Posted inଜାତୀୟ

ପୁଅ ବୟସ୍କ ହେବା ପର୍ଯ୍ୟନ୍ତ ଭରଣ-ପୋଷଣ ଦାୟିତ୍ୱ ବାପାଙ୍କର…

ନୂଆଦିଲ୍ଲୀ,୨।୧୨: ସୁପ୍ରିମକୋର୍ଟ କହିଛନ୍ତି ଯେ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବିବାଦରେ ପିଲାଙ୍କର କୌଣସି ସମସ୍ୟା ନହେବା ଉଚିତ। ପୁଅ ବୟସ୍କ ହେବା ପର୍ଯ୍ୟନ୍ତ ଭରଣ ପୋଷଣ ଦାୟିତ୍ୱ ବାପାଙ୍କର। ବିଚାରପତି ଏମ୍‌.ଆର୍‌. ଶାହା ଏବଂ ଏ.ଏସ୍‌. ବୋପାନ୍ନାଙ୍କ ନେତୃଥ୍ବରେ ଗଠିତ ଖଣ୍ଡପୀଠ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି।

ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ାରେ ପିଲାମାନେ ଯନ୍ତ୍ରଣା ଭୋଗିବା ଉଚିତ ନୁହେଁ। ଶିଶୁର ବିକାଶ ବଜାୟ ରଖିବା ପାଇଁ ପିତାଙ୍କ ଦାୟିତ୍ୱ। ମା’ ରୋଜଗାର କରୁ ନଥିବା ସ୍ଥଳେ ପିଲାଙ୍କ ସମ୍ପୂର୍ଣ୍ଣ ଦାୟିତ୍ୱ ପିତାଙ୍କର ବୋଲି ଶୀର୍ଷକୋର୍ଟ କହିଛନ୍ତି। ଜୟପୁରର ଏକ ମାମଲାରେ କୋର୍ଟ ଏଭଳି ରାୟ ଦେଇଛନ୍ତି।

ସମ୍ବିଧାନର ଧାରା ୧୪୨ ଅନୁଯାୟୀ ସୁପ୍ରିମକୋର୍ଟ ପରିବାର କୋର୍ଟ ଏବଂ ହାଇକୋର୍ଟଙ୍କ ଛାଡପତ୍ରର ନିଷ୍ପତ୍ତି ସମ୍ପର୍କରେ କହିଛନ୍ତି ଯେ,ଏଥିରେ ପିତାଙ୍କୁ ପ୍ରତି ମାସରେ ୫୦,୦୦୦ ଟଙ୍କା ଭରଣ ପୋଷଣ ଯୋଗାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ ’୨୦୧୧ ଦମ୍ପତି ଏକାଠି ରହୁ ନାହାଁନ୍ତି। ଡିସେମ୍ବର ୨୦୧୯ ଠାରୁ ପିତା ଭରଣ ପୋଷଣ ଦେବା ବନ୍ଦ କରିଦେଇଛନ୍ତି। ୧୫ ନଭେମ୍ବର, ୨୦୧୨ ରେ ଦିଆଯାଇଥିବା ଆଦେଶର ପ୍ରତିପାଳନ କରାଯାଉ ନ ଥିବା ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।

ଶୀର୍ଷକୋର୍ଟ ପୁଅର ଭରଣ ପୋଷଣ ପାଇଁ ମାସକୁ ଧାର୍ଯ୍ୟ ହୋଇଥିବା ୫୦,୦୦୦ ଟଙ୍କା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ୨୦୧୯ରୁ ନଭେମ୍ବର ୨୯୨୧ ପର୍ଯ୍ୟନ୍ତ ବକେୟା ଥିବା ଭରଣ ପୋଷଣ ଟଙ୍କା ଆଠ ସପ୍ତାହ ମଧ୍ୟରେ ପ୍ରଦାନ କରାଯିବାକୁ କୋର୍ଟ ନିର୍ଦ୍ଦେଶ ଜାରି କରିଛନ୍ତି।

୨୦୦୫ ନଭେମ୍ବର ୧୬ରେ ଏହି ଦମ୍ପତି ବିବାହ କରିଥିଲେ ଏବଂ ଅଭିଯୁୂକ୍ତ ବ୍ୟକ୍ତି ଜଣକ ସେତେବେଳେ ଭାରତୀୟ ସେନାରେ ମେଜର ଭାବରେ କାର୍ଯ୍ୟ କରୁଥିଲେ। ବର୍ତ୍ତମାନ ସେମାନଙ୍କ ପୁଅକୁ ୧୩ ବର୍ଷ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଲୋକ ସଭା ଇତିହାସରେ ପ୍ରଥମ ଥର, ଗୃହର କାର୍ଯ୍ୟକାଳ ସମୟରେ ପ୍ରତିଧ୍ୱନିତ ହେଲା ‘ବନ୍ଦେ ମାତରମ’

ନୂଆଦିଲ୍ଲୀ,୧୩।୮: ମୌସୁମୀ ଅଧିବେଶନର ଶେଷ ଦିନରେ ଲୋକ ସଭାର କାର୍ଯ୍ୟକାଳ ‘ବନ୍ଦେ ମାତରମ’ ଗାନ ସହିତ ଆରମ୍ଭ ହୋଇଥିଲା। ଏମିତି ଘଟଣା ସଂସଦରେ ପ୍ରଥମ ଥର ପାଇଁ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ୩ବର୍ଷ କାରାଦଣ୍ଡ, ଜାଣନ୍ତୁ କାରଣ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ବରଗଡର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନା ଏକ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗୁରୁବାର ଭିଜିଲାନ୍ସ ସ୍ବତନ୍ତ୍ର ବିଚାରପତି ଦଣ୍ଡସେନାଙ୍କ…

ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…

ଭଞ୍ଜନଗର,୧୩ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ଏକ ଘୃଣ୍ୟ ଘଟଣା ଘଟିଛି। ଜଣେ ୪୦ ବର୍ଷର ବିବାହିତ ଯୁବକ ତାଙ୍କ ସାଙ୍ଗର ୪ ବର୍ଷର…

‘ମୁଁ ବି RSSକୁ ସୁରକ୍ଷା ଦେବି…’, ରାହୁଲ ଗାନ୍ଧୀଙ୍କ ଏମିତି ବୟାନକୁ ନେଇ ଉଠିଲାଣି ରାଜନୈତିକ ଝଡ଼!

ନୂଆଦିଲ୍ଲୀ,୧୩।୮: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଦ୍ୱାରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ସମ୍ପର୍କରେ ଦିଆଯାଇଥିବା ଏକ ବିବୃତ୍ତି ଏକ ନୂତନ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri