ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶ

ସୁନ୍ଦରଗଡ଼,୯।୧୦(ଡି.ଏନ୍‌.ଏ.): ନାବାଳିକା ସାବତ ଝିଅକୁ ୪ବର୍ଷ ଧରି ବଳାତ୍କାର କରିବା ମାମଲାରେ ଅଭିଯୁକ୍ତ ସାବତ ବାପାଙ୍କୁ ସୁନ୍ଦରଗଡ଼ ପକ୍‌ସୋ ଅଦାଲତ ଶୁକ୍ରବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ରାଉରକେଲାରେ ୨୦୧୩ ଅଗଷ୍ଟ ୬ରେ ହୋଇଥିବା ଏହି ମାମଲାର ବିଚାରକରି ସୁନ୍ଦରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ପକ୍‌ସୋ ଅଦାଲତର ପ୍ରିଜାଇଡିଂ ଅଫିସର ପାର୍ଥସାରଥି ପଟ୍ଟନାୟକ ଏହି ରାୟ ଶୁଣାଇଛନ୍ତି। ଅଦାଲତ ଅଭିଯୁକ୍ତଙ୍କୁ ୧୦ହଜାର ଟଙ୍କା ଜରିମାନା ଓ ଜରିମାନା ଅନାଦେୟ ୧ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ପୀଡ଼ିତା ନାବାଳିକାଙ୍କୁ ୫ଲକ୍ଷ ଟଙ୍କା ପ୍ରଦାନ କରିବା ନିମନ୍ତେ ସୁନ୍ଦରଗଡ଼ ଜିଲା ଆଇନସେବା ପ୍ରାଧିକରଣଙ୍କୁ ସୁପାରିଶ କରିଛନ୍ତି।
ପୀଡ଼ିତା ନାବାଳିକା ରାଉରକେଲାର ଏକ ସ୍କୁଲରେ ଛାତ୍ରୀ ଥିଲେ। ହେଲେ ତାଙ୍କ ବାପାଙ୍କ ମୃତ୍ୟୁ ପରେ ମାଆ ଆଉ ଜଣେ ଯୁବକଙ୍କୁ ବିବାହ କରିଥିଲେ। ହେଲେ ସାବତ ବାପା ନାବାଳିକାଙ୍କୁ ଧମକଚମକ ଦେଇ ତାଙ୍କ ସହିତ ଶାରିରୀକ ସମ୍ପର୍କ ରଖି ଆସୁଥିଲେ। ସାବତ ବାପାଙ୍କ ଏଭଳି ଆଚରଣରେ ଅତିଷ୍ଠ ହୋଇ ନାବାଳିକା ଜଣକ ଅନେକ ଥର ସ୍କୁଲରୁ ଫେରି ତାଙ୍କର ଜଣେ ସହପାଠୀଙ୍କ ଘରେ ରହିଯାଇଥାଆନ୍ତି। ଏଭଳି ପରିସ୍ଥିତିରେ ନାବାଳିକା ଜଣକ ପର ଘରେ କାମକରି ସ୍କୁଲରେ ପାଠପଢିଥାଆନ୍ତି। ସାବତ ବାପା ୨୦୧୩ ଅଗଷ୍ଟ ୬ରେ ସ୍କୁଲକୁ ଯାଇ ସାବତ ଝିଅକୁ ଘରକୁ ଯିବା ପାଇଁ ବାଧ୍ୟ କରିବାରୁ ନାବାଳିକା ଜଣକ କାନ୍ଦି ମନା କରିଥିଲେ। ସ୍କୁଲର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ଘଟଣାସମ୍ପର୍କରେ ଜଣାଇଥିଲେ। ଏହା ପରେ ପ୍ରଧାନଶିକ୍ଷକ ଏ ସମ୍ପର୍କରେ ସ୍ଥାନୀୟ ଥାନାରେ ରିପୋର୍ଟ କରିବା ପରେ ପୋଲିସ ବିଭିନ୍ନ ଦଫାରେ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା। ପକସୋ ଅଦାଲତର ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri