ପୁଅ ମୃତ୍ୟୁ ପଛରେ ବାପାଙ୍କ ହାତ: ସାଂଘାତିକ ଅଭିଯୋଗ ଆଣିଲେ ମା’

ଫୁଲବାଣୀ,୨୭।୩(ରାକେଶ କୁମାର ରାଉତ): ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ସାହିରେ ଜଣେ ନାବାଳକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜବତ ହୋଇଛି। ସେ ହେଲେ ଅଭିଜିତ୍‌ ବଗର୍ତ୍ତୀ(୧୫)। ଅଭିଜିତ୍‌ଙ୍କ ମୃତ୍ୟୁ ପଛରେ ତାଙ୍କ ବାପାଙ୍କ ହାତ ରହିଥିବା ମା’ ଏବଂ ସମ୍ପର୍କୀୟ ଅଭିଯୋଗ କରିଛନ୍ତି। ପୋଲିସ ଅଭିଜିତ୍‌ଙ୍କ ବାପା ପ୍ରମୋଦ ବଗର୍ତ୍ତୀଙ୍କୁ ଅଟକ ତଦନ୍ତ ଆରମ୍ଭ କରିଛି।

ଚଳିତବର୍ଷ ଅଭିଜିତ୍‌ ମାଟ୍ରିକ୍‌ ପରୀକ୍ଷା ଦେଇଥିଲେ। ବୁଧବାର ମା’ ଜୟନ୍ତୀ ଓ ପୁଅ ଖାଇପିଇ ଘରେ ଥିଲେ। କିଛି ସମୟ ପରେ ଜୟନ୍ତୀ ଅନ୍ୟ ଘରେ କାମ କରିବାକୁ ବାହାରି ଯାଇଥିଲେ। ସେଠାରୁ ଫେରିବା ବେଳକୁ ଘର କବାଟ ଭିତରପଟୁ ବନ୍ଦ ଥିଲା। କବାଟ ବାଡ଼େଇବାରୁ ଅଭିଜିତ କୌଣସି ଉତ୍ତର ଦେଇ ନ ଥିଲେ ା ପଡ଼ୋଶୀ ଏବଂ ପରିବାର ଲୋକେ ଘର ଖୋଲି ଭିତରକୁ ଯିବାରୁ ଅଭିଜିତ୍‌ ଫ୍ୟାନରେ ଝୁଲୁଥିବା ଦେଖିଥିଲେ। ତୁରନ୍ତ ପୋଲିସକୁ ଘଟଣା ସମ୍ପର୍କରେ ଖବର ଦିଆଯାଇଥିଲା।

ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଜିଲା ମୁଖ୍ୟ ଚିକିତ୍ସାଳୟରେ ବ୍ୟବଚ୍ଛେଦ କରାଇଛି। ଏନେଇ ଜୟନ୍ତୀ ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏତଲା ଆଧାରରେ ବାପା ପ୍ରମୋଦଙ୍କୁ ଅଟକ ରଖି ପଚରାଉଚରା କରୁଛି। ସ୍ବାମୀ ଓ ପୁଅ ମଧ୍ୟରେ ପାଟିତୁଣ୍ଡ ହେଉଥିଲା। ପୁଅର ଚୁଟିକୁ ନେଇ ସ୍ବାମୀ ପାଟିତୁଣ୍ଡ କରନ୍ତି। ଅନେକ ସମୟରେ ସେ ନିଶାସକ୍ତ ଅବସ୍ଥାରେ ଆସି ପୁଅକୁ ଗାଳିଗୁଲଜ କରୁଥିଲେ। ଏଥିଯୋଗୁ ପୁଅ ଆତ୍ମହତ୍ୟା କରିଥାଇପାରେ ବୋଲି ଜୟନ୍ତୀ କହିଛନ୍ତି। ଏ ନେଇ ଥାନା ଅଧିକାରୀ ପି.ସ୍ବରୂପ କିଷାନଙ୍କୁ ପଚାରିବାରୁ ଆମେ ସବୁ ଦିଗକୁ ନେଇ ତଦନ୍ତ କରୁଛୁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତଦନ୍ତ ଆଗକୁ ବଢ଼ିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri