ବାପ-ପୁଅଙ୍କୁ ଏସିଡ୍‌ ମାଡ଼ ଘଟଣା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ତୁମୁଡ଼ିବନ୍ଧ,୨୦ା୧୦(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ବୁଡ଼ା କୁନ୍ଦେଲ ଗ୍ରାମର ବାପ-ପୁଅଙ୍କୁ ଏସିଡ୍‌ ମା’ ଘଟଣାର ତଦନ୍ତ ଆରମ୍ଭ କରି ସେହି ଗ୍ରାମର ଦୁଇ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା ଜାରି ରହିଛି।

ଏହାରି ଭିତରେ ରବିବାର ଅପରାହ୍ନରେ ବୌଦ୍ଧରୁ ଏକ ୬ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ ତୁମୁଡିବନ୍ଧ ଥାନାରେ ପହଞ୍ଚି ଘଟଣା ଘଟିଥିବା ବୁଡ଼ା କୁନ୍ଦେଲ ଗ୍ରାମକୁ ଯାଇ ବିଭିନ୍ନ ଦିଗକୁ ଆଧାର କରି ତଦନ୍ତ କରିଥିଲେ। ଏହି ତଦନ୍ତ ବେଳେ କନ୍ଧମାଳ ଡିଏସ୍‌ପି କମଳ କୁମାର ପଣ୍ଡା ଓ ତୁମୁଡିବନ୍ଧ ଥାନା ଅଧିକାରୀ ଆଶୁତୋଷ ଜେନା ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ,  ଶନିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୃତ୍ତ ଘରେ ପଶି ବାପ-ପୁଅଙ୍କୁ ଏସିଡ୍‌ ମାଡ଼ କରି ପଳେଇ ଯାଇଥିବା ଅଭିଯୋଗ ହୋଇଥିଲା। ବାପ-ପୁଅଙ୍କୁ  ଗୁରୁତର ଅବସ୍ଥାରେ ତୁମୁଡିବନ୍ଧ ମେଡିକାଲରେ ଭର୍ତ୍ତି କରାଯାଇଛି। କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ମୁଣ୍ଡିଗଡ଼ ପଞ୍ଚାୟତର ବୁଢା କୁଣ୍ଢେଲ ଗାଁରୁ ଏପରି ଅଭିଯୋଗ ଆସିଛି। ବୁଢ଼ା କୁଣ୍ଡେଲ ଗାଁର ମୋହନ ପନ୍ଦର ନିଜ ୧୨ ବର୍ଷର ପୁଅ ଅନୁଜଙ୍କ ସହ ଶୋଇଥିଲେ। ରାତ୍ରି ପ୍ରାୟ ୨ଟା ସମୟରେ ଶୋଇଥିବା ଅବସ୍ଥାରେ କେହି ଦୁର୍ବୃତ୍ତ ଆସି ଏସିଡ୍‌ ଫିଙ୍ଗି ଦୌଡ଼ି ପଳେଇଥିବା ଅଭିଯୋଗ କରିଛନ୍ତି। ଏସିଡ୍‌ ମାଡ଼ର ଶିକାର ହୋଇଥିବା ମୋହନ ପନ୍ଦର। ତେବେ ମୋହନ ଓ ତାଙ୍କ ପୁଅର ଛାତି ଓ ମୁହଁ ପୋଡି ଯାଇଥିବାବେଳେ ତୁମୁଡିବନ୍ଧ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି। ତୁମୁଡିବନ୍ଧ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri