ଟ୍ରକ୍‌ ଧକ୍କାରେ ବାପା, ପୁଅଙ୍କ ମୃତ୍ୟୁ

ଜହ୍ନାପଙ୍କ, ୨୯।୮ (ଡି.ଏନ.ଏ.)
ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅଧୀନ ୫୭ନଂ. ଜାତୀୟ ରାଜପଥ ର ସିଙ୍ଗାରୀ ଢାବା ନିକଟରେ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ଦୁର୍ଘଟଣା ଘଟିଛି। ଗୋଟିଏ ଟ୍ରକ୍‌ ଓ ଏକ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣେ ବ୍ୟକ୍ତି ଓ ତାଙ୍କ ସାନପୁଅଙ୍କ ମତ୍ୟୁ ଘଟିଛି। ମୃତକ ହେଲେ ବାଉଁଶୁଣୀ ଥାନା ଅଧୀନ ବୁରାମୁଣ୍ଡା ଗ୍ରାମର ସୁଧୀର ଦାସ ଓ ତାଙ୍କ ସାନ ପୁଅ ପିକୁନ (୫)। ପୋଲିସ ଉଭୟଙ୍କ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ଲାଗି ବୌଦ୍ଧ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଗୁରୁତର ଆହତ ବଡପୁଅ ଟିକୁନ (୮)କୁ ପ୍ରଥମେ ବାଉଁଶୁଣୀ ଓ ପରେ ସୋନପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ପୋଲିସ ସୂଚନା ଅନୁସାରେ, ସୁଧୀର ଦୁଇ ପୁଅଙ୍କୁ ଧରି ବାଇକ୍‌ରେ ଗାଁକୁ ଯାଉଥିଲେ। ହେଲେ ବାଉଁଶୁଣୀ ପଟୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରକ୍‌ ସେମାନଙ୍କୁ ଧକ୍କା ଦେଇଥିଲା। ଏହି ଘଟଣା ପରେ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତାରୋକୋ କରିଥିଲେ । ଖବର ପାଇ ଘଟଣା ସ୍ଥଳରେ ବାଉଁଶୁଣୀ ପୋଲିସ ଓ ବୌଦ୍ଧ ତହସିଲଦାର ଏସ.କେ. ନାଏକ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିଥିଲେ। ହେଲେ ଟ୍ରକ୍‌ ମାଲିକ ଘଟଣା ସ୍ଥଳକୁ ଆସିବାକୁ ଲୋକେ ଅଡି ବସିଥିଲେ। ଶେଷରେ ରେଡକ୍ରସରୁ ୨୦ ହଜାର ଟଙ୍କା ଦେବାର ପ୍ରତିଶ୍ରୁତି ମିଳିଥିଲା। ଏହା ସହିତ ଟ୍ରକ୍‌ ମାଲିକ ଆବଶ୍ୟକ କ୍ଷତିପୂରଣ ଦେବାର ପ୍ରତିଶ୍ରୁତି ଦେବାରୁ ସାଢ଼େ ୪ଟାରେ ରାସ୍ତାରୋକୋ ହଟିଥିଲା। ଦୀର୍ଘ ସାଢ଼େ ୪ ଘଣ୍ଟା ରାସ୍ତାରୋକୋ ଯୋଗୁ ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହାନ ଅଟକିଥିଲା। ତେବେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ବାଟରେ ପୁଣି ଆଉ ଗୋଟିଏ କାରକୁ ଧକ୍କା ଦେଇଛି। ସାହାଜପାଲ ନିକଟରେ ଗାଡି ଛାଡି ଚାଳକ ପଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ...

ମୁଁ ମୁଖ୍ୟମନ୍ତ୍ରୀଙ୍କ ସୈନିକ, ଦଳର ସ୍ବାର୍ଥ ଲାଗି ଲଢ଼ିବି: ରୋହିତ  

ସମ୍ବଲପୁର,୧୮।୪:  ସମ୍ବଲପୁର ବିଧାନସଭା ଆସନ ପାଇଁ ବିଜେଡି ଦଳ ପକ୍ଷରୁ ପୁର୍ବରୁ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଛିଡା କରାଯାଇଥିଲା। ହେଲେ ବୁଧବାର ଘୋଷିତ ୫ମ ସୂଚୀରେ ପ୍ରସନ୍ନଙ୍କୁ...

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ବିନା ଶୋଭାଯାତ୍ରାରେ ହେଲା ହନୁମାନ ଜୟନ୍ତୀ: ଆଳତି କଲେ ଧର୍ମେନ୍ଦ୍ର

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର): ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ବିନା ଶୋଭାଯାତ୍ରାରେ ସମ୍ବଲପୁର ସହରରେ ରବିବାର ହନୁମାନ ଜୟନ୍ତୀ ଓ ମହାବିଷୁବ ସଂକ୍ରାନ୍ତି ପାଳିତ ହୋଇଛି। ଗତବର୍ଷର ହନୁମାନ...

ଆମଦାନୀ ନେତାଙ୍କୁ ଭରସା କରିଚାଲିଛି ବିଜେଡି

ସମ୍ବଲପୁର,୧୪।୪ (ଭବାନୀ ଶଙ୍କର ଭୋଇ)ସମ୍ବଲପୁର ଜିଲାର କୁଚିଣ୍ଡା ବିଧାନସଭା ନିର୍ବାଚନମଣ୍ଡଳୀ ଅନୁସୂଚିତ ଜନଜାତି ବର୍ଗଙ୍କ ପାଇଁ ସଂରକ୍ଷିତ ରହିଛି । ଏହି କ୍ଷେତ୍ରରେ ବିଜେଡି ଆମଦାନୀ...

ବିନା ଶୋଭାଯାତ୍ରାରେ ହେବ ହନୁମାନ ଜୟନ୍ତୀ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରରେ ରବିବାର ହନୁମାନ ଜୟନ୍ତୀ ପାଳନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଚଳିତବର୍ଷ ପ୍ରଶାସନିକ କଟକଣା ହେତୁ ବିନା ଶୋଭାଯାତ୍ରାରେ ଉତ୍ସବ...

ଆଜିଠୁ ସମଲେଇ ମନ୍ଦିରରେ ମାଦକଦ୍ରବ୍ୟ ନିଷେଧ

ସମ୍ବଲପୁର,୧୪ା୪(ପ୍ରମୋଦ ବହିଦାର)ସମ୍ବଲପୁରର ଆରାଧ୍ୟ ଦେବୀ ମା’ ସମଲେଇଙ୍କ ପୀଠରେ ମାଦକ ଦ୍ରବ୍ୟ ବ୍ୟବହାର ଉପରେ ନିଷେଧାଦେଶ ଜାରି କରାଯାଇଛି। ମନ୍ଦିର ଟ୍ରଷ୍ଟବୋର୍ଡର ନିଷ୍ପତ୍ତି ଅନୁସାରେ ପୀଠ...

ବିଜେଡି ଗୋଷ୍ଠୀ କନ୍ଦଳ ଟାଳିବାକୁ ପ୍ରସନ୍ନ କାର୍ଡ

ସମ୍ବଲପୁର,୧୩ା୪(ପ୍ରମୋଦ ବହିଦାର), ଭୁବନେଶ୍ୱର(ଅନିଲ ଦାସ): ବିଜେଡି ଗୁରୁବାର ସମ୍ବଲପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri