ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଲେ ପ୍ରାର୍ଥୀଙ୍କ ବାପା

କୋକସରା,୧୭ା୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଡାଲଗୁମା ପଞ୍ଚାୟତର ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କ ବାପା ଟଙ୍କା ବାଣ୍ଟିବାକୁ ଆସି ଗ୍ରାମବାସୀଙ୍କ ହାତରେ ଧରାପଡ଼ିଛନ୍ତି। ଗ୍ରାମବାସୀ ତାଙ୍କଠାରୁ ନଗଦ ୩୯,୯୦୦ ଟଙ୍କା ଜବତ କରି ପୋଲିସ ଜିମା ଦେଇଥିଲେ। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

କୋକସରା ବ୍ଲକ ଡାଲଗୁମା ପଞ୍ଚାୟତର ଜଣେ ସମିତି ସଭ୍ୟ ପ୍ରାର୍ଥୀଙ୍କ ବାପା ଚିତାମୁଣ୍ଡା ଗାଁରେ ଟଙ୍କା ବାଣ୍ଟିବାକୁ ଆସିଥିଲେ। ଏହା ଜାଣି ଗ୍ରାମବାସୀ ତାଙ୍କୁ ଧରି ଟଙ୍କା ଜବତ କରିବା ସହ କୋକସରା ପୋଲିସକୁ ଖବର ଦେଇଥିଲେ । ପୋଲିସ ପହଞ୍ଚି ଟଙ୍କା ବାଣ୍ଟୁଥିବା ପ୍ରାର୍ଥୀଙ୍କ ବାପାଙ୍କୁ ଧରି ଥାନାରେ ଅଟକ ରଖିଛି। ଏ ନେଇ ଡାଲଗୁମା ପଞ୍ଚାୟତ ଲଟାପ ଗ୍ରାମର ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଅନ୍ୟଜଣେ ସମିତି ପ୍ରାର୍ଥୀଙ୍କ ସ୍ବାମୀ କୋକସରା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି କୋକସରା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବା ଥାନା ଅଧିକାରୀ ପ୍ରସନ୍ନ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri