ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି ପାସ୍‌ ହେବାରେ ବିଳମ୍ବକୁ କେନ୍ଦ୍ର କରି ଜଣେ ଟ୍ରେଲର ଚାଳକ ଓ ତାଙ୍କ ପୁଅ ମିଶି ଜଣେ ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଖଣ୍ଡା ଓ ଲୁହା ରଡ୍‌ରେ ମରଣାନ୍ତକ ଆକ୍ରମଣ କରିଛନ୍ତି। ଆକ୍ରମଣରେ ବିବେକ ତିୱାରୀ ନାମକ ଜଣେ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ପେଟରେ ଖଣ୍ଡା ଚୋଟ ବାଜିବାରୁ ଅନ୍ତବୁଜୁଳା ବାହାରକୁ ବାହାରି ପଡ଼ିଥିଲା। ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଫକୀରମୋହନ ମେଡିକାଲ କଲେଜ ଓ ହସପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ (SCB)କୁ ସ୍ଥାନାନ୍ତର କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଆନ୍ଧ୍ରପ୍ରଦେଶରୁ ମାଛ ବୋଝେଇ କରି ରାଞ୍ଚି ଅଭିମୁଖେ ଯାଉଥିବା ଏକ ଟ୍ରେଲର (ନଂ-UK 06 CA 5176) ଶୁକ୍ରବାର ରାତି ପ୍ରାୟ ୧୧:୩୦ ସମୟରେ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଅଟକିଥିଲା। ସେଠାରେ ଗାଡ଼ି ଛାଡ଼ିବାକୁ ନେଇ କର୍ମଚାରୀ ବିବେକଙ୍କ ସହ ଟ୍ରେଲର ଚାଳକଙ୍କ ଯୁକ୍ତିତର୍କ ଓ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ଟ୍ରେଲର ଚାଳକ ଦୀଲବାଗ୍ ସିଂ (୬୦) ଓ ତାଙ୍କ ପୁଅ ମନଜୀତ୍ ସିଂ (୨୬) ଗାଡ଼ିରୁ ଲୁହା ରଡ୍ ଏବଂ ବାହାର କରି ବିବେକଙ୍କୁ ଆକ୍ରମଣ କରିଥିଲେ।

ଘଟଣା ସମ୍ପର୍କରେ ଖବର ପାଇ ବୈଶିଙ୍ଗା ଥାନା ଏସଆଇ ଅଶୋକ କୁମାର ପାତ୍ର ପୋଲିସ ଟିମ୍ ସହ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ସେତେବେଳକୁ ଅଭିଯୁକ୍ତ ବାପ-ପୁଅ ଗାଡ଼ି ନେଇ ସେଠାରୁ ଫେରାର ହୋଇଯାଇଥିଲେ। ପୋଲିସ ତୁରନ୍ତ ସେମାନଙ୍କ ଗାଡ଼ିକୁ ପିଛା କରି ବେତନଟୀ ଠାରେ ଅଟକ ରଖିବା ସହ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ଥାନାକୁ ଆଣିଥିଲା। ଏହି ମାମଲାରେ ପୋଲିସ କେସ୍ ନଂ ୩୬୪ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ଶନିବାର ସନ୍ଧ୍ୟାରେ ଦୁଇ ଅଭିଯୁକ୍ତ ବାପ-ପୁଅଙ୍କୁ କୋର୍ଟ ଚାଲାଣ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

ତଳେ ଘଣ୍ଟାଏ ଜଗିରହିଲା ଦନ୍ତା: ଗଛରେ ଚଢ଼ି ଜୀବନ ବଞ୍ଚାଇଲେ ବନ କର୍ମଚାରୀ

ଛେଣ୍ଡିପଦା,୨ା୯(ଅଜିତ ଧଳ):ଗଁାରେ ପଶିଥିବା ହାତୀ ଘଉଡ଼ାଇବାକୁ ଯାଇଥିବା ହାତୀ ସ୍କ୍ବାଡ୍‌ଙ୍କୁ ମାରି ଗୋଡ଼ାଇଲା ଦନ୍ତା। ଏପରି କି ଜୀବନ ବଞ୍ଚାଇବାକୁ ସ୍କ୍ବାଡ୍‌ର ଜଣେ ସଦସ୍ୟ ଆମ୍ବ ଗଛ…

ଛାତରୁ ଝରୁଛି ପାଣି, ଖସୁଛି ପ୍ଲାଷ୍ଟର: ଅବ୍ୟବସ୍ଥା ମଧ୍ୟରେ ବଡ଼ଛତ୍ରଙ୍ଗ ହାଇସ୍କୁଲ

ଥୁଆମୂଳ ରାମପୁର,୨ା୯ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବଡ଼ଛତ୍ରଙ୍ଗ ହାଇସ୍କୁଲ ସମ୍ପ୍ରତି ଘୋର ଅବ୍ୟବସ୍ଥା ମଧ୍ୟରେ ଗତିକରୁଛି। ୧୯୬୬ ମସିହାରେ ସ୍ଥାପିତ ଏହି ପୁରାତନ…

ଓଡ଼ିଶାରେ ‘ପରମାଣୁ ଶକ୍ତି’ କେନ୍ଦ୍ର ପାଇଁ ଜମି ଖୋଜାଚାଲିଛି

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ଓଡ଼ିଶାରେ ପରମାଣୁ ଶକ୍ତି ପ୍ରକଳ୍ପ ପାଇଁ ସରକାର ଓ ବୃହତ୍‌ ଶିଳ୍ପସଂସ୍ଥା ଜମି ଖୋଜୁଛନ୍ତି। ଏଥିପାଇଁ ଦୁଇଟି ସ୍ଥାନରେ ପ୍ରାଥମିକ ପର୍ଯ୍ୟାୟରେ ଜମି…

ଗ୍ରୀନ୍‌ ବିଲ୍ଡିଂରେ ୨୪% ପର୍ଯ୍ୟନ୍ତ ଖର୍ଚ୍ଚ ସଞ୍ଚୟ ସମ୍ଭବ

ଭୁବନେଶ୍ୱର,୨ା୯ (ରବିନାରାୟଣ ଜେନା): ସୌର ଓ ଅକ୍ଷୟ ଶକ୍ତି ବ୍ୟବହାର ଦ୍ୱାରା କେବଳ ଯେ ପରିବେଶକୁ ସୁସ୍ଥ ଓ ସବୁଜ ରଖାଯାଇପାରିବ ତାହା ନୁହେଁ, ପରିବାରର ଖର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri