ଅନ୍ୟ ଜାତିରେ ବିବାହ କରିଥିଲେ ବାପା, ପୁଅର ମୃତଦେହ ଛୁଇଁଲେନି ସମାଜ ଲୋକେ

ଚନ୍ଦାହାଣ୍ଡି/ନବରଙ୍ଗପୁର,୨୯।୧୧(ଦିଲ୍ଲୀପ ଦାସ/ସଦଶିବ ପ୍ରହରାଜ): ଯେତେ ସଚେତନକଲେ ମଧ୍ୟ ଲୋକଙ୍କ ଭିତରେ ଏବେ ମଧ୍ୟ ଅନ୍ଧବିଶ୍ୱାସ, ଜାତିପ୍ରଥା ଭରି ରହିଛି। ଏହାର ସଦ୍ୟ ଉଦାହରଣ ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍‌ ଅଞ୍ଚଳରେ। ଗୁରୁବାର ରାତିରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିଲା। କିନ୍ତୁ ମୃତକଙ୍କ ବାପା ଅନ୍ୟ ଜାତିରେ ବିବାହ କରିଥିବାରୁ ତାଙ୍କ ସମାଜ ଲୋକ ମୃତଦେହ ଛୁଇଁଲେନାହିଁ। ଏବେକାର ସମାଜକୁ ଜାତିପ୍ରଥା କିଭଳି କବଳିତକରି ରଖିଛି ଏହା ହେଉଛି ତାହାର ଜ୍ୱଳନ୍ତ ଉଦାହରଣ।
ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଧୀନ ଅଣ୍ଟିପଡ଼ା ଗ୍ରାମର ନବୀନ ନାୟକ (୨୦) କିଡ୍‌ନୀ ରୋଗରେ ପୀଡ଼ିତ ହୋଇ ଗୁରୁବାର ରାତିରେ ମୃତ୍ୟୁବରଣ କରିଛନ୍ତି। କିନ୍ତୁ ତାଙ୍କ ମୃତଦେହ ଉଠାଇବାକୁ କେହି ଆସିଲେ ନାହିଁ। କାରଣ ନବୀନଙ୍କ ବାପା ଅନ୍ୟ ଜାତିରେ ବିବାହ କରିଥିଲେ। ଏପରିକି ନବୀନଙ୍କ ବାପା କିମ୍ବା ମା’ଙ୍କ ପରିବାର ଲୋକ ମଧ୍ୟ ଆସିଲେନାହିଁ। ଖବରପାଇ ଶୁକ୍ରବାର ସକାଳେ ସାମାଜକ କର୍ମୀ ଭରତ ବାଘ୍‌ ଏବଂ ଭାଜପା ମାଲଗାଁ ମଣ୍ଡଳ ସଭାପତି ତରନ୍‌ ନାୟକ ଅଣ୍ଟିପଡ଼ାରେ ପହଞ୍ଚିଥିଲେ। ଗାଁ ଲୋକଙ୍କୁ ବୁଝାଶୁଝା କରିବା ସତ୍ତ୍ୱେ କେହି ଆସିଲେନାହିଁ। ଶେଷରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଏବଂ ବଜରଙ୍ଗ ଦଳ ସହ ଯୋଗାଯୋଗ କରାଯାଇଥିଲା। ଖବର ଶୁଣି ଆର୍‌ଏସ୍‌ଏସ୍‌ ବ୍ୟବସ୍ଥା ପ୍ରମୁଖ ଲୋକେଶ ସମରଥ, ପ୍ରଚାର ପ୍ରମୁଖ ହୃଷୀକେଶ ନାୟକ, ବଜରଙ୍ଗ ଦଳ ପ୍ରମୁଖ ଶ୍ରୀମନ୍ତ ରଥଙ୍କ ସହ ସଂଘର ଅନ୍ୟମାନେ ପହଞ୍ଚତ୍ ମୃତଦେହ ଉଠାଇଥିଲେ। ସେମାନେ କୋକେଇରେ ମୃତଦେହକୁ ସସମ୍ମାନେ ନେଇ ଦୀର୍ଘ ୩ କି.ମି. ଦୂରରେ ସତ୍କାର କରିଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଉଁଶ ବଣ, ୭ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ…

ବନ୍ତ,୨୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ବ୍ଲକ ସମ୍ମୁଖରେ ଥିବା ଏକ ବାଉଁଶ ବଣରେ ବୁଧବାର ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। ଏହି ଅଗ୍ନିକାଣ୍ଡରେ ସ୍ଥାନୀୟ…

କଲ୍ୟାଣ ମଣ୍ଡପ ଏବେ ଅସ୍ଥାୟୀ ଗଞ୍ଜାମ ଏନ୍‌ଏସି କାର୍ଯ୍ୟାଳୟ

ଗଞ୍ଜାମ,୨୩।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାର ସ୍ଥିତ ଏନ୍‌ଏସି (NAC) କାର୍ଯ୍ୟାଳୟ ଏବେ କଲ୍ୟାଣୀ ମଣ୍ଡପକୁ ସ୍ଥାନାନ୍ତରିତ ହେବାକୁ ଯାଉଛି। ପୁରୁଣା କାର୍ଯ୍ୟାଳୟ ଗୃହକୁ ଭାଙ୍ଗି…

ବୈତରଣୀରେ ବେଆଇନ ବାଲି ଉଠାଣ ଉପରେ ଲାଗିଲା ଲଗାମ, ଧାରା ୧୬୩ ଜାରି

ଭଦ୍ରକ, ୨୨।୪(ସନାତନ ରାଉତ)-ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧିନରେ ବୈତରଣୀ ନଦୀରେ ବିଭିନ୍ନ ବାଲି ଘାଟରୁ ବେଆଇନ ବାଲି ଉଠାଣ ବଢ଼ି ଚାଲିଛି। ଏହି ଅବୈଧ ବାଲି…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବନ ବିଭାଗର ବର୍ବରତା: ଗଣମାଧ୍ୟମରେ ଖବର ପ୍ରକାଶ ପରେ ଓଡ଼ିଶା ମାନବାଧିକାର କମିଶନଙ୍କ ହସ୍ତକ୍ଷେପ

ଥୁଆମୂଳ ରାମପୁର, ୨୨ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଅଭୟାରଣ୍ୟ ସଂଲଗ୍ନ ତେନ୍ତୁଳିପଦର ଗ୍ରାମରେ ଜଣେ ପଟ୍ଟାଧାରୀ ଆଦିବାସୀଙ୍କୁ ବନ ବିଭାଗ କର୍ମଚାରୀଙ୍କ ଦ୍ୱାରା ଅମାନୁଷିକ…

ଆଉ ୧୫ ଦିନ ପରେ ବଢ଼ିପାରେ ତେଲ ଦର! ପେଟ୍ରୋଲିୟମ ଡିଲର୍ସ ସଂଘ କହିଲା….

ନୂଆଦିଲ୍ଲୀ,୨୨।୪: ତୈଳ ଦରକୁ ନେଇ ପେଟ୍ରୋଲିୟମ ଡିଲର୍ସ ସଂଘର ଆକଳନ । ଆଉ ୧୫ ଦିନ ଯୁଦ୍ଧ ସ୍ଥିତି ଲାଗିଲ ରହିଲେ, ବଢ଼ିପାରେ ତେଲ ଦର। ଅଶୋଧିତ…

ଆନନ୍ଦପୁରରେ ପୋଲିସକୁ ବଡ଼ ସଫଳତା: ୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨୦ ଗିରଫ

କେନ୍ଦୁଝର/ହାଟଡିହୀ/ଆନନ୍ଦପୁର, ୨୨/୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ବିଭିନ୍ନ ଥାନା ଅଞ୍ଚଳରୁ ପୋଲିସ ଚୋରା ଗଞ୍ଜେଇ ବିକ୍ରି ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri