ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ କରି ଜେଲ୍‌ ଗଲେ ବାପ-ପୁଅ, ରକ୍ତଭିଜା କାଠଫାଳିଆ ଜବତ

ଦିଗପହଣ୍ଡି,୧୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମର ସାମାଜିକ କର୍ମୀ ମାନସ ରଞ୍ଜନ ପଟ୍ଟନାୟକ ଓରଫ ମନୋଜଙ୍କୁ ମଙ୍ଗଳବାର ରାତିରେ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ମନୋଜଙ୍କୁ ପରିବାର ଲୋକେ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ମନୋଜଙ୍କ ଏତଲାକୁ ଭିତ୍ତିକରି କେ.ନୂଆଗାଁ ଥାନା ଆଇଆଇସି ବିଶ୍ୱଜିତ ନାୟକ ମାମଲା ନଂ.୭୫/୨୬ ଅନୁଯାୟୀ ମୋକଦ୍ଦମା ରୁଜୁ କରିଥିଲେ। ଘଟଣାରେ ସମ୍ପୃକ୍ତ କାଳୁ ଗୌଡ଼ ଏବଂ ତାଙ୍କ ପୁଅ ମନୋଜ ଗୌଡ଼ଙ୍କୁ ପୋଲିସ ଗିରଫ କରି ବୁଧବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ ଦ୍ବୟଙ୍କୁ ଦିଗପହଣ୍ଡି ସବ୍‌ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ମନୋଜ ଗାଁର ବାଇପାସ ଛକରେ ଥିବା ବଇଁଶି ସାହୁଙ୍କ ରାଶନ ଦୋକାନ ଆଗରେ ଠିଆ ହୋଇଥିବା ବେଳେ ପୂର୍ବଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର କାଳୁ ଗୌଡ଼, ଶିବ ଗୌଡ଼, ଟୁକୁନା ଗୌଡ଼, ମନୋଜ ଗୌଡ଼, କାଲା ଗୌଡ଼, ସୋନୁ ଗୌଡ଼, ରାମକୃଷ୍ଣ ଗୌଡ଼ ବିଭିନ୍ନ ମାରଣାସ୍ତ୍ର ଦ୍ୱାରା ତାଙ୍କୁ ଆକ୍ରମଣ କରିଥିଲେ। ତାଙ୍କ ବେକରୁ ସୁନା ଚେନ୍‌ ଓ ସାର୍ଟ ପକେଟରୁ ଟଙ୍କା ଛଡ଼ାଇ ନେଇଛନ୍ତି ବୋଲି ମନୋଜ ଏତଲାରେ ଉଲ୍ଲେଖ କରିଛନ୍ତି। କାଳୁ ଗୌଡ଼ଙ୍କ ନାଁରେ ପୂର୍ବରୁ ଏକ ହତ୍ୟା ମାମଲା ରହିଛି। ସର୍ତ୍ତମୂଳକ ଜାମିନରେ ସେ ଜେଲରୁ ମୁକୁଳିଥିଲେ। ଗତ ୨୦୨୫ ନଭେମ୍ବର ୫ରେ ସହଦେବ ଟିକରପଡ଼ା ପଞ୍ଚାୟତର ସରପଞ୍ଚ ପ୍ରତିନିଧି ଶ୍ୟାମ ନାଇକଙ୍କୁ ଗାଁ ରାସ୍ତାରେ ହତ୍ୟା ଉଦ୍ୟମ ମାମଲାରେ କାଳୁ ଗୌଡ଼ଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ସେ ଜେଲ୍‌ରୁ ଜାମିନରେ ମୁକୁଳିବା ପରେ ପଞ୍ଚାୟତର ଜଣେ ଭାଜପା ନେତାଙ୍କ ପ୍ରରୋଚନାରେ ତାଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ମନୋଜ ପୋଲିସକୁ କହିଛନ୍ତି। ଭାଜପା ନେତାଙ୍କ ନାଁ ମଧ୍ୟ ଏତଲାରେ ଉଲ୍ଲେଖ ରହିଛି। କାଳୁଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ ରକ୍ତ ଲାଗିଥିବା କାଠ ଫାଳିଆକୁ ତଦନ୍ତକାରୀ ଅଧିକାରୀ ଆଇଆଇସି ଜବତ କରିଛନ୍ତି। ଘଟଣା ପରଠାରୁ ଗାଁରେ ଚାପା ଉତ୍ତେଜନା ଲାଗି ରହିଥିଲେ ମଧ୍ୟ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା ସେ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ଭାରତୀୟ କ୍ରିକେଟ ଦଳକୁ ନେଇ ହଟଚମଟ; Asian Gamesକୁ ନେଇ ଉଠିଲା ନୂଆ ବିବାଦ

ନୂଆଦିଲ୍ଲୀ,୧୯।୯: ୨୦୨୬ ଏସୀୟ କ୍ରୀଡ଼ା ପାଇଁ ଭାରତୀୟ ପୁରୁଷ କ୍ରିକେଟ ଦଳ ରବିବାର ଜାପାନ ଗସ୍ତ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଏହି ଯାତ୍ରା ପୂର୍ବରୁ ଏକ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?