ବାପ, ପୁଅଙ୍କୁ ମରଣାନ୍ତକ ଆକ୍ରମଣ

ତିହିଡ଼ି,୨।୭(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ବୋଡ଼କ ପଞ୍ଚାୟତର ଅଣ୍ଡରାଇ ଗ୍ରାମରେ ଏକ ନଡ଼ିଆ ଗଛକୁ କେନ୍ଦ୍ରକରି ଗୋଟିଏ ପରିବାରର ବାପ, ପୁଅଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ପୁଅ ଶ୍ରୀଧର ଜେନା(୨୩) ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବାବେଳେ ବାପ ଶିବପ୍ରସାଦ ଜେନା(୪୮) ଆହତ ହୋଇଛନ୍ତି। ଶିବପ୍ରସାଦ ଏନେଇ ସୋମବାର ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୩୧୨/୨୪) ରୁଜୁ କରିଛି। ଜିଲା ସାଇଣ୍ଟିଫିକ ଟିମ୍‌ ସହ ତିହିଡ଼ି ଥାନା ଆଇଆଇସି ପ୍ରସନ୍ନ କୁମାର ନାୟକ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି।
ମିଳିଥିବା ସୂଚନା ମୁତାବକ, ଶିବପ୍ରସାଦ ଓ ତାଙ୍କ ଭାଇ ଦେବେନ୍ଦ୍ରଙ୍କ ପରିବାର ମଧ୍ୟରେ ଜମିଜମାକୁ ନେଇ ପୂର୍ବରୁ ଶତ୍ରୁତା ଥିଲା। ରବିବାର ଅପରାହ୍ନରେ ଏକ ନଡ଼ିଆ ଗଛକୁ ନେଇ ଉଭୟ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଦେବେନ୍ଦ୍ରଙ୍କ ପରିବାରର କେତେଜଣ ସଦସ୍ୟ ଶିବପ୍ରସାଦଙ୍କୁ ବାଡ଼ି ଓ ଲୁହାଛଡ଼ରେ ଆକ୍ରମଣ କରିଥିଲେ। ଶିବପ୍ରସାଦ ଏହାକୁ ଅଟକାଇବା ସମୟରେ ତାଙ୍କ ହାତ ଭାଙ୍ଗି ଯାଇଥିଲା। ପାଟିତୁଣ୍ଡ ଶୁଣି ଶ୍ରୀଧର ଘର ବାହାରକୁ ଆସିବାରୁ ସଂଘବଦ୍ଧ ଭାବେ ଲୁହାଛଡ଼ରେ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଶ୍ରୀଧର ଗୁରୁତର ହୋଇ ଚେତାଶୂନ୍ୟ ହୋଇଥିଲେ। ଉଭୟ ବାପ, ପୁଅଙ୍କୁ ଚିକିତ୍ସା ପାଇଁ ତିହିଡ଼ି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶ୍ରୀଧରଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭଦ୍ରକ ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଶ୍ରୀଧର ଏବେ କୋମାରେ ଥିବା ଜଣାଯାଇଛି। ଅପରପକ୍ଷରୁ ମାନସୀ ଜେନାଙ୍କ ପାଲଟା ଅଭିଯୋଗକ୍ରମେ ପୋଲିସ ଅନ୍ୟ ଏକ ମାମଲା (ନଂ.୩୧୩/୨୪) ରୁଜୁ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri