ନାମକରଣ ପରେ ୪୦ ଦିନର ଶିଶୁ କନ୍ୟାକୁ ନଦୀକୁ ଫିଙ୍ଗିଲା ବାପା

ଥିରୁଭାନନ୍ତପୁରମ, ୨୫।୯: କେରଳର ଥିରୁବଲମ୍‌ର ପଚଲ୍ଲୁର ଅଞ୍ଚଳରେ ଏକ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ବ୍ୟକ୍ତି ନାମକରଣ ସଂସ୍କାରର କିଛି ଘଣ୍ଟା ପରେ ନିଜର ୪୦ ଦିନର ଶିଶୁ କନ୍ୟାକୁ ନଦୀ ଗର୍ଭକୁ ଫିଙ୍ଗି ଦେଇଛନ୍ତି। ଫଳରେ ନିରୀହ ଶିଶୁ କନ୍ୟାଟିର ମୃତ୍ୟୁ ହୋଇଛି। ଏହି ଘଟଣାରେ ପୋଲିସ ଅଭିଯୁକ୍ତ ବାପା ଉନ୍ନିକୃଷ୍ଣନକୁ ଗିରଫ କରିଛି। ପୋଲିସ ପକ୍ଷରୁ କୁହାଯାଇଛି, ଶୁକ୍ରବାର ଶିଶୁ କନ୍ୟାଟିର ଶବ ଉଦ୍ଧାର କରାଯାଇଛି।
ଜଣାପଡ଼ିଛି ଯେ, ଉନ୍ନିକୃଷ୍ଣନ ପେଶାରେ ଜଣେ ଇଲେକ୍ଟ୍ରିସିଆନ। ଗୁରୁବାର ସକାଳେ ଉନ୍ନିକୃ୍‌ଷ୍ଣନ ତାଙ୍କ ନବଜାତ ଶିଶୁ କନ୍ୟାର ନାମକରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ତେବେ ସ୍ତ୍ରୀଙ୍କ ମଧ୍ୟରେ ମନୋମାଳିନ୍ୟ ଥିବାରୁ ଉନ୍ନିକୃଷ୍ଣନ ନିକଟରେ ରହୁଥିବା ତାଙ୍କ ମା’ଙ୍କ ପାଖକୁ ଶିଶୁ କନ୍ୟାକୁ ନେଇ ଯାଇଥିଲେ। କିନ୍ତୁ ସନ୍ଧ୍ୟା ସୁଦ୍ଧା ସ୍ବାମୀ କିମ୍ବା ତାଙ୍କ ନବଜାତ ଶିଶୁ କନ୍ୟା ଘରକୁ ନ ଆସିବାରୁ ଉନ୍ନିକୃଷ୍ଣନଙ୍କ ସ୍ତ୍ରୀ ଥାନାରେ ଅଭିଯୋଗ କରିଥିଲେ। ଏହାପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। କିଛି ଲୋକ ଉନ୍ନିକୃଷ୍ଣନଙ୍କୁ ନଦୀ ପାଖରେ ବୁଲୁଥିବାର ଦେଖିଥିଲେ। ଏହାପରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ପୋଲିସ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରିଥିଲା। ପରେ ପଚରାଉଚରା କରିବାରୁ ସେ ଶିଶୁ କନ୍ୟାକୁ ନଦୀକୁ ଫିଙ୍ଗି ଦେଇଥିବା ଉନ୍ନିକୃଷ୍ଣନ ସ୍ବୀକାର କରିଥିଲା। ପୋଲିସ ଏହି ଘଟଣାରେ ଉନ୍ନିକୃଷ୍ଣନଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri