ଝିଅ ସୋଫିଆଙ୍କୁ ନେଇ ବାପା ମୋକିମ କହିଲେ ବିଧାୟିକା ଭାବେ ସେ…

ଭୁବନେଶ୍ୱର,୧୫ା୧୨: କଂଗ୍ରେସ ବିଧାୟିକା ତଥା ନିଜ ଝିଅ ସୋଫିଆ ଫିର୍ଦ୍ଦୋସଙ୍କୁ ନେଇ ମଧ୍ୟ ମୁହଁ ଖୋଲିଲେ କଂଗ୍ରେସରୁ ବହିଷ୍କୃତ ପୂର୍ବତନ ବିଧାୟକ ମହମ୍ମଦ ମୋକିମ। ସେ କହିଛନ୍ତି, ସୋଫିଆ ବିଧାୟିକା ଅଛନ୍ତି, ତାଙ୍କର ଏହା ସହ କୌଣସି ସମ୍ପର୍କ ନାହିଁ। ସୋଫିଆ ନିଜ ନିଷ୍ପତ୍ତି ନିଜେ ନେବେ, ନିଜ କାର୍ଯ୍ୟପନ୍ଥା ନିଜେ ସ୍ଥିର କରିବେ ବୋଲି ବାପା ମୋକିମ କହିଛନ୍ତି।

ସୂଚନାଯୋଗ୍ୟ, ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମୋକିମ ବହିଷ୍କୃତ ହୋଇଛନ୍ତି। ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICC ଅନୁମୋଦନ କରିଛି। ଦଳୀୟ ନେତୃତ୍ୱକୁ ଚ୍ୟାଲେଞ୍ଜ କରି ସୋନିଆଙ୍କୁ ଚିଠି ଲେଖିଥିଲେ ମୋକିମ। ଭକ୍ତଙ୍କ ନେତୃତ୍ୱକୁ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ। ଯେଉଁଥିପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଛି।

Dharitri – Odisha’s No.1 Trusted Odia Daily

 

Share