ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆର୍‌ଏସ୍‌ସି -୧୪ ଗ୍ରାମରେ ଗୁରୁବାର ଘଟିଛି। ସକାଳୁ ବ୍ଲେଶିରାଣୀ ଭତ୍ରା(୫)ପଡ଼ୋଶୀ ଘରେ ଖେଳୁଥିବା ସମୟରେ ବାପା ସଞ୍ଜୀବ ଭତ୍ରା ତାଙ୍କୁ ଛୁରି ଭୁସି ଦେଇଥିଲେ। କୁନି ଝିଅର ଚିତ୍କାର ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଚିତ୍ରକୋଣ୍ଡା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରୁ ହତ୍ୟାକାରୀ ବାପା ଫେରାର ହୋଇଯାଇଛନ୍ତି। ମୃତ ବ୍ଲେଶିଙ୍କ ଜେଜେବାପା ବିନୋଦ ଭତ୍ରା ଅଭିଯୋଗ କରିଛନ୍ତି, ପୁଅ ସଞ୍ଜୀବ ଦ୍ୱିତୀୟ ସ୍ତ୍ରୀ ପ୍ରରୋଚନାରେ ପଡ଼ି ଆଗ ସ୍ତ୍ରୀର ଝିଅ ବ୍ଲେଶିଙ୍କୁ ହତ୍ୟାକରିଛି। ହତ୍ୟାକାରୀ ସଞ୍ଜୀବକୁ ଫାଶୀଦଣ୍ଡ ଦିଆଯାଉ ବୋଲି ପ୍ରତିକ୍ରିୟାରେ ସେ କହିଛନ୍ତି। ଚିତ୍ରକୋଣ୍ଡା ପୋଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ତନାଘନା ଚଳାଇଥିବା କହିଛି। ଏ ନେଇ ଚିତ୍ରକୋଣ୍ଡା ଥାନାରେ ୧୭୪/୨୪ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri