‘ରାଷ୍ଟ୍ରପିତାଙ୍କ ଅପମାନ – ସହିବ ନାହିଁ ହିନ୍ଦୁସ୍ଥାନ’

ଭୁବନେଶ୍ୱର,୨୨।୧(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ପ୍ରତି ସାମ୍ପ୍ରଦାୟିକ ଶକ୍ତିଙ୍କ ଅଶୋଭନୀୟ ଆଚରଣ ଯୋଗୁ ବିଶ୍ବରେ ଭାରତର ଛବି ମଳିନ ହେଉଛି। ଦେଶ ବିଭାଜନକାରୀ ଏହି ଶକ୍ତିଙ୍କୁ ଉଚିତ ଜବାବ ଦେବା ସହ ଦେଶର ଶାନ୍ତିକାମୀ ଜନଗଣଙ୍କୁ ଜାଗ୍ରତ କରାଇବା ଲକ୍ଷ୍ୟରେ ଆସନ୍ତା ୨୩ ତାରିଖ ନେତାଜୀ ସୁଭାଷ ବୋଷଙ୍କ ଜନ୍ମ ଦିବସରୁ ଓଡ଼ିଶା ବ୍ୟାପୀ ରାଷ୍ଟ୍ରୀୟ ଅଭିଯାନ ‘ରାଷ୍ଟ୍ରପିତାଙ୍କ ଅପମାନ – ସହିବ ନାହିଁ ହିନ୍ଦୁସ୍ଥାନ’ ଆରମ୍ଭ ହେବ। ଏହା ଗାନ୍ଧିଜୀଙ୍କ ବଳିଦାନ ଦିବସ ଜାନୁୟାରୀ ୩୦ ପର୍ଯ୍ୟନ୍ତ ଚାଲିବ। ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ, ଉତ୍କଳ ଗାନ୍ଧୀ ସ୍ମାରକ ନିଧି ଓ ରାଷ୍ଟ୍ରୀୟ ଯୁବା ସଂଗଠନ ପକ୍ଷରୁ ଶୁକ୍ରବାର ଲୋହିଆ ଏକାଡ଼େମୀଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି। ସମସ୍ତ ଜିଲାର ଶତାଧିକ ସ୍ଥାନରେ ଏହି କାର୍ଯ୍ୟକ୍ରମ ଚାଲିବ। ଏଥିରେ ଗାନ୍ଧିବାଦୀ ସଙ୍ଗଠନ ସମୂହଙ୍କ ସମେତ ଗଣତନ୍ତ୍ରପ୍ରେମୀ, ଧର୍ମ ନିରପେକ୍ଷତାରେ ବିଶ୍ବାସୀ ସଙ୍ଗଠନଗୁଡ଼ିକ ସାମିଲ ହୋଇ ଧର୍ମାନ୍ଧ ଓ ସାମ୍ପ୍ରଦାୟିକ ଶକ୍ତିମାନଙ୍କୁ ଦୃଢ ଜବାବ ଦେବାକୁ ଆହ୍ବାନ ଦିଆଯାଇଛି। ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ସଂଯୋଜକ ଡ. ବିଶ୍ୱଜିତ ଓ ରାଷ୍ଟ୍ରୀୟ ଯୁବା ସଙ୍ଗଠନର ରାଷ୍ଟ୍ରୀୟ ସମିତି ସଦସ୍ୟ ମାନସ ପଟ୍ଟନାୟକ କହିଛନ୍ତି, ଭାରତର ସ୍ବାଧୀନତା ସଂଗ୍ରାମର ମୂଳମନ୍ତ୍ର ଥିଲା ସର୍ବ ଧର୍ମ ସମଭାବ। ହିନ୍ଦୁ, ମୁସଲମାନ, ଖ୍ରୀଷ୍ଟିଆନ, ବୌଦ୍ଧ, ଜୈନ, ଶିଖ ଆଦି ଧର୍ମାବଲମ୍ବୀଙ୍କୁ ଏକତ୍ର କରି ମହାତ୍ମା ଗାନ୍ଧୀଙ୍କ ସଂଗ୍ରାମର ଫଳସ୍ବରୂପ ଆମେ ସ୍ବାଧୀନତାର ସ୍ବାଦ ଚାଖି ପାରିଲେ। କିନ୍ତୁ ଏବେ ରାଷ୍ଟ୍ରପିତାଙ୍କୁ ଭାରତରେ ଖଳନାୟକ ସଜାଇବା ପାଇଁ କେନ୍ଦ୍ରରେ କ୍ଷମତାରେ ଥିବା ଦଳ ଓ ତାହା ପଛରେ ରହିଥିବା ସାମ୍ପ୍ରଦାୟିକ ଶକ୍ତି ଏକ ଯୋଜନାବଦ୍ଧ ଷଡଯନ୍ତ୍ର ଚଳାଇଛନ୍ତି। ଗତ କିଛିଦିନ ତଳେ ଦିଲ୍ଲୀଠାରୁ ଆରମ୍ଭ କରି ହରିଦ୍ବାର ଓ ରାୟପୁର ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଅଧର୍ମୀମାନେ ଧର୍ମ ନାଁରେ ଅଧର୍ମ ସଭା କରି ସଂଖ୍ୟାଲଘୁଙ୍କ ବିରୋଧରେ ବିଷୋଦଗାର କରିବା ସହ ରାଷ୍ଟ୍ରପିତାଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ। ମହାତ୍ମା ଗାନ୍ଧୀଙ୍କ ସ୍ବପ୍ନର ଭାରତକୁ ଭାଙ୍ଗିବାର ଅପଚେଷ୍ଟା କରୁଥିବା ଶକ୍ତି ବିରୋଧରେ ରାଷ୍ଟ୍ରୀୟ ଅଭିଯାନ ନିଶ୍ଚୟ ଏକ ଆହ୍ବାନ ଆଣିବ ବୋଲି ସେମାନେ କହିଛନ୍ତି। ଏହି ସମ୍ମିଳନୀରେ ନ୍ୟାୟମୂର୍ତ୍ତି ମନୋରଞ୍ଜନ ମହାନ୍ତି, ପରିବେଶବିତ ପ୍ରଫୁଲ୍ଲ ସାମନ୍ତରା, ଲୋହିଆ ଏକାଡ଼େମୀର ସମ୍ପାଦକ ଦେବ ପ୍ରସାଦ ରାୟ, ରାମ ଶଙ୍କର ରାମ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri