ନିଜ ଝିଅକୁ ବଳାତ୍କାର କଲେ ବାପା

ବାଲିମେଳା,୧୧ା୧୧ (ଶିବଦତ୍ତ ସାହୁ): ମାଲକାନଗିରି ଜିଲା ବାଲିମେଳା ସହରରେ ଶୁକ୍ରବାର ଏକ ଲଜ୍ୟାଜନକ ଘଟଣା ଘଟିଛି। ବାପା ନିଜ ଝିଅକୁ ବଳାତ୍କାର କରିବା ପରି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ଖେଳାଇ ଦେଇଛି। ବାଲିମେଳା ଥାନା ଅଞ୍ଚଳର ଜଣେ ୪୦ ବର୍ଷିୟ ବାପା ଗତ ୫ ତାରିଖ ରାତିରେ ନିଜ ଝିଅକୁ ବଳାତ୍କାର କରିଥିଲେ। ହେଲେ ୮ ତାରିଖରେ ସେ ଘଟଣା ସମ୍ପର୍କରେ କାହାକୁ ନ ଜଣାଇବାକୁ ଝିଅକୁ ଧମକଚମକ ଦେଇଥିଲେ। ନାବାଳିକା ଜଣକ ପଡ଼ୋଶୀଙ୍କୁ କହି ତାଙ୍କ ସହାୟତାରେ ଗୁରୁବାର ସନ୍ଧ୍ୟାରେ ଓରକେଲ ଥାନାରେ ଘଟଣା ସଂକ୍ରାନ୍ତରେ ଲିଖିତ ଅଭିଯୋଗ କରିଥିଲେ।

ଏନେଇ ପୋଲିସ ଏକ ମାମଲା(ନଂ. ୩୯୫/୨୩) ରୁଜୁ କରି ଅଭିଯୁକ୍ତ ବାପାଙ୍କୁ ଅଟକ ରଖି ପଚରାଉଚରା କରିଥିଲା। ଶୁକ୍ରବାର ଡାକ୍ତରୀମାଇନା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ନାବାଳିକାଙ୍କ ବୟାନ ରେକର୍ଡ କରାଯାଇଥିଲା। ପରେ ପୋଲିସ ଅଭିଯୁକ୍ତ ବାପାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ଧୀରେନ ପଟ୍ଟନାୟକ କହିଛନ୍ତି।

ସୂଚନାଯୋଗ୍ୟ, ୮ ମାସ ତଳେ ପାଟିତୁଣ୍ଡ ହେବାରୁ ଅଭିଯୁକ୍ତଙ୍କ ସ୍ତ୍ରୀ ନିଜ ଛୋଟ ପୁଅକୁ ଧରି ବାପ ଘରକୁ ଚାଲି ଯାଇଛନ୍ତି। ତାଙ୍କର ଜଣେ ଝିଅ ବିବାହ କରିସାରିଥିବା ବେଳେ ୨ଜଣ ଝିଅ ଛାତ୍ରାବାସରେ ରହି ପଢୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘PM ମୋଦିଙ୍କୁ ରାତିରେ ସେ ପର୍ଯ୍ୟନ୍ତ ଶୋଇବାକୁ ଦେବୁନି, ଯେ ପର୍ଯ୍ୟନ୍ତ…’ ରାହୁଲ ଗାନ୍ଧୀଙ୍କ ତୀବ୍ର ଆକ୍ରମଣ

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି ଯେ, ଏହି ଲୋକମାନେ ଦେଶକୁ ଭିତରୁ ଦୁର୍ବଳ କରିଦେଇଛନ୍ତି। ଏହା ସହିତ…

କ୍ରିକେଟ୍‌ କୋଚଙ୍କୁ ହତ୍ୟା: ଖେଳାଳିଙ୍କ ସହ ଯୋଇଥିଲା ଯୁକ୍ତିତର୍କ, ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୪।୮: ଶ୍ରୀଲଙ୍କାରେ ଜଣେ କ୍ରିକେଟ କୋଚଙ୍କୁ ହତ୍ୟା କରାଯାଇଛି। କଲମ୍ବୋ କ୍ରିକେଟ କ୍ଲବର ପ୍ରଶିକ୍ଷକ ସୁମିଥ ଫର୍ଣ୍ଣାଣ୍ଡୋ ତାଙ୍କ ନିଜ ଖେଳାଳିଙ୍କ ସହ ଝଗଡ଼ା କରିଥିଲେ ଏବଂ…

ଆପଣ ନ କରିପାରିଲେ ଆମେ କରିବୁ…. କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୪।୮: ଅଧିକ ପରିମାଣର ଚିନି, ଲୁଣ ଏବଂ ସନ୍ତୁଳିତ ଚର୍ବି (ସାଚୁରେଟେଡ୍‌ ଫ୍ୟାଟ୍‌) ଥିବା ପ୍ୟାକେଟଯୁକ୍ତ ଖାଦ୍ୟ ସାମଗ୍ରୀ ଉପରେ ‘ଫ୍ରଣ୍ଟ-ଅଫ୍‌-ପ୍ୟାକ ୱାର୍ଣ୍ଣିଂ ଲେବଲ’(ଖାଦ୍ୟ ପ୍ୟାକେଟ ଉପରେ…

ଲାବ୍‌ରେ ତିଆରି ହେଉଛି ‘ମିନି-ବ୍ରେନ୍‌’: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ, ୧୪ା୮:ଶରୀରର ଛୋଟ ଚର୍ମ କୋଷିକାରୁ ମାନବ ମସ୍ତିଷ୍କର ଜୀବନ୍ତ ଟିସୁ ପ୍ରସ୍ତୁତ କରିବା ଆଉ କେବଳ କଳ୍ପନା କିମ୍ବା ବିଜ୍ଞାନ କାହାଣୀରେ ସୀମିତ ହୋଇରହିନାହିଁ। ଆମେରିକା…

ଆଜି ମେଷ-ମିଥୁନ ସମେତ ୫ ରାଶିର ଭାଗ୍ୟୋଦୟ, ଗ୍ରହ ଚଳନରୁ ଧନ- କ୍ୟାରିୟରରେ ମିଳିବ ବଡ଼ ଖୁସିଖବର

ଆଜି ଶ୍ରାବଣ ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଶୁକ୍ରବାର। ଦୃକ ପଞ୍ଚାଙ୍ଗ ଅନୁସାରେ ପ୍ରତିପଦା ତିଥି ସନ୍ଧ୍ୟା ୬ଟା ୪୬ ମିନିଟ ପର୍ଯ୍ୟନ୍ତ ରହିବ। ଏହାପରେ…

ଥମିନି ବର୍ଷାର ପ୍ରକୋପ: ଆଜି ବି ସ୍ଥଗିତ ରହିଲା ସେକେଣ୍ଡ ସେମିଷ୍ଟାର ପରୀକ୍ଷା

ବରଗଡ଼,୧୪।୮(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଗୁରୁବାରରୁ ଲଗାତାର ବର୍ଷା ଯୋଗୁ ଗୁରୁତର ବନ୍ୟା ସଦୃଶ ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗୁରୁବାର ସମ୍ବଲପୁର…

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri