ଏବେ ବି ବାପା ନିଖୋଜ

ରାୟଗଡ଼ା ଅଫିସ, ୧୮।୧୦: ରାୟଗଡ଼ାସ୍ଥିତ ନାଗାବଳୀ ନଦୀ ଝୁଲାପୋଲ ନିକଟରୁ ରବିବାର ଭାସିଯାଇଥିବା ବାପ ପୁଅଙ୍କ ମଧ୍ୟରୁ ସୋମବାର ପୁଅଙ୍କ ମୃତଦେହ ମିଳିଛି। ରାୟଗଡ଼ାରୁ ୩ କିଲୋମିଟର ଦୂର ବେହେରାଗୁଡ଼ାରୁ ଅଗ୍ନିଶମ ବାହିନୀ କେ. ଜିତେନ୍ଦ୍ରଙ୍କ ମୃତଦେହ ଜବତ କରିଛି। ତେବେ ତାଙ୍କ ବାପା କେ. ଶ୍ରୀନିବାସଙ୍କର କୌଣସି ପତ୍ତା ମିଳିନାହିଁ।
ସୂଚନାନୁଯାୟୀ ପାରଳାଖେମୁଣ୍ଡି ଥାନା ଅଧୀନ ଦୁର୍ଗମପେଟାର କେ. ଶ୍ରୀନିବାସ ତାଙ୍କ ପରିବାର ଓ ସମ୍ପର୍କୀୟଙ୍କ ସହ ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ଦର୍ଶନ ପାଇଁ ଆସିଥିଲେ। ଦର୍ଶନ ପରେ ସେମାନେ ନାଗାବଳୀ ନଦୀ ତଟକୁ ବୁଲାବୁଲି କରିବାକୁ ଯାଇଥିଲେ। ଏହି ସମୟରେ କେ.ଶ୍ରୀନିବାସଙ୍କ ପାଦରେ ବାଲି ଲାଗିଯିବାରୁ ସେ ଧୋଇହେବାକୁ ନଦୀକୁ ଯାଇ ଭାସିଯାଇଥିଲେ । ପାଖରେ ଥିବା ପୁଅ ଜିତେନ୍ଦ୍ର ବାପାଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିବାବେଳେ ସେ ମଧ୍ୟ ନଦୀସ୍ରୋତରେ ଭାସିଯାଇଥିଲେ। ପାଖରେ ଉପସ୍ଥିତ ଥିବା ଲୋକେ ରାୟଗଡ଼ା ଥାନା ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ଖୋଜାଖୋଜି କରିଥିଲେ। କିନ୍ତୁ ରବିବାର ସେମାନଙ୍କର କୌଣସି ଖବର ମିଳିପାରି ନ ଥିଲା। ସୋମବାର ଜିତେନ୍ଦ୍ରଙ୍କର ମୃତଦେହ ମିଳିବା ପରେ ରାୟଗଡ଼ା ଟାଉନ ଥାନା ପୋଲିସ ଏକ ମାମଲା (ନଂ.୪୧/୨୧) ରୁଜୁ କରିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଯାଇ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ବୋଲି ରାୟଗଡା ଟାଉନ ଥାନା ଅଧିକାରୀ ରଶ୍ମିରଞ୍ଜନ ପ୍ରଧାନ


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri