ଟ୍ରକ୍‌ ଧକ୍କାରେ ବାପା, ପୁଅଙ୍କ ମୃତ୍ୟୁ

ଜହ୍ନାପଙ୍କ, ୨୯।୮ (ଡି.ଏନ.ଏ.)
ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅଧୀନ ୫୭ନଂ. ଜାତୀୟ ରାଜପଥ ର ସିଙ୍ଗାରୀ ଢାବା ନିକଟରେ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରକ୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣେ ବ୍ୟକ୍ତି ଓ ତାଙ୍କ ସାନପୁଅଙ୍କ ମତ୍ୟୁ ଘଟିଛି। ମୃତକ ହେଲେ ବାଉଁଶୁଣୀ ଥାନା ଅଧୀନ ବୁରାମୁଣ୍ଡା ଗ୍ରାମର ସୁଧୀର ଦାସ ଓ ତାଙ୍କ ସାନ ପୁଅ ପିକୁନ (୫)। ପୋଲିସ ଉଭୟଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଗୁରୁତର ଆହତ ବଡପୁଅ ଟିକୁନ (୮)କୁ ପ୍ରଥମେ ବାଉଁଶୁଣୀ ଓ ପରେ ସୋନପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ପୋଲିସ ସୂଚନା ଅନୁସାରେ, ସୁଧୀର ଦୁଇ ପୁଅଙ୍କୁ ଧରି ବାଇକ୍‌ରେ ଗାଁକୁ ଯାଉଥିଲେ। ହେଲେ ବାଉଁଶୁଣୀ ପଟୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତାରୋକୋ କରିଥିଲେ । ଖବର ପାଇ ଘଟଣା ସ୍ଥଳରେ ବାଉଁଶୁଣୀ ପୋଲିସ ଓ ବୌଦ୍ଧ ତହସିଲଦାର ଏସ.କେ. ନାଏକ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ହେଲେ ଟ୍ରକ୍‌ ମାଲିକ ଘଟଣା ସ୍ଥଳକୁ ଆସିବାକୁ ଲୋକେ ଅଡି ବସିଥିଲେ। ଶେଷରେ ରେଡକ୍ରସରୁ ୨୦ ହଜାର ଟଙ୍କା ଦେବାର ପ୍ରତିଶ୍ରୁତି ମିଳିଥିଲା। ଏହା ସହିତ ଟ୍ରକ୍‌ ମାଲିକ ଆବଶ୍ୟକ କ୍ଷତିପୂରଣ ଦେବାର ପ୍ରତିଶ୍ରୁତି ଦେବାରୁ ସାଢ଼େ ୪ଟାରେ ରାସ୍ତାରୋକୋ ହଟିଥିଲା। ଦୀର୍ଘ ସାଢ଼େ ୪ ଘଣ୍ଟା ରାସ୍ତାରୋକୋ ଯୋଗୁ ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହାନ ଅଟକିଥିଲା। ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ବାଟରେ ପୁଣି ଆଉ ଗୋଟିଏ କାରକୁ ଧକ୍କା ଦେଇଛି। ସାହାଜପାଲ ନିକଟରେ ଗାଡି ଛାଡି ଚାଳକ ପଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧।୧୦(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ହୀରାକୁଦର ୩୦ ଗେଟ୍‌ ଖୋଲିଲା

ସମ୍ବଲପୁର,୨୮ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହଠାତ୍‌ ୬ ଲକ୍ଷ ଘନଫୁଟ୍‌ରୁ ଊର୍ଦ୍ଧ୍ୱରେ ପହଞ୍ଚିବା ପରେ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌କୁ ଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?