ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକ ଦଳବେହେରା ଓ ତାଙ୍କ ପୁଅ ଅନକ ଦଳବେହେରା। ସେମାନେ ମୁଠାଗୁଡ଼ା ଗାଁର ବାସିନ୍ଦା ଥିଲେ।

ସୂଚନାନୁଯାୟୀ, ଶନିବାର ସନ୍ଧ୍ୟାରେ ଗାଁର କିଛି ଲୋକ ବୈଠକ କରି ଏହି ବାପପୁଅଙ୍କୁ ନିକଟସ୍ଥ ଜଙ୍ଗଲକୁ ଡାକି ନେଇଥିଲେ। ସେଠାରେ ଉଭୟଙ୍କୁ ନିର୍ଧୂମ ପିଟି ଥିଲେ। ଲୋକଙ୍କ ମାଡ଼ରେ ଲୁକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। କିନ୍ତୁ ତାଙ୍କ ପୁଅ ଅନକ ସେଠାରୁ ଖସି ପଳାଇ ଆସିଥିଲେ। ତେବେ ରାତିରେ ଘରେ ତାଙ୍କର ମୃତ୍ୟୁ ଘଟିଥିଲା।

ଘଟଣା ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଥାନାରେ ଅଭିଯୋଗ କରିବା ପରେ ଆର.ଉଦୟଗିରି ଏସ୍‌ଡିପିଓ ଦିଲ୍ଲୀପ କୁମାର ନାୟକ ଅନ୍ୟ ଅଧିକାରୀଙ୍କ ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ପକ୍ଷରୁ ଘଟଣାସ୍ଥଳରେ ତଦନ୍ତ କରାଯାଇଛି। ବିଭିନ୍ନ ଦିଗ ଉପରେ ତଦନ୍ତ ପରେ ପୂରା ଘଟଣା ସାମ୍ନାକୁ ଆସିବ ବୋଲି କହିଛନ୍ତି ଆର.ଉଦୟଗିରି ଏସ୍‌ଡିପିଓ। ଲୁକ୍‌ ଦଳବେହେରା ଗୁଣିଗାରେଡ଼ି କରି ଗାଁରେ ଲୋକଙ୍କୁ ହତ୍ୟା କରୁଛନ୍ତି ବୋଲି କିଛି ଲୋକ ସନ୍ଦେହ କରିଆସୁଥିଲେ। କିଛିଦିନ ପୂର୍ବରୁ ଗାଁରେ ଜଣେ ନାବାଳକଙ୍କ ମୃତ୍ୟୁ ହେବା ପରେ ଲୋକେ ତାଙ୍କ ଉପରେ ଦୋଷ ଲଦିଥିଲେ। ସେଥିପାଇଁ ତାଙ୍କୁ ଓ ତାଙ୍କ ପୁଅକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri