ବାପାଙ୍କୁ ପିଟି ମାରିଦେଲେ ସ୍ତ୍ରୀ-ପିଲା

ଭଦ୍ରକ ଅଫିସ,୨୪ା୧୧: ସ୍ବାମୀ-ସ୍ତ୍ରୀ ମଧ୍ୟରେ ଲାଗି ରହିଥିବା ପାରିବାରିକ କଳହ ଶେଷରେ ଉଗ୍ରରୂପ ନେଇଛି। ଶେଷରେ ସ୍ବାମୀର ଜୀବନ ନେବାକୁ ପଛଘୁଞ୍ଚା ଦେଲା ନାହିଁ ସ୍ତ୍ରୀ। ପୁଅ, ଝିଅ ମଧ୍ୟ ମା’ଙ୍କ ସହ ମିଶି ବାପାକୁ ପିଟି ପିଟି ମାରିଦେଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ପୀରହାଟ ଥାନା ବାମନବିନ୍ଧା ପଞ୍ଚାୟତ ଖେଦରପୁର ଗାଁରେ। ମୃତବ୍ୟକ୍ତି ଜଣକ ହେଉଛନ୍ତି ଉକ୍ତ ଗ୍ରାମର ବାବୁଆ ଦାସ (୪୭)। ଏ ନେଇ ବାବୁଆଙ୍କ ମା’ ବେଙ୍ଗ ଦାସଙ୍କ ଅଭିଯୋଗ ଆଧାରରେ ପୀରହାଟ ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଛି।
ପୋଲିସ ସୂଚନା ମୁତାବକ, ବାବୁଆ ଓ ତାଙ୍କ ସ୍ତ୍ରୀ ବାସନ୍ତୀଙ୍କ ମଧ୍ୟରେ ପରକ୍ରିୟା ପ୍ରୀତିକୁ ନେଇ କଳହ ଲାଗି ରହୁଥିଲା। ବୁଧବାର ରାତିରେ ଉଭୟ ପରସ୍ପରର ଚରିତ୍ରକୁ ଆକ୍ଷେପ କରି ଝଗଡ଼ା ଲାଗିଥିଲେ। ବାସନ୍ତୀ ଉତ୍‌କ୍ଷିପ୍ତ ହୋଇ ତାଙ୍କ ୩ ପୁଅ ମଣ୍ଟୁ, ମାନିଆ, ସନିଆ ଓ ଝିଅ ସୁନ୍ଦରୀ ସହ ମିଶି ବାବୁଆଙ୍କୁ ଏକ ଶାବଳ ଓ କତାରେ ଆକ୍ରମଣ କରିଥିଲେ। ସେ ଗୁରୁତର ଅବସ୍ଥାରେ ଘରେ ପଡ଼ିଥିବା ବେଳେ ତାଙ୍କର ଜଣେ ସମ୍ପର୍କୀୟ ଉଦ୍ଧାର କରି ପ୍ରଥମେ ତିହିଡି଼ ମେଡିକାଲରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଭଦ୍ରକ ମୁଖ୍ୟ ଚିକିସତ୍ାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଭୋର ୪ଟାରେ ମୃତ୍ୟୁ ଘଟିଥିଲା। ଘଟଣାରେ ପୋଲିସ କେସ୍‌ ନଂ. ୧୯୬/୨୨ରେ ମାଲା ରୁଜୁ କରି ସାନପୁଅ ସନିଆଙ୍କୁ ଅଟକ ରଖି ତଦନ୍ତ କରୁଛି। ଅନ୍ୟ ଅଭିଯୁକ୍ତମାନେ ଫେରାରଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା

ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...

ଗୋଆ ନାଇଟ କ୍ଲବ ଅଗ୍ନିକାଣ୍ଡ ପରେ ଓଡ଼ିଶାରେ କଡ଼ାକଡି ହେବ ଫାୟାର ସେଫ୍ଟି ଯାଞ୍ଚ: ନିର୍ଦ୍ଦେଶ ଦେଲେ ଡିଜି

ଭୁବନେଶ୍ୱର,୮।୧୨: ବର୍ଚ ବାଇ ରୋମିଓ ଲେନ୍‌ ଦ୍ୱରା ପରିଚାଳିତ ଗୋଆର ଏକ ନାଇଟ କ୍ଲବରେ ଭୟବହ ଅଗ୍ନିକାଣ୍ଡ ପରେ ରାଜଧାନୀ ଭୁବନେଶ୍ୱର ସମତେ ରାଜ୍ୟର ସମସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri