କବାଟ ବନ୍ଦ କରି ୪ ବର୍ଷର ପୁଅକୁ ହତ୍ୟା କଲେ ବାପା, ମା’ ଆଖିରୁ ଶୁଖୁନି ଲୁହ, କହିଲେ ତାଙ୍କ ସ୍ବାମୀ…

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ବାପା ସାଜିଲେ ଜହ୍ଲାଦ। ଦୁନିଆ କ’ଣ ଜାଣି ନ ଥିବା ୪ ବର୍ଷର ଜନ୍ମ କଲା ପୁଅକୁ କଟୁରିରେ ହାଣି ହତ୍ୟା କଲେ ବାପା। ଏଭଳି ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲା ଶରତ ଥାନା ପୁରୁଣାପାଣି ଗ୍ରାମରେ। ଗ୍ରାମର ସୋହନ ସିଂ ଆଜି ସକାଳେ ତାଙ୍କର ୪ ବର୍ଷର ପୁଅ ଦୁମ୍ବି ସିଂଙ୍କୁ କଟୁରିରେ ହାଣି ହତ୍ୟା କରିଛନ୍ତି। ଘରେ କେହି ନ ଥିବା ବେଳେ ସୋହନ ତାଙ୍କର ୪ ବର୍ଷର ପୁଅ ଦୁମ୍ବି ସିଂଙ୍କୁ ଘର ଭିତରେ ପୂରାଇ କଟୁରିରେ ହାଣିଥିଲେ। କଟୁରିରେ ହାଣିବା ପରେ କବାଟ ବାହାର ପଟୁ ବନ୍ଦ କରିଦେଇଥିଲେ। ତେବେ ଦୁମ୍ବିଙ୍କ ମାଆ ସୁକାନ୍ତି ଘରେ ପହଞ୍ଚିବା ପରେ କବାଟ ବନ୍ଦ ଥିବା ତାଙ୍କ ପୁତୁରାଙ୍କୁ କହିଥିଲେ। ପରେ ସେ ଯାଇ କବାଟ ଖୋଲିବା ପରେ ଗୁରୁତର ଅବସ୍ଥାରେ ନାବାଳକ ଜଣକ ଘର ଭିତରେ ପଡ଼ିଥିବା ଦେଖି ତାଙ୍କୁ ଚିକିତ୍ସା ନିମନ୍ତେ ଶରତ ମେଡିକାଲ ଏବଂ ପରେ ଉଦଳା ମେଡିକାଲରେ ଭର୍ତ୍ତି କରିଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିଲା। ସେପଟେ ପୁଅକୁ ହତ୍ୟା କରିବା ପରେ ବାପା ଫେରାର ହୋଇଯାଇଛନ୍ତି। ତେବେ କେଉଁ କାରଣରୁ ବାପା ଏଭଳି ଅମାନୁଷିକ କାଣ୍ଡ ଭିଆଇଲେ ତାହା ଜଣାପଡ଼ି ନ ଥିବାବେଳେ ସେ ପାଗଳ ହୋଇଯାଇଥିବା କହିଛନ୍ତି ସ୍ତ୍ରୀ ସୁକାନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ

ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍‌…

ଟିଟିଲାଗଡ଼ ସହରରେ ହାତୀ ଆତଙ୍କ: ରେଳ ଧାରଣା ନିକଟରେ ଥିବା ବୁଦାମୂଳ ଭିତରକୁ ପଶି…

ଟିଟିଲାଗଡ଼, ୧/୯ (ସଞ୍ଜୟ କୁମାର ବେହେରା): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ସକାଳୁ ଟିଟିଲାଗଡ଼ ସହରର ମାଳଗୋଦାମପଡ଼ା ନିକଟସ୍ଥ ରେଳ ଲାଇନ…

ରୁହନ୍ତୁ ସତର୍କ! ନୂଆ ମାସ ଆରମ୍ଭରୁ ୩ ରାଶିଙ୍କ ପଛା ଛାଡିବନି ସମସ୍ୟା, ଶୁକ୍ର-ଶନିଙ୍କ ଷଡ଼ାଷ୍ଟକ ଯୋଗ ପଡିବ ଭାରି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଦୁଇ ଗ୍ରହଙ୍କ ମଧ୍ୟରେ ଗଠିତ ହେଉଥିବା ଏକ ବିଶେଷ ଯୋଗର ପ୍ରଭାବ କିଛି ରାଶିଙ୍କ ଜୀବନରେ ନକାରାତ୍ମକ ଭାବେ ପଡ଼ିପାରେ। ଏହି ସମୟରେ…

ନେପାଳ ବନ୍ୟା: ହଜାରେ ଟପିଲା ମୃତ୍ୟୁ ସଂଖ୍ୟା, ଏବେବି ନିଖୋଜ ଅଛନ୍ତି…

କାଠମାଣ୍ଡୁ,୧।୯: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଧ୍ୱଂସର ଚିତ୍ର ଦିନକୁ ଦିନ ସାମ୍ନାକୁ ଆସୁଛି। ବନ୍ୟାରେ ଏପର୍ଯ୍ୟନ୍ତ ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ…

ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ: ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୧।୯: ଓଡ଼ିଶାକୁ ଅଧିକରୁ ଅଧିକ ବିଦେଶୀ ନିବେଶ ଆଣିବା ଲକ୍ଷ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ୟୁଏଇ ଗସ୍ତ କରିବ। ସେପ୍ଟେମ୍ବର…

ଏହି କ୍ରିକେଟର୍‌ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍‌ ଧରିଲେ, କ୍ରିକେଟ୍‌ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍‌କୁ ନେଇ କ୍ରିକେଟ୍‌ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍‌ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା…

କଳ୍ପନା, ଲକ୍ଷ୍ମୀସାଗର ଅଞ୍ଚଳରେ ପୋଲିସର ଜୋରଦାର ଚଢ଼ାଉ

ଭୁବନେଶ୍ୱର,୧।୯: ରାଜଧାନୀ ଭୁବନେଶ୍ୱରର କଳ୍ପନା ଓ ଲକ୍ଷ୍ମୀସାଗର ଅଞ୍ଚଳରେ କମିଶନରେଟ୍‌ ପୋଲିସର ସ୍ପେଶାଲ୍‌ କ୍ରାଇମ୍‌ ୟୁନିଟ୍‌ ପକ୍ଷରୁ ଜୋରଦାର ଚଢ଼ାଉ କରାଯାଇଛି। ଗଞ୍ଜେଇ, ଗୁଟ୍‌ଖା ଓ ପାନ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଆୟୁଷ୍ମାନରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର,୧।୯: ସାମ୍ବାଦିକମାନଙ୍କ ପାଇଁ ପ୍ରଚଳିତ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାକୁ ଆୟୁଷ୍ମାନ ଭାରତ ଯୋଜନାରେ ମିଶ୍ରଣ କରାଯିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri