳକ ପଦକ୍ଷେପ…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?