ନାବାଳିକା ଝିଅକୁ ବଳାତ୍କାର କରି ଜେଲ ଗଲେ ବାପା

ଲାଞ୍ଜିଗଡ଼,୪।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ଥାନା ଅଞ୍ଚଳରେ ଏକ ଲଜ୍ଜାକର ଘଟଣା ଘଟିଛି। ୧୨ ବର୍ଷର ନିଜ ଝିଅକୁ ବଳାତ୍କାର କରି ବାପା ପୋଲିସ ହାତରେ ଗିରଫ ହୋଇଛନ୍ତି। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତ ସ୍ତ୍ରୀ ଏବଂ ନାବାଳିକା ଝିଅଙ୍କୁ ଧରି ୫ ମାସ ତଳେ କେରଳକୁ କାମ କରିବାକୁ ଯାଇଥିଲେ। ସେଠାରେ ଏକ ମାସ ରହିବା ପରେ ବାପା ନିଜ ଝିଅକୁ ବଳାତ୍କାର କରିଥିବା ସ୍ତ୍ରୀ ଜାଣିବାକୁ ପାଇଥିଲେ। ଏହା ଜାଣି ମା’ ଝିଅକୁ ଧରି ଗାଁକୁ ଚାଲି ଆସିଥିଲେ। ହେଲେ ଏକଥା କାହା ଆଗରେ ପ୍ରକାଶ କରି ନ ଥିଲେ। ୭ ଦିନ ତଳେ ଅଭିଯୁକ୍ତ କେରଳରୁ ଘରକୁ ଆସିଥିଲେ। ପରବର୍ତ୍ତୀ ସମୟରେ ସେ ପୁଣି ଝିଅକୁ ବଳାତ୍କାର କରିଥିଲେ। ଏନେଇ ନାବାଳିକା ଲାଞ୍ଜିଗଡ଼ ଥାନାରେ ପହଞ୍ଚି ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ଲାଞ୍ଜିଗଡ଼ ଥାନା ପୋଲିସ ଏକ ବଳାତ୍କାର ମାମଲା (ନଂ.୧୪/୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ତଦନ୍ତ ପରେ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଥିଲା। ଉଭୟଙ୍କ ଡାକ୍ତରୀ ମାଇନା କରାଯାଇଛି। ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଲାଞ୍ଜିଗଡ଼ ଭାରପ୍ରାପ୍ତ ଥାନା ଅଧିକାରୀ ମମତା ହେମ୍ବ୍ରମ ପ୍ରକାଶ କରିଛନ୍ତି। ଜାମିନ ନ ମିଳିବାର ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର,୨୯।୪: ରାଜ୍ୟରେ ଅଂଶୁଘାତରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ଢେଙ୍କନାଳ ଜିଲାର ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।...

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ...

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ...

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ...

ରୋଚକ ସ୍ଥିତିରେ ହିନ୍ଦୋଳ ଲଢ଼େଇ

ଢେଙ୍କାନାଳ,୨୯ା୪(ରତନ ନାୟାର):ଢେଙ୍କାନାଳ ଜିଲାର ହିନ୍ଦୋଳ ସଂରକ୍ଷିତ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜନୈତିକ ବାତାବରଣ ସରଗରମ...

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ସହରରେ ବୃଦ୍ଧିପାଉଛି ଜଳ ଅପବ୍ୟବହାର

ରାଉରକେଲା,୨୯ା୪(ବିପ୍ଳବ ରଞ୍ଜନ ଦାଶ): ରାଉରକେଲା ସହରର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ, ଶଙ୍ଖ ଓ କୋଏଲ୍‌ ନଦୀର ପରିସୀମା ଦିନକୁଦିନ ସଙ୍କୁଚିତ ହେବାରେ ଲାଗିଛି। ଏହାର ପ୍ରଭାବ...

ଚାଷୀ ଭୋଟ ଉପରେ ସଭିଙ୍କ ନଜର

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ଆସନ୍ତା ମେ ୨୦’ରେ ବରଗଡ଼ ଜିଲାରେ ସାଧାରଣ ନିର୍ବାଚନକୁ ନେଇ ମତଦାନ ହେବ। ଅନ୍ୟପଟେ ସେହି ମାସ ୧୦ ତାରିଖରୁ ବରଗଡ଼ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri