ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକ ଦଳବେହେରା ଓ ତାଙ୍କ ପୁଅ ଅନକ ଦଳବେହେରା। ସେମାନେ ମୁଠାଗୁଡ଼ା ଗାଁର ବାସିନ୍ଦା ଥିଲେ।

ସୂଚନାନୁଯାୟୀ, ଶନିବାର ସନ୍ଧ୍ୟାରେ ଗାଁର କିଛି ଲୋକ ବୈଠକ କରି ଏହି ବାପପୁଅଙ୍କୁ ନିକଟସ୍ଥ ଜଙ୍ଗଲକୁ ଡାକି ନେଇଥିଲେ। ସେଠାରେ ଉଭୟଙ୍କୁ ନିର୍ଧୂମ ପିଟି ଥିଲେ। ଲୋକଙ୍କ ମାଡ଼ରେ ଲୁକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। କିନ୍ତୁ ତାଙ୍କ ପୁଅ ଅନକ ସେଠାରୁ ଖସି ପଳାଇ ଆସିଥିଲେ। ତେବେ ରାତିରେ ଘରେ ତାଙ୍କର ମୃତ୍ୟୁ ଘଟିଥିଲା।

ଘଟଣା ସମ୍ପର୍କରେ ସ୍ଥାନୀୟ ସରପଞ୍ଚ ଥାନାରେ ଅଭିଯୋଗ କରିବା ପରେ ଆର.ଉଦୟଗିରି ଏସ୍‌ଡିପିଓ ଦିଲ୍ଲୀପ କୁମାର ନାୟକ ଅନ୍ୟ ଅଧିକାରୀଙ୍କ ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ପୋଲିସ ପକ୍ଷରୁ ଘଟଣାସ୍ଥଳରେ ତଦନ୍ତ କରାଯାଇଛି। ବିଭିନ୍ନ ଦିଗ ଉପରେ ତଦନ୍ତ ପରେ ପୂରା ଘଟଣା ସାମ୍ନାକୁ ଆସିବ ବୋଲି କହିଛନ୍ତି ଆର.ଉଦୟଗିରି ଏସ୍‌ଡିପିଓ। ଲୁକ୍‌ ଦଳବେହେରା ଗୁଣିଗାରେଡ଼ି କରି ଗାଁରେ ଲୋକଙ୍କୁ ହତ୍ୟା କରୁଛନ୍ତି ବୋଲି କିଛି ଲୋକ ସନ୍ଦେହ କରିଆସୁଥିଲେ। କିଛିଦିନ ପୂର୍ବରୁ ଗାଁରେ ଜଣେ ନାବାଳକଙ୍କ ମୃତ୍ୟୁ ହେବା ପରେ ଲୋକେ ତାଙ୍କ ଉପରେ ଦୋଷ ଲଦିଥିଲେ। ସେଥିପାଇଁ ତାଙ୍କୁ ଓ ତାଙ୍କ ପୁଅକୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri