ମରଣମୁହଁରୁ ପୁଅକୁ ଛଡାଇ ଆଣିଲେ ବାପା

ଦେବଗଡ଼, ୨୧।୧୧(ଶଶାଙ୍କ ଶେଖର ଝାଙ୍କର): ପୁଅକୁ ମରଣମୁହଁରୁ ଛଡାଇ ଆଣିଛନ୍ତି ବାପା। ଏଭଳି ଏକ ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ବମ୍ପରଡା ଗ୍ରାମରେ।

ମିଳିଥିବା ସୂଚନା ଅନୁଯାୟୀ ବମ୍ପରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟରତ କାଶିନାଥ ବେହେରାଙ୍କ ପୁଅ ନିଖିଳ ବେହେରା(୧୮) ଶୁକ୍ରବାର ପୂର୍ବାହ୍ନରେ ଘରୁ ବାହାରି କେଉଁଆଡେ ଯାଇଥିବା ବେଳେ ଅପରାହ୍ନ ପ୍ରାୟ ୧ଟାରେ ୨ ଜଣ ସାଙ୍ଗ ଏକ ବାଇକରେ ଆଣି ତାଙ୍କୁ ଘରେ ଛାଡିଥିଲେ । ଏହି ସମୟରେ ନିଖିଳଙ୍କ ପିତା କାଶିନାଥ ଘର ବାରଣ୍ଡାରେ ଥିବା ବେଳେ ଘରର ଅନ୍ୟ ସଦସ୍ୟ ଅନୁପସ୍ଥିତ ଥିଲେ ।

କିଛି ସମୟ ପରେ ନିଖିଳ ଘରର ଏକ କୋଠରିରେ ହଠାତ୍‌ ପଶିଯାଇ ଭିତର ପଟୁ କବାଟ ବନ୍ଦ କରିଦେଇଥିଲେ । ଏହାର କିଛି ସମୟ ପରେ ଘର ମଧ୍ୟରୁ ଅସ୍ବଭାବିକ ଶବ୍ଦ ଶୁଭିବାରୁ ବାରଣ୍ଡାରେ ଥିବା କାଶିନାଥ ନିଖିଲଙ୍କୁ ଡାକ ପକାଇବା ସହ କ’ଣ ହେଲା ବୋଲି ପଚାରିଥିଲେ। ହେଲେ କୌଣସି ଉତ୍ତର ମିଳି ନ ଥିଲା। କାଶିନାଥ ଝରକା (ଇଟାରେ ବନ୍ଦ କରାଯାଇଥିବା ଝରକା)ପଟୁ ଦେଖିବାରୁ ନିଖିଳ କୋଠରିରେ ଲାଗିଥିବା ସିଲିଂ ପଙ୍ଖାରେ ଏକ କପଡା ସାହାଯ୍ୟରେ ଫାଶି ଦେଇ ଓହଳି ପଡିଥିବା ଦେଖିବାକୁ ପାଇଥିଲେ।

ଫଳରେ କାଶିନାଥ ଝରକାରୁ ଇଟା ହଟାଇ କୋଠରି ଭିତରେ ପଶିବା ସହ ନିଖିଳଙ୍କ ବେକରୁ କପଡା ଖୋଲି ଦେଇଥିଲେ। ଏଥିସହ ପାଖ ପଡୋଶୀଙ୍କୁ ଡାକପକାଇ ସେମାନଙ୍କ ସହାୟତାରେ ନିଖିଲଙ୍କୁ ନିକଟସ୍ଥ ବମ୍ପରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ମାତ୍ର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ତାଙ୍କୁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେ ଗୁରୁତର ଅବସ୍ଥାରେ ସେଠାରେ ଚିକିତ୍ସାଧିନ ଥିବା ଜଣାପଡିଛି। ନିଖିଳଙ୍କ ଆତ୍ମହତ୍ୟା ଉଦ୍ୟମର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ସ୍ପଷ୍ଟ ଜଣାପଡି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri