ନିଶା ଖାଇ ହଇରାଣ କରୁଥିଲେ, ମାରିକି ପୋତିଦେଲେ ବାପା

ଫୁଲବାଣୀ ଅଫିସ,/ବାଲିଗୁଡ଼ା(ଡି.ଏନ୍‌.ଏ.)୧୭।୯: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ୨ଟି ହତ୍ୟାକାଣ୍ଡ ଘଟିଛି। ଗୁରୁବାର ରେବିଙ୍ଗିଆ ଗ୍ରାମର ବ୍ୟବସାୟୀ ନବଘନ ସାହୁଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏହି ଘଟଣାରେ ଅଭିଯୁକ୍ତ ତାଙ୍କ ପଡ଼ୋଶୀ ଭୀମ ବେହେରାଙ୍କୁ ଶୁକ୍ରବାର ଗିରଫ କରାଯାଇଛି। ସେହିପରି ଅନ୍ୟ ଏକ ହତ୍ୟାକାଣ୍ଡ ପରମପାଙ୍ଗା ପାଖ ପାଙ୍ଗୁରମିଲା ଗ୍ରାମରେ ଘଟିଛି ା ବାପା ନିଜ ପୁଅଙ୍କୁ ହତ୍ୟା କରି ମାଟି ତଳେ ପୋତି ଦେଇଛନ୍ତି। ହତ୍ୟାକାଣ୍ଡରେ ଅନ୍ୟ ଦୁଇ ପୁଅ ମଧ୍ୟ ସାମିଲ ଅଛନ୍ତି। ଘଟଣାର ୪ ଦିନ ପରେ ଏହା ପଦାକୁ ଆସିଛି । ପରମପାଙ୍ଗା ସରପଞ୍ଚ ରମେଶ ମଲ୍ଲିକଙ୍କ ଅଭିଯୋଗ କ୍ରମେ ପୋଲିସ ଅଭିଯୁକ୍ତ ବାପା ଏବଂ ଦୁଇ ପୁଅଙ୍କୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି।

ପାଙ୍ଗୁରମିଲା ଗ୍ରାମର ଭାସ୍କର ପୂଜାରୀ ଓ ପୁଅ ଚୈତନ୍ୟ (୨୧)ଙ୍କ ମଧ୍ୟରେ କୌଣସି କାରଣରୁ ଅଧିକାଂଶ ସମୟରେ ଝଗଡ଼ା ଲାଗି ରହୁଥିଲା। ଏଥିରେ ପ୍ରତିଶୋଧ ପରାୟଣ ହୋଇ ଗତ ମଙ୍ଗଳବାର ଭାସ୍କର, ଅନ୍ୟ ଦୁଇ ପୁଅ ପ୍ରଫୁଲ୍ଲ ଏବଂ ଜାମ୍ବେବନଙ୍କ ସହ ମିଶି ଚୈତନ୍ୟଙ୍କୁ ହତ୍ୟା କରିଥିଲେ। କେହି ଜାଣିବା ପୂର୍ବରୁ ସେମାନେ ମୃତଦେହକୁ ନେଇ ଗ୍ରାମ ନିକଟ ଜଙ୍ଗଲରେ ପୋତି ଦେଇଥିଲେ। ଚୈତନ୍ୟଙ୍କୁ ଗ୍ରାମବାସୀ ଦେଖୁ ନ ଥିବାରୁ ତାଙ୍କ ପରିବାର ଲୋକଙ୍କୁ ପଚାରିଥିଲେ। ହେଲେ ସେମାନେ କୌଣସି ଉତ୍ତର ଦେଉ ନ ଥିଲେ। ସନ୍ଦେହ ହେବାରୁ ଗ୍ରାମବାସୀ ଏ ସମ୍ପର୍କରେ ସରପଞ୍ଚଙ୍କୁ ଜଣାଇଥିଲେ। ସରପଞ୍ଚ ବାଲିଗୁଡ଼ା ଥାନାରେ ଏତଲା ଦେଇଥିଲେ। ସରପଞ୍ଚଙ୍କ ଏତଲାକୁ ଭତ୍ତି କରି ପୋଲିସ ଗୁରୁବାର ଭାସ୍କର, ପ୍ରଫୁଲ୍ଲ, ଜାମ୍ବେବନଙ୍କୁ ଅଟକ ରଖି ପଚରାଉଚୁରା କରିଥିଲା। ଶୁକ୍ରବାର ପୋଲିସ ସାଇଟିଫକ୍‌ ଟିମ୍‌ ସହ ଘଟଣାସ୍ଥଳକୁ ଯାଇ ମାଜିଷ୍ଟ୍ରେଟ ଶଶାଙ୍କ ଶେଖର ପାତ୍ରଙ୍କ ଉପସ୍ଥିତିରେ ମାଟି ଖୋଳି ମୃତଦେହକୁ ବାହାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏ ନେଇ ଭାସ୍କର କହିଛନ୍ତି ପୁଅ ସବୁବେଳେ ନିଶା ଖାଇ ହଇରାଣ କରୁଥିଲେ। ସେ ନିଜେ ରଶି ଲାଗାଇ ଆତ୍ମହତ୍ୟା କରିଛି, ମଁୁ ତାକୁ ମାରି ନାହିଁ। କିନ୍ତୁ କାହିଁକି ମାଟି ତଳେ ପୋତିଲ ବୋଲି ପଚାରିବାରୁ ସେ କିଛି କହି ନାହାନ୍ତି। ତେବେବ୍ୟବଚ୍ଛେଦ ରିପୋର୍ଟ ଆସିଲେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଥାନା ଅଧିକାରୀ ବାବାଶଙ୍କର ସରାଫ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri