ଜ୍ୱାଇଁ ଟାଙ୍ଗିଆ ଚୋଟରେ ଶ୍ୱଶୁର ମୃତ

ପରଜଙ୍ଗ,୨୩।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ପଙ୍ଗାତିରା ଗାଁରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଦେଖିବାକୁ ମିଳିଛି। ଶୁକ୍ରବାର ବିଳମ୍ବିତ ରାତିରେ ଗାଁ ଦାଣ୍ଡରେ ଶ୍ୱଶୁରଙ୍କୁ ଟାଙ୍ଗିଆରେ ହାଣିଲେ ଜ୍ୱାଇଁ। ମୃତ ଶ୍ୱଶୁର ଜଣଙ୍କ ପରଜଙ୍ଗ ଥାନା ପଙ୍ଗାତିରା ଗଁାର ପର୍ଶୁରାମ ବାରିକ। ଜ୍ୱାଇଁ ରମଣ ବେହେରା ହତ୍ୟାକାଣ୍ଡ ଘଟାଇବା ପରେ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି।
ସୂଚନା ଅନୁଯାୟୀ, ୧୦ ବର୍ଷ ତଳେ ସ୍ବର୍ଗତ ପର୍ଶୁରାମଙ୍କ ଝିଅ ସେହି ଗାଁର ରମଣ ବେହେରାଙ୍କୁ ପ୍ରେମ ବିବାହ କରିଥିଲେ। ପର୍ଶୁରାମ ଜ୍ୱାଇଁକୁ ଯୌତୁକ ବାବଦକୁ ୩୦ ହଜାର ଟଙ୍କା ଦେଇଥିଲେ। ତେବେ ବିବାହ ପରଠାରୁ ଉଭୟ ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା ଲାଗି ରହୁଥିଲା, ଯାହାକୁ ନେଇ ପର୍ଶୁରାମ ଝିଅ ଜ୍ବାଇଁଙ୍କୁ ବୁଝାଇ ଆସୁଥିଲେ। ମଙ୍ଗଳବାର ରାତିରେ ସ୍ତ୍ରୀକୁ ହତ୍ୟା କରିବା ପାଇଁ ରମଣ ଏକ ଯୋଜନା କରିଥିଲେ। ମାତ୍ର ଏସବୁର ସୁରାକ ପାଇ ବାପଘର ଲୋକଙ୍କୁ ଝିଅ ଖବର ଦେଇଥିଲେ। ଏକ ଫାଶୀ ଦଉଡି ଝୁଲାଇ ସ୍ତ୍ରୀକୁ ହତ୍ୟା କରିବା ପାଇଁ ଜଗି ବସିଥିଲେ ରମଣ, ଯାହାକୁ ନେଇ ଶ୍ୱଶୁର ଓ ଜ୍ବାଇଁଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ରମଣଙ୍କ ଟାଙ୍ଗିଆ ଚୋଟରେ ଶ୍ୱଶୁର ପର୍ଶୁରାମଙ୍କ ମୃତ୍ୟୁ ଘଟିଥିଲା। ଏ ନେଇ ମହାବିରୋଡ଼ ଫାଣ୍ଡିରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri