ପୁଅର ଠେଙ୍ଗାମାଡ଼ରେ ବାପା ମୃତ, ମା’ ଗୁରୁତର

ଦେବଗଡ଼,୧୨ା୬(ଡି.ଏନ୍‌.ଏ.): ପୁଅର ଠେଙ୍ଗା ମାଡ଼ରେ ବାପାଙ୍କର ମୃତ୍ୟୁ ଘଟିଥିବା ବେଳେ ମା’ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ଲଇମୁରା ଥାନା ଅନ୍ତର୍ଗତ ଭାଲୁଗୁହା ଗ୍ରାମରେ। ମୃତକ ହେଲେ ଗୁରୁଚରଣ କିଷାନ(୫୦)। ରବିବାର ବିଳମ୍ବିତ ରାତିରେ ପୁଅ ତଥା ଅଭିଯୁକ୍ତ ମିଶ୍ର କିଷାନ ମଦ୍ୟପ ଅବସ୍ଥାରେ ଘରକୁ ଆସି ପାରିବାରିକ କଥାକୁ ନେଇ ଗୁରୁଚରଣଙ୍କ ସହ ଝଗଡ଼ା କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ମିଶ୍ର ଏକ ଠେଙ୍ଗା ସାହାଯ୍ୟରେ ବାପା ଗୁରୁଚରଣ ଉପରକୁ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ଗୁରୁଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ପଟେ ମିଶ୍ର ତାଙ୍କ ମା’ଙ୍କୁ ମଧ୍ୟ ଆକ୍ରମଣ କରିଥିବା ବେଳେ ସେ ମଧ୍ୟ ଗୁରୁତର ହୋଇଥିବା ଜଣାପଡ଼ିଛି।
ସାନ ପୁଅ ବଳରାମ ଲଇମୁରା ଥାନାରେ ଏନେଇ ଅଭିଯୋଗ କରିଥିଲେ। ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତ ପୁଅ ମିଶ୍ରଙ୍କୁ ଥାନାରେ ଅଟକ ରଖିଛି। ପାରିବାରିକ କଳହରୁ ହତ୍ୟାକାଣ୍ଡ ହୋଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସାଇଣ୍ଟିଫିକ୍‌ ଟିମ୍‌ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

T20 World Cup : ପ୍ରଥମ ମ୍ୟାଚ୍‌ରେ ଜବରଦସ୍ତ ଟକ୍କର: ବାଜି ମାରିଲା ଟିମ୍‌ ଇଣ୍ଡିଆ, ୨୯ ରନ୍‌ରେ ହାରିଲା ଆମେରିକା

ମୁମ୍ବାଇ,୭।୨: ଚଳିତ ଟି୨୦ ବିଶ୍ୱକପ୍‌ରେ ଭାରତ ପ୍ରଥମ ମ୍ୟାଚ୍‌ରେ ଆମେରିକାକୁ ଭେଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri