ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ ରୋଶନ ତାଙ୍କ ପୁଅ ସହ କୌଣସି କାମରେ ଥାନା ଛକ ପଟରୁ ମୁଖ୍ୟ ଛକକୁ ଏକ ସ୍କୁଟି ଯୋଗେ ଆସୁଥିବା ବେଳେ ଏକ ଦ୍ରୁତଗାମୀ ଟ୍ରକ୍‌ ଓଡି ୧୫ ଆର୍‌ ୭୩୦୧ ପଛରୁ ଧକ୍କା ଦେବାରୁ ତରୁଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ପିତା ରୋଶନଙ୍କ ବରଗଡ଼ର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ଏତେ ତୀବ୍ର ଥିଲା ଯେ ଟ୍ରକ୍‌ଟି ସ୍କୁଟିକୁ ଥାନା ଛକରୁ ଡାକବଙ୍ଗଳା ପର୍ଯ୍ୟନ୍ତ ଘୋଷାଡ଼ି ନେଇଥିଲା। ଆହତ ରୋଶନଙ୍କୁ ଉଦ୍ଧାର କରି ପ୍ରଥମେ ସୋହେଲା ଏବଂ ପରେ ବରଗଡ଼ ଏକ ଘରୋଇ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଥିଲା। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା ଏବଂ ରାତି ପ୍ରାୟ ୧୨ ଟା ପର୍ଯ୍ୟନ୍ତ ରାସ୍ତାରୋକୋ ହୋଇଥିଲା।

ଘଟଣାସ୍ଥଳରେ ସୋହେଲା ତହସିଲଦାର ଶୁଭରଞ୍ଜନ ନାୟକ, ବରଗଡ଼ ଅତିରିକ୍ତ ଏସ୍‌ପି ଡୋଳାମଣି ଭୋଇ, ପଦ୍ମପୁର ଏସ୍‌ଡିପିଓ ପାଣ୍ଡବ ଶବର ସୋହେଲା ଥାନା ଆଇଆଇସି ହରିଶଙ୍କର ଭୋଇ, ମେଳଛାମୁଣ୍ଡା ଥାନା ଆଇଆଇସି, ପଦ୍ମପୁର ଆଇଆଇସି ସମାରିଆ କ୍ରିସେନସିଆ ଉପସ୍ଥିତ ରହି ବୁଝାଶୁଝା କରିବା ପରେ ଏବଂ ସରକାରୀ ସହଯୋଗ ଦେବାକୁ ଲିଖିତ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକୋ ପ୍ରତ୍ୟାହାର ହୋଇଥିଲା। ଦୁର୍ଘଟଣାରେ ବାପା-ପୁଅଙ୍କ ମୃତ୍ୟୁରେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ, ଏମ୍‌ପି ପ୍ରଦୀପ ପୁରୋହିତ ଗଭୀର ଶୋକ ଜଣାଇଛନ୍ତି। ଆଜି ସକାଳୁ ବିଧାୟକ ମୃତକଙ୍କ ଶେଷଯାତ୍ରାରେ ସାମିଲ ହୋଇ ପରିବାରବର୍ଗଙ୍କୁ ସାନ୍ତ୍ୱନା ଦେଇଥିଲେ। ସୋହେଲାରେ ଅସୁରକ୍ଷିତ ଜାତୀୟ ରାଜପଥରେ ବ୍ୟାପକ ସୁଧାର ନ କଲେ ଆଗାମୀ ଦିନରେ ବଡ଼ ଆନ୍ଦୋଳନ କରିବାକୁ ସୋହେଲା ଗ୍ରାମବାସୀ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ନୂଆ ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ପ୍ରତିଭା ବିକାଶ ଉପରେ ଗୁରୁତ୍ୱ

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ନବାଗତ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?