Posted inଜାତୀୟ

ବୋହୂଙ୍କ ମୁଣ୍ଡରୁ ଓଢଣୀ ଖସିଯିବାରୁ ଶ୍ୱଶୁର ନେଲେ ଏମିତି ନିଷ୍ପତ୍ତି

ଗୁରୁଗାଓଁ,୨୫।୧୨: ଦିଲ୍ଳୀର ଗୁରୁଗାଓଁରେ ଏକ ଅଭାବନୀୟ ଘଟଣା ଘଟିଛି। ରୋଷେଇ ଘରେ କାମ କରୁଥିବାବେଳେ ଜଣେ ମହିଳାଙ୍କ ମୁଣ୍ଡରୁ ଓଢଣୀ ଖସିଯିବାରୁ ଶ୍ୱଶୁର ଏବଂ ଦିଅର ମିଶି ତାଙ୍କୁ ପିଟିବା ସହ ଅସଦାଚରଣ କରିଥିଲେ। ପୀଡିତା ଶୌଚାଳୟରେ ଲୁଚି ନିଜ ଜୀବନ ରକ୍ଷା କରିଥିଲେ। ସୂଚନା ପାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଡାକ୍ତରଖାନାକୁ ନେଇଥିଲା। ଅଭିଯୋଗକୁ ଭିତ୍ତି କରି ସେକ୍ଟର -୩୭ ପୋଲିସ ଷ୍ଟେଶନରେ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୋଲିସ। ହରି ନଗର ବାସିନ୍ଦା ସା କହିଛନ୍ତି ଯେ, ଡିସେମ୍ବର ୨୨ରେ ରୋଷେଇ ଘରେ କାମ କରୁଥିବାବେଳେ ତାଙ୍କ ମୁଣ୍ଡରୁ ଓଢଣୀ ଖସି ଯାଇଥିଲା। ଏଥିରେ ତାଙ୍କ ଶ୍ୱଶୁର ମହୀପାଲ ତାଙ୍କୁ ଗାଳିଗୁଲଜ କରିବା ସହ ତାଙ୍କୁ ଦୁର୍ବ୍ୟବହାର କରିବା ଆରମ୍ଭ କରିଥିଲେ। ଏହାପରେ ଦିଅର ଅମିତ ଭାଉଜଙ୍କୁ ବାଡେଇଥିଲେ। ଅଭିଯୋଗ ହୋଇଛି ଯେ ଯୌତୁକରେ ବାଇକ୍‌ ଆଣି ନ ଥିବାରୁ ତାଙ୍କ ଶ୍ୱଶୁର ତାଙ୍କୁ ଅନେକ ସମୟରେ ଥଟ୍ଟା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri