ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆର୍‌ଏସ୍‌ସି -୧୪ ଗ୍ରାମରେ ଗୁରୁବାର ଘଟିଛି। ସକାଳୁ ବ୍ଲେଶିରାଣୀ ଭତ୍ରା(୫)ପଡ଼ୋଶୀ ଘରେ ଖେଳୁଥିବା ସମୟରେ ବାପା ସଞ୍ଜୀବ ଭତ୍ରା ତାଙ୍କୁ ଛୁରି ଭୁସି ଦେଇଥିଲେ। କୁନି ଝିଅର ଚିତ୍କାର ଶୁଣି ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ରକ୍ତ ଜୁଡୁବୁଡୁ ଅବସ୍ଥାରେ ତାଙ୍କୁ ଚିତ୍ରକୋଣ୍ଡା ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରୁ ହତ୍ୟାକାରୀ ବାପା ଫେରାର ହୋଇଯାଇଛନ୍ତି। ମୃତ ବ୍ଲେଶିଙ୍କ ଜେଜେବାପା ବିନୋଦ ଭତ୍ରା ଅଭିଯୋଗ କରିଛନ୍ତି, ପୁଅ ସଞ୍ଜୀବ ଦ୍ୱିତୀୟ ସ୍ତ୍ରୀ ପ୍ରରୋଚନାରେ ପଡ଼ି ଆଗ ସ୍ତ୍ରୀର ଝିଅ ବ୍ଲେଶିଙ୍କୁ ହତ୍ୟାକରିଛି। ହତ୍ୟାକାରୀ ସଞ୍ଜୀବକୁ ଫାଶୀଦଣ୍ଡ ଦିଆଯାଉ ବୋଲି ପ୍ରତିକ୍ରିୟାରେ ସେ କହିଛନ୍ତି। ଚିତ୍ରକୋଣ୍ଡା ପୋଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ତନାଘନା ଚଳାଇଥିବା କହିଛି। ଏ ନେଇ ଚିତ୍ରକୋଣ୍ଡା ଥାନାରେ ୧୭୪/୨୪ରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବେଚ୍ଛାଚାରୀ ଶାସକ ଭାବେ ପରିଚିତ ହିଟଲର୍‌ଙ୍କୁ ବି ହୋଇଥିଲା ପ୍ରେମ: ଜାଣନ୍ତୁ ତାଙ୍କ ରୋଚକ ପ୍ରେମକାହାଣୀ

ସତରେ ! ପ୍ରେମ କାହାକୁ ବି ହୋଇପାରେ, ସେଇଥିପାଇଁ ବୋଧେ ସମଗ୍ର ବିଶ୍ୱରେ କ୍ରୁର ଓ ସ୍ବେଚ୍ଛାଚାରୀ ଶାସକଭାବେ ପରିଚିତ ହିଟଲର୍‌ ବି ଏଥିରୁ ବାଦ୍‌ ଯାଇ…

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri