ବିଧବା ବୋହୂଙ୍କ ଗାଲ କାମୁଡ଼ିଲେ ଶ୍ୱଶୁର: ପରେ ଶାଶୁ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ, ୧୩ା୮ (କଳ୍ପତରୁ ନାୟକ):ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜନୈକ ଶ୍ୱଶୁର ନିଜର ବିଧବା ବୋହୂଙ୍କ ଗାଲ କାମୁଡି ଦେଇଥିବା ଜୁଲାଇ ୩୧ ରେ ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ବୋହୂ ଗ୍ରାମାଞ୍ଚଳ ଥାନାରେ ଅଭିଯୋଗ କରିଥିବା ବେଳେ ଶାଶୁ ପାଲଟା ଏତଲା ଦେଇଛନ୍ତି। ଏ ନେଇ ପୋଲିସ ଉଭୟଙ୍କ ଅଭିଯୋଗ ଉପରେ ଶାଶୁଙ୍କ ଅଭିଯୋଗକୁ ଭିତ୍ତି କରି ନଂ. ୨୭୩/୨୫ ଓ ବୋହୂଙ୍କ ଅଭିଯୋଗକୁ ନେଇ ନଂ. ୨୭୪/୨୫ରେ ମାମଲା ରୁଜୁ କରି ତଦନ୍ତ ଚଲାଇଛି।
ଅଭିଯୋଗ ଅନୁଯାୟୀ, ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ସ୍ତ୍ରୀ ବିଧବା ହୋଇଥିଲେ। ପରେ ତାଙ୍କ ଶ୍ୱଶୁର, ଶାଶୁ ଓ ଦିଅର ଶାରୀରିକ ଓ ମାନସିକ ନିର୍ଯାତନା ଦେଇଆସୁଛନ୍ତି। ସଦା ବେଳେ ଅଶ୍ଳୀଳ ଭାଷାରେ ଗାଳି ଗୁଲଜ ସହ ମାଡ ମାରିଆସୁଛନ୍ତି। ଏପରିକି ଘରୁ ବାହାର କରି ଦେବାକୁ ଧମକ ଦେଇଛନ୍ତି। ଯାହାଫଳରେ ନିର୍ଯାତନା ସହି ନ ପାରି ନିଜର ଛୋଟ ପିଲାମାନଙ୍କୁ ଧରି ବୋହୂ ନିଜ ଶାଶୁ ଘର ସଂଲଗ୍ନ ଏକ ଛୋଟ ଘରେ ରହି ଆସୁଥିଲେ। ସେଠାରେ ବର୍ଷାଦିନେ ପାଣି ଗଳିବାର ଶ୍ୱଶୁରଙ୍କୁ ବୋହୂ ଜଣାଇଥିଲେ। ପରେ ଶ୍ୱଶୁର, ଶାଶୁ ଓ ଦେଢ଼ଶୁର ଉତ୍ତ୍ୟକ୍ତ ହୋଇ ବୋହୂଙ୍କୁ ଗାଳି ଗୁଲଜ ଓ ମାରଧର କରିଥିଲେ। ଶ୍ୱଶୁର ରାଗି ଯାଇ ବୋହୂଙ୍କ ଗାଲ କାମୁଡ଼ି ଦେଇଥିଲେ। ଫଳରେ ବୋହୂଙ୍କ ଗାଲରୁ ରକ୍ତ ବାହାରିଥିଲା। ଏନେଇ ବୋହୂ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ମାତ୍ର ଘଟଣା ଦିନ ପ୍ରଥମେ ଶାଶୁ ଥାନାରେ ପହଞ୍ଚତ୍ ବୋହୂ ମାଡମାରି ଶ୍ୱଶୁରକୁ ତଳେ ପକାଇ ଦେଇଥିଲା। ମାଡିବସି ତାଙ୍କ ହାତକୁ କାମୁଡ଼ିବା ସହିତ ମୋ ହାତକୁ ମଧ୍ୟ କାମୁଡି ଦେଇଥିଲା। ଘଟଣା ସବୁ ଓ୍ବାଡ୍‌ ମେମ୍ବରଙ୍କ ଉପସ୍ଥିତିରେ ଘଟିଥିଲା। ଗ୍ରାମାଂଚଳ ଥାନା ପୋଲିସ ଉଭୟପକ୍ଷଙ୍କ ଏତଲାକୁ ଗ୍ରହଣ କରି ମାମଲା ରୁଜୁ ସହ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri