ନାବାଳିକା ଝିଅକୁ ବାରମ୍ବାର ବଳାତ୍କାର କରୁଥିଲେ ବାପା: ଜଣାପଡ଼ିବା ପରେ ମିଳିଲା…

ଭୁବନେଶ୍ୱର,୨୬ା୯ (ସତ୍ୟଜିତ୍‌ ରାଉତ): ନାବାଳିକା ଝିଅକୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭୁବନେଶ୍ୱର ଆଡ୍‌ହକ୍‌ ଅତିରିକ୍ତ ଦୌରା ଜଜ୍‌ ତଥା ଫାଷ୍ଟ ଟ୍ରାକ୍‌ ସ୍ବତନ୍ତ୍ର (ପୋକ୍ସୋ) କୋର୍ଟର ବିଚାରପତି ସରୋଜ କୁମାର ସାହୁ ମହିଳା ଥାନାରେ ରୁଜୁ ହୋଇଥିବା ଏହି ମାମଲରେ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ବାପାଙ୍କୁ ୨୦ବର୍ଷ ଜେଲଦଣ୍ଡ ହୋଇଛି। ଏଥିସହ ତାଙ୍କୁ ୫ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ହୋଇଛି। ଜରିମାନା ଅନାଦାୟେ ଅଧିକ ୩ ମାସ ଜେଲରେ ରହିବାକୁ ହେବ ବୋଲି କୋର୍ଟ ରାୟରେ କହିଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ପୀଡ଼ିତା ତାଙ୍କ ମା’ ଓ ବାପାଙ୍କ ସହ ଶହୀଦନଗର ଥାନା ଅନ୍ତର୍ଗତ ଏକ ବସ୍ତିରେ ରହୁଥିଲେ। ୨୦୨୨ ଅକ୍ଟୋବର ୨୭ ସକାଳେ ମା’ କାମରେ ବାହାରକୁ ଯାଇଥିବାବେଳେ ଘରେ ବାପାଙ୍କ ସହ ୮ବର୍ଷୀୟା ଝିଅ ଥିଲେ। ସକାଳ ପ୍ରାୟ ୧୦ଟାବେଳେ ଝିଅ ଘରେ ପାଠ ପଢ଼ୁଥିବା ବେଳେ ବାପା ଟିଭି ଦେଖୁଥିଲେ। ଏହି ସମୟରେ ବାପା ହଠାତ୍‌ ଝିଅକୁ ପାଖକୁ ଡାକି ବଳାତ୍କାର କରିଥିଲେ। ମା’ ଘରକୁ ଫେରିବା ପରେ ପୀଡିତା ଝିଅ ଘଟଣା ବିଷୟରେ କହିଥିଲେ। ଏପରିକି ଅଭିଯୁକ୍ତ ବାପା ପୂର୍ବରୁ ମଧ୍ୟ ନିୟମିତ ବ୍ୟବଧାନରେ ବଳାତ୍କାର କରିଆସୁଥିବା ଜଣାଇଥିଲେ। ଏନେଇ ପୀଡିତାଙ୍କ ମା’ ମହିଳା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୧୪୨/୨୦୨୫) ରୁଜୁ କରି ତଦନ୍ତ କରିବା ସହ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଥିଲା। ତେବେ କୋର୍ଟ ୧୩ଜଣଙ୍କ ସାକ୍ଷ୍ୟ ଓ ୭୭ଟି ପ୍ରଯୁଜ୍ୟ ଦସ୍ତାବିଜ ଆଧାରରେ ରାୟ ଶୁଣାଇଛନ୍ତି। ସରାକରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ରାଜୀବ ସାସମଲ ଓ ଅତିରିକ୍ତ ପବ୍ଲିକ୍‌ ପ୍ରସିକ୍ୟୁଟର ବଳରାମ ଦେଓ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri