ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ ନିକଟରେ।
ସୂଚନା ମୁତାବକ, ଡୁମ୍ବେରବାହାଲ ଗାଁର ରମାକାନ୍ତ ନାଏକ ନିଜ ସ୍ତ୍ରୀ ଓ ଦେଢ଼ ବର୍ଷର ପୁଅ ସହିତ ବାଇକରେ ବଲାଙ୍ଗୀର ପଟକୁ ଆସୁଥିଲେ। ଏକ ପିକ୍‌ଅପ୍‌ ଭ୍ୟାନ୍‌ ଦ୍ରୁତ ଗତିରେ ଆସି ସେମାନଙ୍କ ବାଇକକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବାପା ରମାକାନ୍ତ ଏବଂ ଦେଢ଼ ବର୍ଷର ପୁଅଙ୍କ ଜୀବନ ଚାଲିଯାଇଥିଲା। ଗୁରୁତର ଅବସ୍ଥାରେ ରମାକାନ୍ତଙ୍କ ସ୍ତ୍ରୀ ବୀଣାପାଣି ନାଏକଙ୍କୁ ବଲାଙ୍ଗୀର ଓ ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମାଆଙ୍କ  ମୃତ୍ୟୁ ହୋଇଯାଇଛି। ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଟୋଲଗେଟ ନିକଟରେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ଅନ୍ୟପଟେ ପୁଇଁତଲା ପୋଲିସ ପିକଅପ ଗାଡ଼ିକୁ  ଜବତ କରିବା ସହିତ ଡ୍ରାଇଭର ଓ ମାଲିକଙ୍କୁ ଅଟକ ରଖି ପଚରା ଉଚୁରା ଜାରି ରଖିଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri