ପଡ଼ୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜେଲ୍‌ ଗଲେ ବାପ-ପୁଅ

ଦିଗପହଣ୍ଡି,୪ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମର କେ.ଜୟରାମ ଦୋରା ଏବଂ ରବୀନ୍ଦ୍ର ନାହାକ ଦୁଇ ପଡ଼ୋଶୀ। ଘର କାନ୍ଥରେ ଲୁଗା ଶୁଖାଇବାକୁ କେନ୍ଦ୍ରକରି ଉଭୟ ପରିବାର ମଧ୍ୟରେ ଦୀର୍ଘଦିନ ହେଲା ଶତ୍ରୁତା ଲାଗି ରହିଥିଲା। ବୁଧବାର ସକାଳେ ଜୟରାମଙ୍କ ମୁଣ୍ଡକୁ ରବୀନ୍ଦ୍ର ଏବଂ ତାଙ୍କ ପୁଅ କିଷାନଙ୍କ ଠେଙ୍ଗାରେ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିଲେ। ମୁଣ୍ଡଫାଟି ରକ୍ତ ବାହାରିବାରୁ ପରିବାର ଲୋକେ ଜୟରାମଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା ହୋଇ ଫେରିବା ପରେ କେ. ଜୟରାମ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ କେସ୍‌ ନଂ.୨୩୬/୨୬ରେ ବିଭିନ୍ନ ଦଫାରେ ମାମଲା ରୁଜୁ କରିଥିଲେ। ତଦନ୍ତକାରୀ ଅଧିକାରୀ ଏସ୍‌.ଆଇ ସୋଫିଆ ମିଶ୍ର ଗୁରୁବାର ପୂର୍ବାହ୍ନରେ ଉଭୟ ଅଭିଯୁକ୍ତ ବାପ-ପୁଅଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି। ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିଲେ। ବୁଧବାର ସକାଳେ ଜୟରାମଙ୍କ ସ୍ତ୍ରୀ କେ. ରୋଷନି ଦୋରା ଉକ୍ତ କାନ୍ଥରେ ଏକ ପ୍ୟାଣ୍ଟ ଓ ଟି-ଶର୍ଟ ଶୁଖାଇଥିଲେ। ରବୀନ୍ଦ୍ରଙ୍କ ସ୍ତ୍ରୀ ସଂଯୁକ୍ତା ନାହାକ ଉକ୍ତ ପ୍ୟାଣ୍ଟ ଓ ଶର୍ଟକୁ କାନ୍ଥରୁ ବାହାର କରି ରାସ୍ତା ଉପରକୁ ଫୋପାଡ଼ି ଦେଇଥିଲେ। ରୋଷନି ଏହି ଘଟଣା ସଂଯୁକ୍ତାଙ୍କୁ ପଚାରିବାରୁ ସଂଯୁକ୍ତା ତାଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରିଥିଲେ। ପରେ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇ ଧସ୍ତାଧସ୍ତିି ହୋଇଥିଲା। ପାଟିଶୁଣି ରବୀନ୍ଦ୍ର ଏବଂ ତାଙ୍କ ପୁଅ କିଷାନଙ୍କ ସମେତ ପଡ଼ୋଶୀ ଜୟରାମ ସେଠାରେ ପହଞ୍ଚିଥିଲେ। ଜୟରାମ ଉତ୍ତେଜିତ ହୋଇ ଏକ ଇଟାଖଣ୍ଡ ଫିଙ୍ଗିବାରୁ ସଂଯୁକ୍ତାଙ୍କ ଅଣ୍ଟାରେ ବାଜିଥିଲା। ଘଟଣା ଦେଖି ରବୀନ୍ଦ୍ର ଓ ତାଙ୍କ ପୁଅ କିଷାନ ଠେଙ୍ଗାରେ ଜୟରାମଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ତଦନ୍ତକାରୀ ଅଧିକାରୀ କହିଛନ୍ତି। ଘଟଣାକୁ ନେଇ ଦୁଇ ପଡ଼ୋଶୀ ପରିବାରଙ୍କ ମଧ୍ୟରେ ଚାପା ଉତ୍ତେଜନା ଲାଗି ରହିଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri