ଜମି ବିକ୍ରି ଟଙ୍କା ନ ଦେବାରୁ ବାପାଙ୍କୁ ହତ୍ୟା

କୁଚିଣ୍ଡା,୧୮ା୩(ଡି.ଏନ.ଏ.): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଧୀନ ଶର୍ଗିଡିହି ଗ୍ରାମରେ ପୁଅର ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଛି। ଗୋବିନ୍ଦପୁର ପୋଲିସ ଅଭିଯୁକ୍ତ ପୁଅଙ୍କୁ ଗିରଫ କରି ଅଧିକ ତଦନ୍ତ ଚଳାଇଛି।

ମିଳିଥିବା ସୂଚନା ଅନୁଯାୟୀ, ବାମରା ବ୍ଲକ ବାଉଁଶଲଗା ପଞ୍ଚାୟତ ଶର୍ଗିଡିହି (ମଣ୍ଡପପଡ଼ା)ର ମୋହନ ପାତ୍ର(୫୦) କିଛିଦିନ ତଳେ ତାଙ୍କ ଭାଗରେ ଥିବା ଜମି ବିକ୍ରିକରି ନିଜ ପାଖରେ ପଇସା ରଖିଥିଲେ। ଖବର ପାଇ କଟକରେ ରହି ରଙ୍ଗ ମିସ୍ତ୍ରୀ କାମ କରୁଥିବା ଏକମାତ୍ର ପୁଅ କରନ ପାତ୍ର(୧୯) ଘରକୁ ଫେରି ବାପାଙ୍କୁ ଜମିବିକ୍ରି ଟଙ୍କା ମାଗିଥିଲେ। ଏହାକୁ ନେଇ ବାପ ପୁଅଙ୍କ ମଧ୍ୟରେ ଗୁରୁବାର ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ କରନ ହଠାତ୍‌ ବାପା ମୋହନ ଏବଂ ମା’ ତୃତୀୟାଙ୍କୁ ମାରପିଟ କରିଥିଲେ। ମା’ ଦୌଡ଼ି ପଳାଇବାରେ ସକ୍ଷମ ହୋଇଥିଲେ। ହେଲେ କରନ ବାପା ମୋହନଙ୍କୁ ବାଡ଼ି ଏବଂ ଲୁହା ରଡ୍‌କରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ଗୋବିନ୍ଦପୁର ଥାନା ଅଧିକାରୀ ଅଜୟ କୁମାର ଜେନା ପୋଲିସ ଟିମ୍‌ ସହ ପହଞ୍ଚି ମୃତଦେହ ଜବତ କରି କରିଥିଲେ। ପୋଲିସ ଅଭିଯୁକ୍ତ କରନଙ୍କୁ ଧରି ଥାନାକୁ ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ପୋଲ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଆଉ ତା’ପରେ ଘଟିଲା

ଲୋଇସିଂହା,୪।୪(ସୁଶାନ୍ତ ବାରିକ) ବରଗଡ-ବଲାଙ୍ଗୀର ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ ପୋଲ ତଳକୁ ଏକ ସିମେଣ୍ଟ ବୋଝେଇ ଟ୍ରକ ଖସି ପଡ଼ିଛି। ଦୁର୍ଘଟଣାସ୍ଥଳରେ ଜଣେ…

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri