ବାପାଙ୍କୁ ପିଟି ମାରିଦେଲେ ସ୍ତ୍ରୀ-ପିଲା

ଭଦ୍ରକ ଅଫିସ,୨୪ା୧୧: ସ୍ବାମୀ-ସ୍ତ୍ରୀ ମଧ୍ୟରେ ଲାଗି ରହିଥିବା ପାରିବାରିକ କଳହ ଶେଷରେ ଉଗ୍ରରୂପ ନେଇଛି। ଶେଷରେ ସ୍ବାମୀର ଜୀବନ ନେବାକୁ ପଛଘୁଞ୍ଚା ଦେଲା ନାହିଁ ସ୍ତ୍ରୀ। ପୁଅ, ଝିଅ ମଧ୍ୟ ମା’ଙ୍କ ସହ ମିଶି ବାପାକୁ ପିଟି ପିଟି ମାରିଦେଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ପୀରହାଟ ଥାନା ବାମନବିନ୍ଧା ପଞ୍ଚାୟତ ଖେଦରପୁର ଗାଁରେ। ମୃତବ୍ୟକ୍ତି ଜଣକ ହେଉଛନ୍ତି ଉକ୍ତ ଗ୍ରାମର ବାବୁଆ ଦାସ (୪୭)। ଏ ନେଇ ବାବୁଆଙ୍କ ମା’ ବେଙ୍ଗ ଦାସଙ୍କ ଅଭିଯୋଗ ଆଧାରରେ ପୀରହାଟ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଛି।
ପୋଲିସ ସୂଚନା ମୁତାବକ, ବାବୁଆ ଓ ତାଙ୍କ ସ୍ତ୍ରୀ ବାସନ୍ତୀଙ୍କ ମଧ୍ୟରେ ପରକ୍ରିୟା ପ୍ରୀତିକୁ ନେଇ କଳହ ଲାଗି ରହୁଥିଲା। ବୁଧବାର ରାତିରେ ଉଭୟ ପରସ୍ପରର ଚରିତ୍ରକୁ ଆକ୍ଷେପ କରି ଝଗଡ଼ା ଲାଗିଥିଲେ। ବାସନ୍ତୀ ଉତ୍‌କ୍ଷିପ୍ତ ହୋଇ ତାଙ୍କ ୩ ପୁଅ ମଣ୍ଟୁ, ମାନିଆ, ସନିଆ ଓ ଝିଅ ସୁନ୍ଦରୀ ସହ ମିଶି ବାବୁଆଙ୍କୁ ଏକ ଶାବଳ ଓ କତାରେ ଆକ୍ରମଣ କରିଥିଲେ। ସେ ଗୁରୁତର ଅବସ୍ଥାରେ ଘରେ ପଡ଼ିଥିବା ବେଳେ ତାଙ୍କର ଜଣେ ସମ୍ପର୍କୀୟ ଉଦ୍ଧାର କରି ପ୍ରଥମେ ତିହିଡି଼ ମେଡିକାଲରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଭଦ୍ରକ ମୁଖ୍ୟ ଚିକିସତ୍ାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଭୋର ୪ଟାରେ ମୃତ୍ୟୁ ଘଟିଥିଲା। ଘଟଣାରେ ପୋଲିସ କେସ୍‌ ନଂ. ୧୯୬/୨୨ରେ ମାଲା ରୁଜୁ କରି ସାନପୁଅ ସନିଆଙ୍କୁ ଅଟକ ରଖି ତଦନ୍ତ କରୁଛି। ଅନ୍ୟ ଅଭିଯୁକ୍ତମାନେ ଫେରାରଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri