ଭିନ୍ନ ଏକ ରେବତୀ: ବାପା ଦିନ ମଜୁରିଆ, ଝିଅ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଟପ୍ପର, କହିଲେ-ଆଗକୁ ମୁଁ…

ବଲାଙ୍ଗୀର, ୬।୬ (ବୀରେନ୍ଦ୍ର କୁମାର ଝାଙ୍କର/ସୁନୀଲ କୁମାର ମହାନ୍ତି): ବ୍ୟାସକବି ଫକୀର ମୋହନ ଗଳ୍ପ ସେନାପତିଙ୍କ କାଳଜୟୀ ‘ରେବତୀ’କୁ ନେଇ ଓଡ଼ିଆ ସାହିତ୍ୟ ଜଗତ ମୁଖରିତ। ନାରୀ ଶିକ୍ଷାର ସଂଘର୍ଷ କାଳରେ ସାମାଜିକ କୁସଂସ୍କାର ବିରୋଧରେ ଏକ ବଳିଷ୍ଠ ଆହ୍ବାନ ରେବତୀ। ପାଠପଢାକୁ ନେଇ ଆଦ୍ୟ ସଂଘର୍ଷ ଏବଂ ଆତ୍ମପ୍ରତ୍ୟୟର ଏକ ଗଭୀର ପ୍ରତିବେଦନ ରେବତୀ। ହେଲେ ଆଜି ଭିନ୍ନ ଜଣେ ରେବତୀଙ୍କ ପାଇଁ ବଲାଙ୍ଗୀର ଚର୍ଚ୍ଚିତ। ସେ ହେଲେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ସ୍ନାତକୋତ୍ତର ଶ୍ରେଣୀ ଟପ୍ପର ରେବତୀ ସ୍ବାଇଁ । ଜଣେ ଦିନ ମଜୁରିଆଙ୍କ ଝିଅ ହେଲେ ମଧ୍ୟ ନିଜର ଗଭୀର ନିଷ୍ଠା, କଠିନ ପରିଶ୍ରମ ଏବଂ ଏକାଗ୍ରତା ଯୋଗୁ ସେ ଆଜି ବିଶ୍ବବିଦ୍ୟାଳୟ ଟପ୍ସର ହୋଇ ଇତିହାସ ରଚିଛନ୍ତି । ପ୍ରତିକୂଳ ପରିସ୍ଥିତିରେ ସଫଳତା ଲାଭ କରି ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ହୋଇଛନ୍ତି। ଶୁକ୍ରବାର ସାରେ ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ପରୀକ୍ଷା ଫଳ ପ୍ରକାଶ ପାଇଥିଲା । ସ୍ନାତକୋତ୍ତର ଶ୍ରେଣୀ ଛାତ୍ରୀ ରେବତୀ ସ୍ବାଇଁ ୯.୬୭ ସିଜିପିଏ ମାର୍କ ରଖି ବିଶ୍ୱବିଦ୍ୟାଳୟ ଟପ୍ସର ହୋଇଛନ୍ତି । ସେ ହେଉଛନ୍ତି ପ୍ରାଣୀବିଜ୍ଞାନ ବିଭାଗର ଛାତ୍ରୀ । ରେବତୀଙ୍କ ବାପା ସନ୍ତୋଷ ସ୍ବାଇଁ ଜଣେ ଦିନ ମଜୁରିଆ। ତାଙ୍କ ମା’ ଜୟନ୍ତୀ ଜଣେ ଗୃହିଣୀ । ସନ୍ତୋଷ ଓ ଜୟନ୍ତୀଙ୍କ ଦୁଇ ଝିଅ ରେବତୀ, ସେବତୀ ଏବଂ ଗୋଟିଏ ପୁଅ ରାଜା । ବଲାଙ୍ଗୀର ଜିଲା ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ କୁଲଥିପାଲି ଗାଁର ମୂଳ ବାସିନ୍ଦା ସନ୍ତୋଷ ଓ ଜୟନ୍ତୀ ନିଜ ଝିଅପୁଅଙ୍କୁ ପାଠ ପଢ଼ାଇବା ପାଇଁ ୨୦୨୧ରେ ବଲାଙ୍ଗୀର ଚାଲି ଆସିଥିଲେ। ଗାନ୍ଧୀନଗରପଡା ଠାରେ ଏକ ଭଡାଘର ନେଇ ଦିନ ମଜୁରିଆ କାମ କରି ସନ୍ତୋଷ ନିଜ ତିନି ଝିଅପୁଅଙ୍କୁ ପାଠ ପଢ଼ାଉଛନ୍ତି । ଗାଁ ସ୍କୁଲରେ ୫ମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ିବା ପରେ ବଡଝିଅ ରେବତୀ ମହୀମୁଣ୍ଡା ଓଡିଶା ଆଦର୍ଶ ବିଦ୍ୟାଳୟରେ ସିଟ୍‌ ପାଇଥିଲେ। ସେହି ବିଦ୍ୟାଳୟରେ ଯୁକ୍ତଦୁଇ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିବା ପରେ ୨୦୨୧ରେ ରାଜେନ୍ଦ୍ର ବିଶ୍ବବିଦ୍ୟାଳୟରେ ଯୁକ୍ତ ତିନି ଶ୍ରେଣୀରେ ନାମ ଲେଖାଇଥିଲେ। ରେବତୀ ଭବିଷ୍ୟତରେ ବୈଜ୍ଞାନିକ ହୋଇ କ୍ୟାନସର ରୋଗୀଙ୍କ ପାଇଁ ଔଷଧ ତିଆରି କରିବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି। ତାଙ୍କର ସଫଳତା ପାଇଁ ସେ ମା’ ବାପା, ସମସ୍ତ ପ୍ରଫେସର, କୁଳପତି, ଶିକ୍ଷୟିତ୍ରୀ ଶିକ୍ଷକ, ଭଉଣୀ, ଭାଇଙ୍କୁ କୃତଜ୍ଞତା ଜଣାଇଛନ୍ତି। ରେବତୀଙ୍କ ସଫଳତା ସମ୍ପର୍କରେ ଖବର ପାଇବା ପରେ ସ୍ବାସ୍ଥ୍ୟମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ଡ. ମୁକେଶ ମହାଲିଙ୍ଗ ତାଙ୍କୁ ଅଭିନନ୍ଦନ ଜଣାଇବା ସହ ଆର୍ଥକ ସହାୟତା ପ୍ରଦାନ କରିଥିବା ଜଣାପଡିଛି। ଆଗକୁ ମଧ୍ୟ ତାଙ୍କ ପାଠପଢ଼ାରେ ସେ ସହାୟତା କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି I ରେବତୀଙ୍କ ପାଖକୁ ଏବେ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri